ବାସ୍ତବ ବ୍ୟୁରୋ-ଆଜି ରାଜ୍ୟର ୨୩ଟି ଜିଲ୍ଲାରୁ ୨୬୪ ଜଣ ନୂତନ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏବେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୬୧୪ରେ ପହଁଞ୍ଚିଛି । ନୂଆ ୨୬୪ ଆକ୍ରାନ୍ତଙ୍କ ମଧ୍ୟରେ ୨୩୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୦ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୭୬, ଯାଜପୁରରୁ ୪୧, କେନ୍ଦୁଝରରୁ ୨୫, ଝାରସୁଗୁଡ଼ା ଓ ବରଗଡ଼ରୁ ୧୮ ଜଣ ଲେଖାଏଁ ମୟୂରଭଞ୍ଜ ଓ ଖୋର୍ଦ୍ଧାରୁ ୧୫, ବାଲେଶ୍ବର ଓ କଟକରୁ ୧୨ ଜଣ ଲେଖାଏଁ ଆକ୍ରାନ୍ତ, ପୁରୀରୁ ୭, ଅନୁଗୁଳ, ଜଗତସିଂହପୁର ଓ ସୁନ୍ଦରଗଡ଼ରୁ ୪-୪ ଜଣ, ମାଲକାନଗିରି, ନୟାଗଡ଼ ଓ ବଲାଙ୍ଗିରରୁ ୨ ଜଣ, କୋରାପୁଟ, ଭଦ୍ରକ, କନ୍ଧମାଳ, ନୂଆପଡ଼ା, ଗଜପତି, କଳାହାଣ୍ଡି ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
କରୋନା ସଂକ୍ରମିତଙ୍କ ମଧ୍ୟରୁ ୪୬୦୬ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୮୦ ରହିଛି । ତେବେ ୨୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।
