ପବିତ୍ର ରଥଯାତ୍ରା ଉପଲକ୍ଷେ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ….

ଭୁବନେଶ୍ୱର(ପ୍ରଶାନ୍ତ ପାଇକରାୟ): ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପବିତ୍ର ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ରଥଯାତ୍ରା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରିଥାଏ ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

‘‘ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା । ଏହା ଭାରତର କାଳଜୟୀ ଆଧ୍ୟାତ୍ମିକ ଏବଂ ସାଂସ୍କୃତିକ ଐତିହ୍ୟର ଏକ ଅନନ୍ୟ ଅଭିବ୍ୟକ୍ତି । ରଥଯାତ୍ରା ସହ ଜଡିତ ପରମ୍ପରା ଭାରତ ଏବଂ ବିଶ୍ୱର ଅନେକ ପିଢ଼ିକୁ ପ୍ରେରଣା ଦେଇଛି । ଏହା ବିନମ୍ରତା, ସାମୂହିକ ଅଂଶଗ୍ରହଣ ଏବଂ ନିଃସ୍ୱାର୍ଥପର ସେବାକୁ ପ୍ରତିଫଳିତ କରେ ।

ମହାପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟ, ସୁଖ ଏବଂ ସମୃଦ୍ଧି ପ୍ରଦାନ କରନ୍ତୁ । ସେ ଆମକୁ ସମସ୍ତ ପ୍ରୟାସ ପାଇଁ ଶକ୍ତି ଦିଅନ୍ତୁ ଏବଂ ସମାଜରେ ଏକତାର ଭାବନାକୁ ଆହୁରି ସୁଦୃଢ଼ କରନ୍ତୁ ।

ସେୟାର କରନ୍ତୁ

Next Post

ଏମ୍ସ ଭୁବନେଶ୍ୱର ଷଷ୍ଠ ସମାବର୍ତ୍ତନ ଉତ୍ସବ ପାଳନ...

Sat Jul 18 , 2026
ଏମ୍ସରୁ ସ୍ନାତକ ହାସଲ କରୁଥିବା ଡାକ୍ତରମାନେ “ଡକ୍ଟର ପ୍ଲସ୍” ଭାବରେ ଏକ ସ୍ୱତନ୍ତ୍ର ପରିଚୟ ବହନ କରନ୍ତି“ଆତ୍ମବିଶ୍ୱାସ ଏବଂ କରୁଣା ସହିତ ଧଳା କୋଟ୍ ପିନ୍ଧନ୍ତୁ”: କେନ୍ଦ୍ରମନ୍ତ୍ରୀ ଶ୍ରୀମତୀ ଅନୁପ୍ରିୟା ପଟେଲ ସେୟାର କରନ୍ତୁ

You May Like

Pin It on Pinterest