
ବାସ୍ତବବ୍ୟୁରୋ:ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାନୁଯାଇ ।୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଲାଗିରହିବ ।ଆଜି ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକରେ ଅଧିକ ବେଗରେ ପବନ ବହିବା ସହ ଘଟଘଡ଼ି, ବିଜୁଳିଓ ବର୍ଷା ହେବାର ସମ୍ଭାବନା ଅଛି ।
୧୧ ତାରିଖ ଦିନ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ରାୟଗଡ଼ା, ସୋନପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ଼ରେ ଏବଂ ୧୨ ତାରିଖ ଦିନ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କଟକ, ଅନୁଗୁଳ, ଢେଙ୍କାନାଳ ଓ ମୟୂରଭଞ୍ଜରେ ଝଡ଼ବର୍ଷା ହୋଇପାରେ । ଏଥିଯୋଗୁ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ତାପମାତ୍ରା ୨ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ଘଟିବ। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ସ୍ଥିତି ଲାଗି ରହିବ |



