ଏପ୍ରିଲ ୩୦ରେ ସାରା ରାଜ୍ୟରେ ଅଖିମୁଠି ଅନୂକୁଳ କରିବ ବିଜେପି କୃଷକ ମୋର୍ଚ୍ଚା : ମହେଶ୍ୱର ସାହୁ

 ପ୍ରତ୍ୟେକ ବିଧାନସଭା କ୍ଷେତ୍ରରେ ଚାଷୀ ସମାବେଶ କରାଯିବ
 ଚାଷ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଚାଷୀମାନଙ୍କୁ ସମ୍ମାନିତ କରାଯିବ
 କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ବରିଷ୍ଠ ନେତୃବୃନ୍ଦ ଯୋଗଦାନ କରିବା ପାଇଁ ବିଜେପି କୃଷକ ମୋର୍ଚ୍ଚା ତରଫରୁ ନିମନ୍ତ୍ରଣ କରାଯିବ

ବାସ୍ତବବ୍ୟୁରୋ(ଭୁବନେଶ୍ୱର):ତା.୨୨/୦୪: ଅକ୍ଷୟ ତୃତୀୟା ହେଉଛି ଏକ କୃଷିଭିତିକ ପର୍ବ । ଓଡ଼ିଶାର ଆବାହନକାଳରୁ ଏହି ଦିନ ଚାଷୀ ନିଜ ଜମିରେ ପୂଜାର୍ଚ୍ଚନା କରିବା ସହ ମୁଠି ଅନୁକୁଳ କରି ଚାଷ କାମ ଆରମ୍ଭ କରିଥାଏ । ଏପ୍ରିଲ ୩୦ ତାରିଖ (ବୁଧବାର) ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବିଜେପି କୃଷକ ମୋର୍ଚ୍ଚା ସାରା ରାଜ୍ୟରେ ଅଖିମୁଠି ଅନୂକୁଳ କାର୍ଯ୍ୟକ୍ରମ କରିବ ।

ରାଜ୍ୟର ସମସ୍ତ ବିଧାନସଭା କ୍ଷେତ୍ରରେ ଏହି କାର୍ଯ୍ୟକ୍ରମ କରାଯିବ । ପ୍ରତ୍ୟେକ ବିଧାନସଭା କ୍ଷେତ୍ରରେ ଚାଷୀ ସମାବେଶ କରାଯିବ ବୋଲି ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ମହେଶ୍ୱର ସାହୁ ଏକ ପ୍ରେସ୍ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି ।
ଶ୍ରୀ ସାହୁ ପ୍ରେସ ବିଜ୍ଞପ୍ତିରେ ଦର୍ଶାଇଛନ୍ତି ଯେ, କୃଷି ଓ କୃଷକର ଉନ୍ନତି ପାଇଁ ବିଜେପି ସରକାର ବଦ୍ଧ ପରିକର । ଭାରତ ବର୍ଷର ଯଶସ୍ୱୀ ଲୋକପ୍ରିୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଚାଷୀମାନଙ୍କର ଆୟକୁ ଦୁଇ ଗୁଣା କରିବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି । ଧାନର ସହାୟକ ମୂଲ୍ୟ ୩୧୦୦ ଟଙ୍କାକୁ ବୃଦ୍ଧି କରିବା ସହ ସବୁ ବ୍ଲକରେ ଶୀତଳଭଣ୍ଡାର ଖୋଲିବା ପାଇଁ ଯୋଜନା କରଛନ୍ତି ।

ଚାଷୀମାନଙ୍କୁ ସମୃଦ୍ଧ କରିବା ପାଇଁ ଅନେକ କୃଷି କଲ୍ୟାଣୀକାରୀ ଯୋଜନା କରିଛନ୍ତି । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଏସବୁ ଯୋଜନା ଉପରେ ଚାଷୀମାନଙ୍କୁ ବିଜେପି କୃଷକ ମୋର୍ଚ୍ଚା ତରଫରୁ ଅବଗତ କରାଯିବ । ତତ୍‌ସହିତ ଚାଷ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଚାଷୀମାନଙ୍କୁ ସମ୍ମାନିତ କରାଯିବ । ଏସବୁ ଚାଷୀ ସମାବେଶ ଓ ଅକ୍ଷୟ ତୃତୀୟା ମୁଠି ଅନୁକୂଳ କାର୍ଯ୍ୟକ୍ରମରେ ସମସ୍ତ କେନ୍ଦ୍ର ଓ ରାଜ୍ୟ ମନ୍ତ୍ରୀ, ସାଂସଦ, ବିଧାୟକ ଓ ଦଳର ବରିଷ୍ଠ ନେତୃବୃନ୍ଦ ଯୋଗଦାନ କରିବା ପାଇଁ ବିଜେପି କୃଷକ ମୋର୍ଚ୍ଚା ତରଫରୁ ନିମନ୍ତ୍ରଣ କରାଯିବ ବୋଲି ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ଶ୍ରୀ ସାହୁ ପ୍ରେସ୍ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି ।

ସେୟାର କରନ୍ତୁ

Next Post

କ୍ୟାବିନେଟ୍‌ ବୈଠକରେ ୬ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ...

Wed Apr 23 , 2025
ବାସ୍ତବ ବ୍ୟୁରୋ: ଆଜି (ବୁଧବାର) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍‌ ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ମୋଟ ଛଅଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ମୁଖ୍ୟ ସଚିବ ମନୋଜ ଆହୁଜା । କ୍ୟାବିନେଟ୍ ବୈଠକରେ “ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬” ଉପରେ ବିସ୍ତୃତ ଆଲୋଚନା କରାଯାଇଛି। ଯାହା ଆଗାମୀ ଦଶନ୍ଧି ପାଇଁ ଓଡ଼ିଶାର ବିକାଶ ପଥ […]

You May Like

Pin It on Pinterest