ବାସ୍ତବ ବ୍ୟୁରୋ-ଲଘୁଚାପର ଘନୀଭୂତ ପ୍ରକ୍ରିୟା ବିଳମ୍ବିତ ହେଉଛି । ତେବେ ଆସନ୍ତା ୭ ତାରିଖ ମଧ୍ୟରେ ଏହି ଲଘୁଚାପ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶ୍ବବର୍ତ୍ତୀ ଘନୀଭୂତ ହୋଇ ୱେଲମାର୍କଡଲୋ ପ୍ରେସରରେ ପରିଣତ ହେବାର ସମ୍ଭାବନା ରହିଛି । ଏପରିକି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହି ଲଘୁଚାପ ଆସନ୍ତା ୭ ତାରିଖ ଯାଏଁ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ।
ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ସମୂଦ୍ର ପତନ ଠାରୁ ଟ୍ରପୋସ୍ପିୟସ ମଧ୍ୟ ଭାଗ ପର୍ଯ୍ୟନ୍ତ ଲମ୍ବିଥିବା ସୂଚନା ଦେଇଛି । ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଂଚଳରେ ଦିବାରାତ୍ର ତାରତମ୍ୟରେ ସୃଷ୍ଟି ହୋଇଛି ମେଘବଳୟର ପ୍ରଭାବ ଏବଂ ସମୁଦ୍ର ପତ୍ତନରୁ ଉଚ୍ଚତା ସହ ବାୟୁର ନିୟମିତ ଦିଗ ପରିବର୍ତ୍ତନର ତୀବ୍ରତା ବୃଦ୍ଧି ଯୋଗୁ ସୃଷ୍ଟି ହୋଇଥିବା ଲଘୁଚାପର ଘନୀଭୂତ ପ୍ରକ୍ରିୟା ବିଳମ୍ବିତ ହେଉଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଅପରାହ୍ନରେ ଏକ ସତର୍କ ସୂଚନାରେ କୁହାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, କଟକ, ପୁରୀ, ରାୟଗଡା, ଗଜପତି, କନ୍ଧମାଳ, କଳାହାଣ୍ଡି, କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
