ଆଜିର ରାଶିଫଳ

ମେଷ : ଆପଣଙ୍କ ଦିନ ମିଶ୍ର ଫଳଦାୟୀ ରହିବ। ପରିବାରଜନମାନଙ୍କ ସହିତ ବୈଠକର ଆପଣ ମହତ୍ଵପୂର୍ଣ୍ଣ ଚର୍ଚ୍ଚା-ବିଚାରଣା କରିବେ। ଘରର ସାଜ-ସଜ୍ଜାରେ ଆପଣଙ୍କୁ ପରିବର୍ତ୍ତନ କରିବାକୁ ଇଚ୍ଛା ହେବ। ଅଫିସ୍ କିମ୍ବା ବ୍ୟବସାୟ କ୍ଷେତ୍ରରେ ଅଧିକାରୀମାନଙ୍କ ସହିତ ମଧ୍ୟ ମହତ୍ଵପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଚର୍ଚ୍ଚା ହେବ। ସରକାରୀ ଲାଭ ମିଳିବାର ସମ୍ଭାବନା ଅଛି। ଅଫିସ୍ ସମ୍ବନ୍ଧିତ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। କାର୍ଯ୍ୟଭାର ବଢ଼ିପାରେ। ସ୍ଵାସ୍ଥ୍ୟ ମାମଲାରେ ଶାରୀରିକ ଆଳସ୍ୟ ସହିତ ଅଳ୍ପ ଅସୁସ୍ଥତା ଅନୁଭବ ହେବ। ମାତାଙ୍କଠାରୁ ଲାଭ ହେବାର ସମ୍ଭାବନା ଅଛି।

ବୃଷ : ନୂଆ କାର୍ଯ୍ୟର ପ୍ରେରଣା ମିଳିବ ଏବଂ ଆପଣ ତାଙ୍କୁ ପ୍ରାରମ୍ଭ କରିପାରିବେ। କୌଣସି ଧାର୍ମିକ ସ୍ଥଳ ଯାତ୍ରାକରି ଆପଣଙ୍କ ମନ ଭକ୍ତିମୟ ହୋଇଯିବ। ଲମ୍ବା ଯାତ୍ରାର ଯୋଗ ଅଛି। ଦୂର ସ୍ଥିତ ସ୍ନେହୀଜନ କିମ୍ବା ମିତ୍ରମାନଙ୍କର ଶୁଭ ସମାଚାର ମିଳିବ। ବ୍ୟାପାରରେ ଆର୍ଥିକ ଲାଭ ହୋଇପାରେ। ସ୍ଵାସ୍ଥ୍ୟ ମଧ୍ୟମ ରହିବ।

ମିଥୁନ : ନିଷେଧାତ୍ମକ ବିଚାରରୁ ଦୂରରେ ରହିବାକୁ ଉପଦେଶ। ନୂଆ କାର୍ଯ୍ୟର ପ୍ରାରମ୍ଭ ତଥା ସ୍ୱାସ୍ଥ୍ୟ ଉପଚାର ପ୍ରାରମ୍ଭ କରିବା ହୀତକର ନୁହେଁ। କ୍ରୋଧର ଭାବନାକୁ ନିୟନ୍ତ୍ରଣରେ ରଖିବେ। ନହେଲେ ଅନିଷ୍ଟକର ପ୍ରସଙ୍ଗର ସମ୍ଭାବନା ଅଛି। ଖର୍ଚ୍ଚ ଅଧିକ ହେବ। ଧନର ସଙ୍କଟ ଅନୁଭବ ହେବ। ନିଷେଧାତ୍ମକ ବିଚାରରୁ ଦୂରରେ ରହିବେ। ଆଧ୍ୟାତ୍ମିକତା ଏବଂ ଈଶ୍ଵରଙ୍କର ପ୍ରାର୍ଥନାରେ ଆଶ୍ୱସ୍ଥି ମିଳିବ।

କର୍କଟ : ବୈଭବ ଜୀବନଶୈଳୀ ତଥା ମନୋରଞ୍ଜନ ପ୍ରବୃତ୍ତିଗୁଡ଼ିକରେ ଆଜି ଆପଣ ଆନନ୍ଦିତ ରହିବେ। ବ୍ୟବସାୟ କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ସ୍ୱାସ୍ଥ୍ୟ ଭଲ ରହିବ। ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ। ଯାତ୍ରା କିମ୍ବା ପ୍ରବାସର ଆୟୋଜନ କରି ପାରିବେ।

