୨୪ ଘଣ୍ଟାରେ ରାଜ୍ୟରେ ବଡ଼ ବର୍ଷା 

ବାସ୍ତବ ବ୍ୟୁରୋ: ଓଡ଼ିଶାକୁ ରେଡ୍‌ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ଦକ୍ଷିଣ-ପୂର୍ବ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା, ବାଂଲାଦେଶ ଉପକୂଳ ଅଞ୍ଚଳରେ ସକ୍ରିୟ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଏହା ଆଗାମୀ ୨୪ ଘଣ୍ଟା ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ପଶ୍ଚିମବଙ୍ଗ ଆଡ଼କୁ ଗତିକରିବ । ଏହାର ପ୍ରଭାବରେ ଅତି ପ୍ରବଳ ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି ।

ବଜ୍ରପାତ ସହ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ କୁ ରେଡ୍‌ ଆଲର୍ଟ ଜାରି । ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ । ଆଗାମୀ ୨୪ଘଣ୍ଟା ପାଇଁ ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ାକୁ ଅରେଞ୍ଜ ଆଲର୍ଟ ସହ ଅନ୍ୟ ୧୬ଟି ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । 

ଅବପାତ ପ୍ରଭାବରେ ଆସନ୍ତା ୧୮ଜୁଲାଇ ଯାଏଁ ରାଜ୍ୟରେ ଲାଗିରହିବ ବର୍ଷା । ବିଶେଷକରି ଉତ୍ତର-ପଶ୍ଚିମ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି । ମହାନଦୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା, ବ୍ରାହ୍ମଣୀ ଅବବାହିକାରେ ବର୍ଷା ହେବ । ଯାହା ଫଳରେ ଏହି ସବୁ ନଦୀରେ ବନ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି ।

ସେୟାର କରନ୍ତୁ

Next Post

ଛାତ୍ରୀ ଆତ୍ମାହୂତି ଘଟଣା ପଛରେ ଛାତ୍ର କଂଗ୍ରେସର ନେତାମାନେ ଉସ୍‌କାଇଥିବା ପ୍ରମାଣ ସାମାଜିକ ଗଣମାଧ୍ୟମରେ ରହିଛି :ବିଜେପି

Mon Jul 14 , 2025
 କଂଗ୍ରେସ ସମୟରେ ଛବିରାଣୀ ହତ୍ୟାକାଣ୍ଡଠାରୁ ଆରମ୍ଭ କରି ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ, ଦିଲ୍ଲୀର ନୈନା ସାହାଣୀ ଭଳି ଘଟଣା ଘଟିଥିଲା ବିଜେପି ସରକାର ମହିଳାମାନଙ୍କ ପାଇଁ ସମର୍ପିତ ଘଟଣା ଘଟିବାର ୬ ଘଂଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀ କରି ହୀନ ରାଜନୀତି କରୁଛି କଂଗ୍ରେସ ମୁଖ୍ୟମନ୍ତ୍ରୀ ଏମ୍ସ ହସ୍ପିଟାଲ ଯାଇ ଡାକ୍ତରଖାନା କର୍ତୁପକ୍ଷଙ୍କ ସହ ଆଲୋଚନା କରିବା ସହ ପୀଡ଼ିତାଙ୍କ ପରିବାରକୁ ଭେଟ କରିଛନ୍ତିଭୁବନେଶ୍ୱର(ନି.ପ୍ର)୧୪/୦୭: […]

You May Like

Pin It on Pinterest