ପ୍ରାୟ ୧ କୋଟି ମହିଳାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ୨ୟ କିସ୍ତି

ବାସ୍ତବ ବ୍ୟୁରୋ : ମହିଳା ଦିବସରେ ୧ କୋଟି ୬୩ ହଜାର ମହିଳାଙ୍କ ବ୍ୟାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା । ବ୍ରହ୍ମପୁର ସମାବେଶରେ ସୁଭଦ୍ରାର ୨ୟ କିସ୍ତି ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ସଭାରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହ, ପ୍ରଭାତୀ ପରିଡ଼ାଙ୍କ ବିଭିନ୍ନ ବିଭାଗର ମନ୍ତ୍ରୀ ଏବଂ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ରହିଥିଲେ । 

ସୁଭଦ୍ରା ଯୋଜନା ପାଇଁ ୧ କୋଟି  ୮ ଲକ୍ଷ ଆବେଦନ କରିଛନ୍ତି । ମାର୍ଚ୍ଚ  ୩୧ ମଧ୍ୟରେ ଆବେଦନ କରିଥିବା ହିତାଧିକାରୀଙ୍କୁ ସର୍ଭେ କରି ସାମିଲ କରିବେ ସରକାର । ସେମାନଙ୍କୁ ରାକ୍ଷୀ ପୂର୍ଣ୍ଣିମାରେ ଏକାଥରକେ ୩ଟି  କିସ୍ତି ଅର୍ଥାତ ୧୫ ହଜାର ଟଙ୍କା ମିଳିବ । ଜଣେ ବି ଯୋଗ୍ୟ ହିତାଧିକାରୀ ଯେପରି ଯୋଜନାରୁ ବାଦ୍‌ ପଡ଼ିବେନି ତାକୁ ଗୁରୁତ୍ୱ ଦେଇ ସରକାର ସବୁପ୍ରକାର ଅନୁକୂଳ ପଦକ୍ଷେପ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।

ସେୟାର କରନ୍ତୁ

Next Post

ପରଲୋକରେ ପୂର୍ବତନ ବିଧାୟକ ଅନନ୍ତ ଦାସ

Sun Mar 9 , 2025
ବାସ୍ତବ ବ୍ୟୁରୋ: ଆଜି ଭୋର ୪ ଟା ବେଳେ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସଙ୍କ ପରଲୋକ ହୋଇଯାଇଛି। ଏନେଇ ସୂଚନା ଦେଇଛନ୍ତି ପୁତ୍ର ଅଭିଜିତ ଦାସ । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଅନନ୍ତ ଗତ କିଛି ଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ। ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ତାଙ୍କର ପରଲୋକ ହୋଇଛି। ପୂର୍ବତନ […]

You May Like

Pin It on Pinterest