ଚିକିତ୍ସା ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ

ବାସ୍ତବ ବ୍ୟୁରୋ: ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍‌ ସମସ୍ୟା ପାଇଁ ଚିକିତ୍ସିତ ହେବାକୁ ମୁମ୍ବାଇ ଯିବେ । ଏନେଇ ନିଜେ ‘ଏକ୍ସ’ରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି ନବୀନ ପଟ୍ଟନାୟକ । ସେ ଆସନ୍ତା ୨୨ ତାରିଖରେ ସେ ମୁମ୍ବାଇ ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରିବେ। 

ମୁମ୍ବାଇସ୍ଥିତ କୋକିଲାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍‌ପିଟାଲରେ ଏହି ଚିକିତ୍ସା ହେବ ନବୀନ। ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଚିକିତ୍ସା ହେବ।‌

ବିଜୁ ଜନତା ଦଳ (ବିଜେଡି) ସୁପ୍ରିମୋ କହିଛନ୍ତି, “ମୁଁ ଶୀଘ୍ର ସୁସ୍ଥ ହୋଇ ଫେରି ଆସିବି। ଓଡ଼ିଶାର ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି। ଏଥି ପାଇଁ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ମାଗୁଛି। ଓଡ଼ିଆ ଭାଇଭଉଣୀଙ୍କର ଶୁଭକାମନା ଚାହୁଁଛି।”

ତାଙ୍କର ସମର୍ଥକମାନେ ସାମାଜିକ ଗଣମାଧ୍ୟମ ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି। ନବୀନଙ୍କ ଏହି ଯାତ୍ରା ଏବଂ ଚିକିତ୍ସା ସମ୍ପର୍କରେ ଅଧିକ ତଥ୍ୟ ଶୀଘ୍ର ସାମ୍ନାକୁ ଆସିବ ବୋଲି ଆଶା କରାଯାଉଛି।

ସେୟାର କରନ୍ତୁ

Next Post

ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ..........

Fri Jun 20 , 2025
ବାସ୍ତବ ବ୍ୟୁରୋ: ଆଜି ୬୭ ବର୍ଷରେ ପାଦ ଥାପିଛନ୍ତି ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତିଙ୍କୁ ତାଙ୍କ ଜନ୍ମଦିନରେ ଅଭିନନ୍ଦନ ଜଣାଇ କହିଛନ୍ତି, “ତାଙ୍କ ଜୀବନ ଏବଂ ନେତୃତ୍ୱ ଦେଶର କୋଟି କୋଟି ଲୋକଙ୍କୁ ପ୍ରେରଣା ଦିଏ”। ପ୍ରଧାନମନ୍ତ୍ରୀ ମୋଦୀ ଟ୍ୱିଟ୍ କରିଛନ୍ତି, “ରାଷ୍ଟ୍ରପତିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା। ତାଙ୍କ ଜୀବନ ଏବଂ ନେତୃତ୍ୱ ଦେଶର କୋଟି କୋଟି ଲୋକଙ୍କୁ ପ୍ରେରଣା ଦିଏ। […]

You May Like

Pin It on Pinterest