ଭୁବନେଶ୍ବର(ନି.ପ୍ର): ଆଜି ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। ଶାନ୍ତିପୂର୍ଣ୍ଣ ବନ୍ଦ ଡାକରା କଂଗ୍ରେସ ସମେତ ୮ଟି ରାଜନୈତିକ ଦଳ ଦେଇଛନ୍ତି।
ଆଜି ଅଖ ଚକ ବନ୍ଦ କରିବ କଂଗ୍ରେସ। ଗାଡ଼ି ମୋଟର ଚଳାଚଳ ବନ୍ଦ ରହିବ।ସେହିପରି ସ୍କୁଲ୍ କଲେଜ୍, ଦୋକାନ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିବ। ବନ୍ଦ ପାଳନ ବେଳେ ସ୍ବାସ୍ଥ୍ୟସେବାକୁ ବାଦ ଦିଆଯିବ। ମେଡିକାଲ୍, ମେଡିସିନ୍ ଷ୍ଟୋର, ଆମ୍ବୁଲାନ୍ସ ଭଳି ଜରୁରିକାଳୀନ ସେବା ଜାରି ରହିବ। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଂଗ୍ରେସ।
ଗାଡ଼ି ମୋଟର ଚଳାଚଳ ବନ୍ଦ ରହିବ
ସ୍କୁଲ୍ କଲେଜ୍, ଦୋକାନ ବଜାର ବନ୍ଦ ରହିବ। ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିବ, ସ୍ବାସ୍ଥ୍ୟସେବା ଜାରି ରହିବ
ମେଡିକାଲ୍, ମେଡିସିନ୍ ଷ୍ଟୋର ଖୋଲା
ଆମ୍ବୁଲାନ୍ସକୁ ବାଦ ଦିଆଯିବ ।
ଏହି ପରିପେକ୍ଷୀରେ ଗତକାଲି ୮ଘଣ୍ଟିଆ ବାଲେଶ୍ବର ବନ୍ଦ ଡାକରା ଦେଇଥିଲା ବିଜେଡି । FM ଛାତ୍ରୀ ମୃତ୍ୟୁକୁ ନେଇ ବାଲେଶ୍ବରରେ ରାଜରାସ୍ତାକୁ ଓହ୍ଲାଇଥିଲା ବିଜେଡି । ସକାଳ ୬ଟାରୁ ଧର୍ମଘଟ ଆରମ୍ଭ ହୋଇଥିବାବେଳେ ଦିନ ୨ଟାଏ ଯାଏଁ ଚାଲିଥିଲା ଆନ୍ଦୋଳନ । ରାସ୍ତାରେ ଟାୟାର ଜାଳି ପ୍ରତିବାଦ ଚଳାଇଥିଲେ ବିଜେଡି କର୍ମୀ । ହାତରେ ପୋଷ୍ଟର ଓ ପ୍ଲାକାର୍ଡ ଧରି ନାରାବାଜି କରିଥିଲେ । ବନ୍ଦ ପ୍ରଭାବରେ ସହରରେ ଦୋକାନ ବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଥିଲା । ସରକାରୀ ଓ ବେସରକାରୀ ଅଫିସ୍ ମଧ୍ୟ ବନ୍ଦ ରହିଥିଲା । ଅପରପକ୍ଷେ ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ କରିଥିଲା । ଏଫଏମ୍ ଛାତ୍ରୀଙ୍କୁ ନ୍ୟାୟ ଦାବିରେ କରିଥିଲେ ପ୍ରତିବାଦ । ବିଜେଡିର ବରିଷ୍ଠ ନେତାଙ୍କ ସହ ଯୁବ-ଛାତ୍ର ଓ ମହିଳା କର୍ମୀ ସାମିଲ ହୋଇଥିଲେ ଏହି ଆନ୍ଦୋଳନରେ ।



