ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍ ଚିହ୍ନଟ

ବାସ୍ତବ ବ୍ୟୁରୋ: ଆଜି କେବଳ ପୁରୀ ରେ କଡା କଟକଣା ଭିତରେ ଅନୁଷ୍ଠିତ ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରସିଦ୍ଧ ରଥଯାତ୍ରା ।ତେବେ,ସୁପ୍ରିମକୋର୍ଟଙ୍କ ନିର୍ଦେଶ ଅନୁଯାୟୀ ରଥଯାତ୍ରା ପୂର୍ବରୁ, ଗତକାଲି ୧୧୪୩ଜଣ ସେବାୟତଙ୍କ କରୋନା ପରୀକ୍ଷା କରାଯାଇଥିଲା । ସେମାନଙ୍କ ଭିତରୁ ଜଣେ ମାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବାକି ସେବାୟତମାନଙ୍କ ରିପୋର୍ଟ ନେଗେଟିଭ୍ ଆସିଛି । ପଜିଟିଭ ଚିହ୍ନଟ ହୋଇଥିବା ସେବାୟତଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।ସେବାୟତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ରାଜ୍ୟରେ ୧୮ଟି ଜିଲ୍ଲାରୁ ୧୬୭ଜଣ କରୋନା ପଜିଟିଭ୍ ଚିହ୍ନଟ

Tue Jun 23 , 2020
ବାସ୍ତବ ବ୍ୟୁରୋ: ଆଜି ରାଜ୍ୟରେ ୧୮ଟି ଜିଲ୍ଲାରୁ ନୂଆ ୧୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏବେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୪୭୦କୁ ବୃଦ୍ଧି ପାଇଛି । ୧୬୭ଜଣଙ୍କ ଭିତରୁ ୧୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ବାକି ୧୫୦ଜଣ ସଙ୍ଗରୋଧ କେନ୍ଦ୍ରର । ମୋଟ୍ ୩୮୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୮୩ ରହିଛି । ୧୭ ଜଣ କରୋନା […]

You May Like

Pin It on Pinterest