
କେନ୍ଦ୍ରାପଡ଼ା(ଜୟନ୍ତ ଶତପଥୀ): କେନ୍ଦ୍ରାପଡ଼ା, ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଲାଇଭ ଷ୍ଟ୍ରିମିଙ୍ଗ ମାଧ୍ୟମରେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ପି.ଏମ କିଶାନ ସମ୍ମାନ ନିଧି ଅନ୍ତର୍ଗତ ଚାଷୀ ମାନଙ୍କୁ ସହାୟତା ରାଶି ହସ୍ତାନ୍ତର କାର୍ଯ୍ୟକ୍ରମକୁ ମାନ୍ୟବର ସାଂସଦ କେନ୍ଦ୍ରାପଡ଼ା ବୈଜୟନ୍ତ ପଣ୍ଡା,ମହାକାଳପଡା ବିଧାୟକ ଦୁର୍ଗାପ୍ରସନ୍ନ ନାୟକ, ଜିଲ୍ଲା ପରିଷଦ ସଭାପତି ଲିଳିତା ଦାସ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ସୁରେଶ ଚନ୍ଦ୍ର ମଲ୍ଲିକ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଏବଂ ଚାଷୀ ଉପସ୍ଥିତ ଥିଲେ ।
କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଦେଶର ୯ କୋଟି ୭୦ ଲକ୍ଷ ରୁ ଉର୍ଦ୍ଧ ଚାଷୀ ଭାଇ ଭଉଣୀ ମାନଙ୍କୁ ତାଙ୍କ ଜମା ଖାତାରେ ୨୦ ତମ କିସ୍ତି ମାଧ୍ୟମ ରେ ୨୦,୫୦୦ କୋଟି ଟଙ୍କା ହସ୍ତାନ୍ତର କରିଛନ୍ତି।ଏହି ଅବସରରେ କେନ୍ଦ୍ରାପଡ଼ା ଜିଲ୍ଲାର ୨୩୨ ଜଣ ଚାଷୀ ଙ୍କ ଜମାଖାତା କୁ ପ୍ରତ୍ୟେକ ୨୦୦୦ ଟଙ୍କା ହସ୍ତାନ୍ତର କରାଯାଇଛି। ତିନି ବର୍ଷକୁ ୬୦୦୦ ଟଙ୍କା ପ୍ରଦାନ କରାଯିବ ।



