ବାସ୍ତବ ବ୍ୟୁରୋ: ବାତ୍ୟା ‘ଫେଙ୍ଗଲ’ ପ୍ରଭାବରେ ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳରେ ପ୍ରବଳ ବର୍ଷା ହେବା ସହ ପବନ ହେଉଛି। ତାମିଲନାଡୁର କୁଡାଲୋର, କରାଇକାଲ, ଆଥିରାମପାଟ୍ଟିନମ୍, ପାରଙ୍ଗିପେଟ୍ଟାଇ, ମୀନାମ୍ବକମ୍ ସମେତ ତାମିଲନାଡୁର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେଉଛି। ଆସନ୍ତାକାଲି କାଲି ତାମିଲନାଡୁ-ଆନ୍ଧ୍ର ମଝିରେ ଲ୍ୟାଣ୍ଡଫଲ୍ କରିବ ‘ଫେଙ୍ଗଲ’। ଏହା ପ୍ରଭାବରେ ତାମିଲନାଡୁ-ଆନ୍ଧ୍ରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ବାତ୍ୟା ‘ଫେଙ୍ଗଲ’ ପ୍ରଭାବ ଓଡ଼ିଶା ଉପରେ ବିଶେଷ ଭାବରେ ପଡ଼ିବ ନାହିଁ।
ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା ଆଗାମୀ ୨ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ବାତ୍ୟା ‘ଫେଙ୍ଗଲ’ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ଜିଲ୍ଲାରେ ଝିପିଝିପି ବର୍ଷା ଲାଗି ରହିଛି। ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ଆଜି ୧୨ ଜିଲ୍ଲାକୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନାନୂଯାୟୀ, ଆଜି ସକାଳେ ଭୁବନେଶ୍ୱର, କଟକ, ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ପାଗ କୋହଲା ଥିଲା। ପରେ କିଛି କିଛି ଜିଲ୍ଲାରେ ସ୍ୱଳ୍ପ ବର୍ଷା ହୋଇଛି। ଅନ୍ୟପକ୍ଷରେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ଆଜି ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର,ଢେଙ୍କାନାଳ, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଓ ଗଞ୍ଜାମ।
ଠିକ୍ ସେହିପରି ୩୦ ଓ ୧ତାରିଖରେ ମଧ୍ୟ କିଛି ଜିଲ୍ଲାରେ ହାଲ୍କାରୁ ମଧ୍ୟମ ଧରଣରବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପାଗ ମେଘୁଆ ରହିବା ସହିତ ଗୋଟିଏରୁ ଦୁଇଟି ସ୍ଥାନାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।
୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍କା ବର୍ଷା ହେବାର ସମ୍ଭାବନା ରହିଛି। ତା’ସହ ପାଗ ମେଘୁଆ ରହିପାରେ। ଭୁବନେଶ୍ୱରରେ କିଛି କିଛି ସ୍ଥାନରେ ହାଲ୍କା ବର୍ଷା ହେବାର ସମ୍ଭାବନା ରହିଛି।



