ଏପ୍ରିଲରୁ ବଢ଼ିପାରେ ବିଜୁଳି ଦର…

ବାସ୍ତବବ୍ୟୁରୋ: ବିଦ୍ୟୁତ୍ ଦର ନିର୍ଦ୍ଧାରଣ ଲାଗି ବିଭିନ୍ନ ବିଦ୍ୟୁତ ବିତରଣ କମ୍ପାନୀର ପ୍ରସ୍ତାବ ଉପରେ ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ (ଓଇଆରସି) ଶୁଣାଣି କରିବେ। ଏହା ଆସନ୍ତା ୧୭ରୁ ଆରମ୍ଭ ହୋଇ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ। କମ୍ପାନୀ ଗୁଡ଼ିକର ଯୁକ୍ତିକୁ ଯଦି ଓଇଆରସି ଗ୍ରହଣ କରନ୍ତି ତାହାହେଲେ ଆସନ୍ତା ଏପ୍ରିଲରୁ ବଢ଼ିପାରେ ବିଦ୍ୟୁତ ଶୁଳ୍କ।

ଲଗାତାର ତିନିବର୍ଷ ହେଲା ରାଜ୍ୟରେ ବିଦ୍ୟୁତ ଶୁଳ୍କ ବଢ଼ିନାହିଁ। ୨ ବର୍ଷ ବିଦ୍ୟୁତ ଶୁଳ୍କ ଅପରିବର୍ତ୍ତିତ ରହିଥିବାବେଳେ ଗତବର୍ଷ ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତି ସ୍ଲାବରେ ଖୁଚୁରା ଯୋଗାଣ ଦେୟ ୟୁନିଟ ପିଛା ୧୦ ପଇସା ହ୍ରାସ କରାଯାଇଥିଲା।ବର୍ତ୍ତମାନ ରାଜ୍ୟରେ ଘରୋଇ ଉପଭୋକ୍ତାଙ୍କ ପାଇଁ ବିଜୁଳି ଦର ୫୦ ୟୁନିଟ ପର୍ଯ୍ୟନ୍ତ ୨ ଟଙ୍କା ୯୦ ପଇସା, ୫୧ରୁ ୨୦୦ ୟୁନିଟ ପର୍ଯ୍ୟନ୍ତ ୪ ଟଙ୍କା ୭୦ ପଇସା, ୨୦୦ରୁ ୪୦୦ ୟୁନିଟ ପର୍ଯ୍ୟନ୍ତ ୫ ଟଙ୍କା ୭୦ ପଇସା ଏବଂ ୪୦୦ରୁ ଅଧିକ ୟୁନିଟ କ୍ଷେତ୍ରରେ ୟୁନିଟ୍ ପିଛା ୬ ଟଙ୍କା ୧୦ ପଇସା ରହିଛି। ବିଦ୍ୟୁତ୍ ଦର ବଢ଼ାଇବାକୁ କେତେକ କମ୍ପାନୀ ପ୍ରସ୍ତାବ ରଖିଥିବା ସୂଚନା ମିଳିଛି

ସେୟାର କରନ୍ତୁ

Next Post

ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ

Thu Feb 13 , 2025
ବାସ୍ତବ ବ୍ୟୁରୋ: ମଣିପୁରରେ ଲାଗୁ ହେଲା ରାଷ୍ଟ୍ରପତି ଶାସନ । ଗତ ୯ ତାରିଖରେ ଏନ୍‌ ବୀରେନ ସିଂହ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ କରାଯାଇଛି। ଏହା ସହିତ ୧୯୫୧ରୁ ଏପର୍ଯ୍ୟନ୍ତ ମଣିପୁରରେ ଏକାଦଶ ଥର ପାଇଁ ଜାରି ହୋଇଛି ରାଷ୍ଟ୍ରପତି ଶାସନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି, “ରାଜ୍ୟପାଳଙ୍କ ପାଖରୁ ଏକ ରିପୋର୍ଟ ପାଇବା ପରେ ଏବଂ ମୋ ଦ୍ୱାରା […]

You May Like

Pin It on Pinterest