ସିଂହ : ଆପଣଙ୍କ ଆଜିର ଦିନ ମଧ୍ୟମ ଫଳଦାୟୀ ହେବ। ପାରିବାରିକ ସଦସ୍ୟମାନଙ୍କ ସହିତ ବାଣୀରେ ନିୟନ୍ତ୍ରଣ ରଖିବେ। ଯାହାଫଳରେ ସଂଘର୍ଷ ଟାଳି ପାରିବେ। ଦୈନିକ କାର୍ଯ୍ୟରେ ବିଘ୍ନ ଆସିପାରେ। ସେଥିପାଇଁ କାର୍ଯ୍ୟ ସଂପନ୍ନ ହେବାରେ ସହାୟତା ମିଳିବ। ଅଧିକ ପରିଶ୍ରମ ପରେ ମଧ୍ୟ ପ୍ରାପ୍ତି କମ ହେବାରୁ ହତାଶା ଅନୁଭବ ହୋଇପାରେ। ମାତାଙ୍କର ଚିନ୍ତା ରହିବ।

କନ୍ୟା : ଆଜିର ଦିନ ଆପଣଙ୍କୁ କୌଣସି ଭାବରେ କଳହ ଏବଂ ଚର୍ଚ୍ଚାରୁ ଦୂରରେ ରହିବାକୁ ଉପଦେଶ। ଆକସ୍ମିକ ଖର୍ଚ୍ଚର ସମ୍ଭାବନା ଅଛି। ବିଦ୍ୟାର୍ଥିମାନଙ୍କପାଇଁ ପାଠପଢାରେ ବାଧା ଆସିବ। ପ୍ରିୟଜନମାନଙ୍କ ସହିତ ହେବାକୁଥିବା ସାକ୍ଷାତରେ ମନ ଆନନ୍ଦିତ ହେବ। ପେଟ ସମ୍ବନ୍ଧିତ ପୀଡା଼ ହୋଇପାରେ। ଶେୟାର-ସଟ୍ଟାରେ ନିବେଶ କରିବାରେ ସାବଧାନ ରହିବେ।

ତୁଳା : ଆପଣଙ୍କପାଇଁ ସମୟ ଶୁଭ ଅଟେ। ମନରେ ସମ୍ବେଦନଶୀଳତାର ମାତ୍ରା ଅଧିକ ରହିବ। ଶାରୀରିକ ଫୂର୍ତ୍ତିର ଅଭାବ ରହିବ। ମାନସିକ ବ୍ୟଗ୍ରତା ମଧ୍ୟ ରହିବ। ଧନ ଏବଂ କୀର୍ତ୍ତିର ହାନି ହେବ। ମାତାଙ୍କର ସ୍ଵାସ୍ଥ୍ୟର ଚିନ୍ତା ରହିବ। ନିକଟ ସମ୍ବନ୍ଧିମାନଙ୍କ ସହିତ ଝଗଡ଼ା କିମ୍ବା ବିବାଦର କାରଣରୁ ମନକୁ ଚୋଟ ପହଁଚିବାର ପ୍ରସଙ୍ଗ ବନିବ।

ବିଚ୍ଛା : ଆଜି ପୂରା ଦିନ ଆପଣ ପ୍ରସନ୍ନ ରହିବେ। କୌଣସି ନୂଆ କାର୍ଯ୍ୟର ପ୍ରାରମ୍ଭ କରି ପାରିବେ। ସାଥିମାନଙ୍କଠାରୁ ସୁଖ ଏବଂ ଆନନ୍ଦ ପ୍ରାପ୍ତି ହେବ। ମିତ୍ର ଏବଂ ସ୍ଵଜନମାନଙ୍କର ଭେଟ ହୋଇପାରେ। କୌଣସି କାମରେ ଆଜି ଆପଣଙ୍କୁ ସଫଳତା ମିଳିବ। ଆର୍ଥିକ ଲାଭ ଏବଂ ଭାଗ୍ୟବୃଦ୍ଧିର ଯୋଗ ଅଛି। ଭାଇ-ଭଉଣୀମାନଙ୍କଠାରୁ ଲାଭ ହେବ। ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସମକ୍ଷ ବିଜୟ ମିଳିବ। ସ୍ନେହ ସମ୍ବନ୍ଧ ବନିବ। ଛୋଟ ଯାତ୍ରାର ସମ୍ଭାବନା ଅଛି।

ଧନୁ : ଆପଣଙ୍କର ଦିନ ମିଶ୍ର ଫଳଦାୟୀ ଅଟେ। ଅସାମଞ୍ଜସ୍ୟ କାରଣରୁ ନିର୍ଣ୍ଣୟ ନେବା କଠିନ ହେବ। ମନରେ ବ୍ୟଗ୍ରତା ରହିବ। ପରିବାରଜନମାନଙ୍କ ସହିତ ମନମାଳିନ୍ୟ ନ ହେଉ ଏହାର ଧ୍ୟାନ ରଖିବେ। କାର୍ଯ୍ୟରେ ଅପେକ୍ଷିତ ସଫଳତା ନ ମିଳିବାରୁ ନିରାଶା ହେବ। କାର୍ଯ୍ୟଭାର ମଧ୍ୟ ବଢିପାରେ। ନିରର୍ଥକ ଅର୍ଥ ଖର୍ଚ୍ଚ ହେବ।

