ବାସ୍ତବ ବ୍ୟୁରୋ-କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଓ ୧୦ ଲକ୍ଷ ଟଙ୍କାର ଜରିମାନା କରିଛନ୍ତି , କିନ୍ତୁ ସ୍ପେଶାଲ ସିବିଆଇ କୋର୍ଟ ଦଣ୍ଡାଦେଶ ଶୁଣାଇବାର କିଛି ସମୟ ପରେ ତାଙ୍କୁ ଜାମିନ ମିଳିଛି। ଦିଲୀପ ରାୟଙ୍କ ସହ ଅନ୍ୟ ଦୁଇ ଅଧିକାରୀଙ୍କୁ ମଧ୍ୟ ଜାମିନ ମିଳିଥିବା ଜଣାଯାଇଛି। ଜଣେ ଜାମିନଦାର ଓ ୧ ଲକ୍ଷ ଟଙ୍କାର ବେଲବଣ୍ଡରେ ଦିଲୀପ ରାୟଙ୍କୁ ଜାମିନ ମିଳିଛି ।
ସୂଚନାନୁଯାୟୀ, ୧୯୯୯ ମସିହାରେ ଝାଡଖଣ୍ଡର ଗିରିଡିହ ସ୍ଥିତ ବ୍ରହ୍ମାଡିଆ କୋଇଲା ଖଣି ଆବଣ୍ଟନରେ ହୋଇଥିବା ଅନିୟମିତତା ମାମଲାରେ ଦିଲ୍ଲୀପଙ୍କ ସମେତ ୪ ଜଣ ଦୋଷୀ ସାବ୍ୟସ୍ତ ହୋଇଥିଲେ । ଅକ୍ଟୋବର ୬ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟ ଏମାନଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଅକ୍ଟୋବର ୧୪ ତାରିଖରେ ସ୍ବତନ୍ତ୍ର ସିବିଆଇ କୋର୍ଟରେ ସିବିଆଇ ଓ ଅଭିଯୁକ୍ତମାନଙ୍କର ଓକିଲମାନଙ୍କ ପକ୍ଷରୁ ଦଣ୍ଡବିଧାନକୁ ନେଇ ଯୁକ୍ତି ଉପସ୍ଥାପନ କରାଯାଇଥିଲା। ଆଜି ସ୍ବତନ୍ତ୍ର ସିବିଆଇ କୋର୍ଟ ପୂର୍ବତନ କେନ୍ଦ୍ର କୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲୀପ ରାୟଙ୍କ ସମେତ ୪ଜଣ ଅଭିଯୁକ୍ତଙ୍କ ବିରୋଧରେ ଦଣ୍ଡ ଘୋଷଣା କରିଛନ୍ତି।
ଏହି ମାମଲାରେ ଅଦାଲତଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଥିଲେ ସ୍ପେଶାଲ ସିବିଆଇ କୋର୍ଟ, ତେବେ ଦଣ୍ଡାଦେଶ ଶୁଣାଇବାର କିଛି ସମୟପରେ ତାଙ୍କୁ ଓ କୋଇଲା ମନ୍ତ୍ରାଳୟର ଦୁଇ ପୂର୍ବତନ ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କୁମଧ୍ୟ ଜାମିନ ମିଳିଛି।, କାଷ୍ଟ୍ରନ୍ ଟେକନୋଲୋଜି ଲିମିଟେଡର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରୱାଲଙ୍କୁ ଦୋଷୀ ଦୋଷୀ ସାବ୍ୟସ୍ତ କରି, ଅଗ୍ରୱାଲଙ୍କ ମାଲିକାନାରେ ଥିବା ଦୁଇ କମ୍ପାନି ସିଟିଏଲ୍ ଓ ସିଏମଏଲକୁ ଯଥାକ୍ରମେ ୬୦ ଲକ୍ଷ ଓ ୧୦ ଲକ୍ଷ ଟଙ୍କା ଜରିମାନା କରିଛନ୍ତି।