ବାସ୍ତବ ବ୍ୟୁରୋ: ଇସ୍ରୋର ଅଧ୍ୟକ୍ଷ ଏସ୍. ସୋମନାଥଙ୍କର ଦୁଇ ବର୍ଷ କାର୍ଯ୍ୟକାଳ ଶେଷ ହେବାକୁ ଆସିଛି। ସେ ୧୪ ଜାନୁଆରୀ ୨୦୨୨ରେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ, ISRO ସଫଳତାର ସହିତ ଅନେକ ଗୁରୁତ୍ୱପୂର୍ଣ୍ଣ ମିଶନକୁ କାର୍ଯ୍ୟକାରୀ କରିଛି।
ଭି ନାରାୟଣନ ହେବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ନୂଆ ଅଧ୍ୟକ୍ଷ। ଇସ୍ରୋ ଅଧ୍ୟକ୍ଷ ତଥା ଅନ୍ତରୀକ୍ଷ ବିଭାଗ ସଚିବ ଭାବେ ତାଙ୍କୁ କେନ୍ଦ୍ର ସରକାର ନିଯୁକ୍ତ କରିଛନ୍ତି। ଆସନ୍ତା ୧୪ ତାରିଖରେ ଭି ନାରାୟଣନ ଇସ୍ରୋର ବର୍ତ୍ତମାନ ଅଧ୍ୟକ୍ଷ ଏସ୍. ସୋମନାଥଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିବେ।
ଏ ନେଇ ସୂଚନା ଜାରି କରିଛି କେନ୍ଦ୍ର ସରକାରଙ୍କ କ୍ୟାବିନେଟ୍ ନିଯୁକ୍ତି କମିଟି। ୨ ବର୍ଷ ପର୍ଯ୍ୟନ୍ତ ସେ ଏହି ପଦରେ ରହିବେ। ଭି ନାରାୟଣନଙ୍କ ପଖରେ ପ୍ରାୟ ୪ ଦଶନ୍ଧିର ଅନୁଭବ ରହିଛି। ସେ ଭାରତୀୟ ଅନ୍ତରୀକ୍ଷ ସଂଗଠନରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦ ପଦବୀରେ ରହିଆସିଛନ୍ତି।