ବାସ୍ତବ ବ୍ୟୁରୋ-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ବିଭିନ୍ନ ଜିଲ୍ଲାରେ ହାଲୁକା ରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ବରଗଡ, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହି ଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଉତ୍ତର- ପୂର୍ବ ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟରରୁ ୭.୬ କିଲୋମିଟର ମଧ୍ୟରେ ଏକ ସାଇକ୍ଲୋନିକ୍ ସଞ୍ଚାର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିଛି ।
