ବାସ୍ତବ ବ୍ୟୁରୋ-ଆଜି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ଯେ, ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ ବଜ୍ରପାତ ଓ କୁଆପଥର ମାଡ଼ ହବାର ଆଶଙ୍କା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କଟକ, ଖୋର୍ଦ୍ଧା, ଭଦ୍ରକ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ,ଢ଼େଙ୍କାନାଳ, କନ୍ଧମାଳ, ନୟାଗଡ଼, ଗଞ୍ଜାମ ଆଦି ଜିଲ୍ଲାର ରହିଛି । ଏହି ସମୟରେ ଏସବୁ ଜିଲ୍ଲାରେ ୪୦ରୁ ୫୦କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।
ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, ବଲାଙ୍ଗୀର, ବୌଦ୍ଧ, ସୋନପୁର, ରାୟଗଡ଼ା, ଗଜପତି, କୋରାପୁଟ ଓ କଳାହାଣ୍ଡି ଆଦି ଜିଲ୍ଲା ଗୁଡିକରେ ୩୦ରୁ ୪୦କିମି ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା ରହିଛି । ଏ ନେଇ ଉପରୋକ୍ତ ଜିଲ୍ଲା ଗୁଡିକରେ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
