ବାସ୍ତବବ୍ୟୁରୋ:ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ । ଆସନ୍ତା ୧୧ ତାରିଖ ଠାରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ,ପିଜି କାଉନସିଲ ସମ୍ମିଳନୀ ଗୃହରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ପରେ କୁଳପତି ସବିତା ଆଚାର୍ଯ୍ୟ, ଏ କଥା କହିଛନ୍ତି |

ତିନିଦିନ ତଳର କୋଭିଡ ନେଗେଟିଭ ରିପୋର୍ଟ ପ୍ରଦର୍ଶନ ଆଧାରରେ ଅନ୍ତେବାସୀଙ୍କୁ ହଷ୍ଟେଲରେ ରହିବାକୁ ଅନୁମତି ମିଳିବ। ଯେଉଁମାନଙ୍କ ପାଖରେ ଟେଷ୍ଟ ରିପୋର୍ଟ ନଥିବ ସେମାନଙ୍କ ଲାଗି କ୍ୟାମ୍ପସରେ ଏକ କୋଭିଡ ଟେଷ୍ଟ କ୍ୟାମ୍ପ ଖୋଲାଯିବ। ସେଠାରେ ମାଗଣାରେ ଟେଷ୍ଟ କରାଯାଇ ଛଡ଼ାଯିବ। ପୂରା କ୍ୟାମ୍ପସକୁ ବିଶୋଧନ କରାଯିବ। କୋଭିଡ ନିୟମ ପାଳନ କରାଯାଇ ଶିକ୍ଷାଦାନ କରାଯିବ।



