ଜୁଲାଇ ୧ ସୁଦ୍ଧା ରାଜ୍ୟର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଶେଷ ହେବ:ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ

୨୯ରୁ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର(ନି.ପ୍ର)୨୮/୦୬: କେନ୍ଦ୍ର ନିର୍ବାଚନ ଅଧିକାରୀ ଡ. ବି. ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ୩ ଦିନ ଧରି ହେବାକୁ ଥିବା ଏହି ନିର୍ବାଚନ ପ୍ରକ୍ରିୟା ଜୁଲାଇ ୧ ସୁଦ୍ଧା ଶେଷ ହେବ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ ତଥା ସାଂସଦ ଶ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି ।

ଶ୍ରୀ ଷଡ଼ଙ୍ଗୀ କହିଛନ୍ତି ଯେ,ଏହି ନିର୍ବାଚନ ପ୍ରକ୍ରିୟାର ସୁପରିଚାଳନା ଓ ତଦାରଖ କରିବା ପାଇଁ କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ଶ୍ରୀ ସଞ୍ଜୟ ଜୟସ୍ୱାଲଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି । ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଶ୍ରୀ ଜୟସ୍ୱାଲ ଓଡ଼ିଶା ଗସ୍ତ କରିବେ ବୋଲି ସୂଚନା ପ୍ରାପ୍ତ ହୋଇଛି ।

ସୂଚନାଯୋଗ୍ୟ, ପ୍ରତି ୩ ବର୍ଷରେ ଥରେ ଭାରତୀୟ ଜନତା ପାର୍ଟିର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୁଏ । ବିଗତ ନିର୍ବାଚନ ପରି ଚଳିତ “ସାଙ୍ଗଠନିକ ନିର୍ବାଚନ ୨୦୨୪” ସ୍ଥାନୀୟ ସ୍ତରରୁ ଆରମ୍ଭ ହୋଇ ରାଷ୍ଟ୍ରୀୟ ସଭାପତିଙ୍କ ନିର୍ବାଚନରେ ଶେଷ ହେବ । ଏଥିମଧ୍ୟରେ ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ ସମିତି, ଜିଲ୍ଲା ସମିତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି ।

ସେୟାର କରନ୍ତୁ

Next Post

ବରଗଡ ଆରଏମସି ପଡିଆ ଠାରେ ଗରିବ କଲ୍ୟାଣ ଓ ବିକାଶ ସମାବେଶ ଅନୁଷ୍ଠିତ

Sat Jun 28 , 2025
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଏବଂ ରାଜ୍ୟ ଉଚ୍ଚଶିକ୍ଷା,କ୍ରୀଡା ଓ ସଂସ୍କୃତି ବିଭାଗ ମନ୍ତ୍ରୀ ୨୨୦୭.୭ ଲକ୍ଷ ଅଟକଳ ମୂଲ୍ୟର ୧୬ ଗୋଟି ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ ସହ ହିତାଧିକାରୀଙ୍କୁ ପ୍ରଦାନ କଲେ ବିଭିନ୍ନ ସରକାରୀ ସୁବିଧା। ବରଗଡ଼(ନବୀନ ଦାଶ) ୨୮/୦୬:ରାଜ୍ୟ ସରକାର ଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ଆଜି ସ୍ଥାନୀୟ ଆରଏମସି ପଡିଆ ଠାରେ ଗରିବ କଲ୍ୟାଣ ଏବଂ ବିକାଶ ସମାବେଶ ଅନୁଷ୍ଠିତ ହୋଇଛି।ସମାବେଶରେ ମୁଖ୍ୟ ଅତିଥି ଭାବେ […]

You May Like

Pin It on Pinterest