ମକର : ଜଗନ୍ନାଥଙ୍କର ଆଶୀର୍ବାଦରେ ଆଜି ଆପଣଙ୍କର ପ୍ରତ୍ୟେକ କାର୍ଯ୍ୟ ସରଳତାରେ ପୂର୍ଣ୍ଣ ହେବ। କାର୍ଯ୍ୟାଳୟରେ ତଥା ବ୍ୟବସାୟ ସ୍ଥଳରେ ଆପଣଙ୍କ ପ୍ରତିଷ୍ଠାରେ ବୃଦ୍ଧି ହେବ। ପଦୋନ୍ନତିର ଯୋଗ ଅଛି। ଗୃହସ୍ଥଜୀବନରେ ଆନନ୍ଦର ବାତାବରଣ ରହିବ। ଶାରୀରିକ ହାନିର ଯୋଗ ହେବାରୁ ସମ୍ଭାଳିକରି ରୁହନ୍ତୁ। ମିତ୍ର ତଥା ସ୍ନେହୀଜନମାନଙ୍କ ସାଥିରେ ଭେଟ ହେବ। ମାନସିକ ରୂପରେ ଶାନ୍ତି ରହିବେ।

କୁମ୍ଭ : ସ୍ଵାସ୍ଥ୍ୟ ପ୍ରତି ସତର୍କ ରହିବାକୁ ଉପଦେଶ। ମାନସିକ ସୁସ୍ଥତା କମ ରହିବ। କୋର୍ଟ-କଚେରୀର ମାମଲାରେ ପଡ଼ନ୍ତୁନାହିଁ। ଅନୁଚିତ ସ୍ଥାନରେ ପୁଞ୍ଜି ନିବେଶ ନ ହେଉ ଏହାର ଧ୍ୟାନ ରଖିବେ। ପରିବାରର ସଦସ୍ୟ ବିରୋଧୀ ବ୍ୟବହାର କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। ଧନ ଖର୍ଚ୍ଚର ଯୋଗ ଅଛି।

ମୀନ : ଆଜି ଆପଣ ପାରିବାରିକ ତଥା ସାମାଜିକ କଥାଗୁଡ଼ିକରେ ବିଶେଷ ଲିପ୍ତ ରହିବେ। ମିତ୍ରମାନଙ୍କସହ ଭେଟ ହେବ ଏବଂ ତାଙ୍କ ଖର୍ଚ୍ଚ କରିବାକୁ ପଡ଼ିବ। ରମଣୀୟ ସ୍ଥାନକୁ ଯାତ୍ରା କରିବାର ସମ୍ଭାବନା ଅଛି। ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ଜୀବନସାଥୀ ଇଚ୍ଛୁକଙ୍କୁ ଭଲ ଜୀବନସାଥୀ ମିଳିବାର ଯୋଗଅଛି।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ମୋଦିଙ୍କୁ ମନମୋହନଙ୍କ ୬ ସୂତ୍ରୀ ଫର୍ମୁଲା

Fri Sep 13 , 2019
ମାନ୍ଦାବସ୍ଥାର ମୁକାବିଲା ପାଇଁ ,ମନମୋହନଙ୍କ ୬ସୂତ୍ରୀ ଫର୍ମୁଲା…ମୋଦିଙ୍କ ପାଇଁ । ଦେଶର ଅର୍ଥନୈତିକ ମାନ୍ଦାବସ୍ଥା ପାଇଁ ,ଦେଶର ପୁର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କଡା ସମାଲୋଚନା କରିଛନ୍ତି ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କୁ। ସେ କହିଛନ୍ତି ଗଣମାଧ୍ୟମରେ ଚର୍ଚ୍ଚା ରେ ରହିବା ପାଇଁ ଆଗଭର ନହୋଇ ,ଦେଶର ଆର୍ଥିକ ଅଭିବୃଦ୍ଧି ପାଇଁ ଚେଷ୍ଟା କରିବା ଦରକାର । ଏକ ଇଂରାଜୀ ସମ୍ବାଦପତ୍ରକୁ ସାଖ୍ୟାତକାର ଦେଇ କହିଛନ୍ତି ,ଦେଶ ମାନ୍ଦାବସ୍ଥା କବଳରେ,ହେଲେ […]

You May Like

Pin It on Pinterest