ଆଜି ରାଜ୍ୟର ୨୯ ଟି ଜିଲ୍ଲାରୁ ୧୪୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ

ବାସ୍ତବ ବ୍ୟୁରୋ-ଆଜି ରାଜ୍ୟରେ ୨୯ ଟି ଜିଲ୍ଲାରୁ ପୁଣି ୧୪୩୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୮୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୪୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୯୧୩ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଅନୁଗୁଳ ଜିଲ୍ଲାରୁ ୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୫ଜଣ, ଭଦ୍ରକ ଜିଲ୍ଲାରୁ ୨୫ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୯୧ଜଣ, ଜଗତସିଂହପୁର ଜିଲ୍ଲାୁ ୧୩ଜଣ, ଯାଜପୁର ଜିଲ୍ଲାରୁ ୫୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୮ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୮ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମାଲକାନଗିରି ଜିଲ୍ଲାରୁ ୨୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୬୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୯୭ଜଣ, ସମ୍ବଲପୁର ଜିଲ୍ଲାରୁ ୫୧ଜଣ, ସୋନପୁର ଜିଲ୍ଲାରୁ ୬ଜଣ, ସୁନ୍ଦରଗଡ଼଼ ଜିଲ୍ଲାରୁ ୭୬ଜଣ ରହିଛନ୍ତି ।

କରୋନା ଆକ୍ରାନ୍ତ ମଧ୍ୟରୁ ୧୩୪୦୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୨୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ଆଉ ୧୦ଜଣଙ୍କ ଜୀବନ ନେଇଛି କରୋନା । ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୭ ରେ ପହଞ୍ଚି ଯାଇଛି ।ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଯାଜପୁର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ଜଣେ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଜଣେ ରହିଛନ୍ତି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ମେଦାନ୍ତା ହସ୍ପିଟାଲ (Medanta Hospital)ରେ ଗୃହମନ୍ତ୍ରୀ ଅମିତ ଶାହା ହେଲେ ଆଡମିଟ୍....

Sun Aug 2 , 2020
ବାସ୍ତବ ବ୍ୟୁରୋ-ଗୃହମନ୍ତ୍ରୀ ଅମିତ ଶାହା କରୋନା ପଜିଟିଭ ବୋଲି ଜଣାପଡିଛି । ଏହା ପରେ ଡାକ୍ତରଙ୍କ ପରାମର୍ଶରେ ତାଙ୍କୁ ମେଡାଣ୍ଟା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗୃହମନ୍ତ୍ରୀ ଅମିତ ଶାହା ନିଜେ ଟ୍ୱିଟ କରି ଜଣାଇଛନ୍ତି । ସେ କହିଛନ୍ତି ଯେ ପ୍ରାରମ୍ଭିକ ଲକ୍ଷଣ ଦେଖାଇବା ପରେ ସେ କରୋନା ପରୀକ୍ଷା କରିଥିଲେ ଏବଂ ରିପୋର୍ଟ ପଜିଟିଭ ଆସିଥିଲା । ସେ କହିଛନ୍ତି ଯେ, ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଭଲ […]

You May Like

Pin It on Pinterest