
କେନ୍ଦ୍ରାପଡ଼ା(ଚତୁର୍ଭୁଜ ଦାଶ)୧୪/୮: ବିଭାଜନ ବିଭୀଷିକା ସ୍ମୃତି ଦିବସ ଅବସରରେ କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।
ଏଥିରେ , ଜିଲ୍ଲାପାଳ ରଘୁରାମ ଆର ଆୟର,ଅତିରିକ୍ତ ଜିଲ୍ଲାପାଳ(ରାଜସ୍ବ) ରବୀନ୍ଦ୍ର କୁମାର ମଲ୍ଲିକ,ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ନବକ୍ରିଷ୍ଣ ଜେନା,, ଉପଜିଲ୍ଲାପାଳ ଅରୁଣ କୁମାର ନାୟକଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ, କର୍ମଚାରୀ ଏବଂ ବିଭିନ୍ନ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଯୋଗଦେଇଥିଲେ। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରିଥିବା ଏହି କ୍ୟାଣ୍ଡଲ ଶୋଭାଯାତ୍ରା କେନ୍ଦ୍ରାପଡ଼ା ନୂଆ ବସଷ୍ଟାଣ୍ଡ ପର୍ଯ୍ୟନ୍ତ ପରିକ୍ରମା କରି ବିଭାଜନର ବିଭୀଷିକାରେ ପ୍ରଭାବିତ ଲୋକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲା।
ଏହି ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନ ୧୧ ଟାରେ ୨ ମିନିଟ ନିରବ ପ୍ରାର୍ଥନା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାପାଳଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଥିଲା ।


