ବିରୋଧି ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି – ଏମ୍ସ ନିର୍ଦ୍ଦେଶିକା

ବାସ୍ତବବ୍ୟୁରୋ:(ଭୁବନେଶ୍ୱର) ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକା ବି.ଗୀତାଞ୍ଜଳି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତିକି, କରୋନା ଆକ୍ରାନ୍ତ ହୋଇ ବିରୋଧି ଦଳ ନେତା ପ୍ରଦୀପ୍ତ ନାଏକ ଏମ୍ସରେ ଭର୍ତି ହୋଇଥିଲେ । ଶ୍ରୀ ନାୟକଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି । ସେ ଆଇସିୟୁରେ ଭେଣ୍ଟିଲେଟରରେ ଅଛନ୍ତି । ୪ ଜଣିଆ ଡାକ୍ତରୀ ଦଳ ଶ୍ରୀ ନାଏକଙ୍କ ସ୍ୱାସ୍ଥ୍ୟବସ୍ଥା ତଦାରଖ କରୁଛନ୍ତି ।

ଏହି ୪ ଜଣିଆ ଟିମ୍‌ରେ ଏମ୍ସର ୨ଜଣ ବରିଷ୍ଠ ଡାକ୍ତର ଓ ରାଜ୍ୟ ସରକାରଙ୍କ ୨ଜଣ ବରିଷ୍ଠ ଡାକ୍ତର ନିୟୋଜିତ ହୋଇଛନ୍ତି । ଆବଶ୍ୟକ ହେଲେ ଉନ୍ନତ ଚିକିତ୍ସା ସେବା ପାଇଁ ଶ୍ରୀ ନାଏକଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ । ହେଲେ ବର୍ତ୍ତମାନ ସେଭଳି ସ୍ଥିତି ନାହିଁ । ତଥାପି ଏହି ବିକଳ୍ପ ସବୁବେଳେ ଖୋଲା ରହିଛି ବୋଲି ଗଣମାଧ୍ୟମକୁ ଏମ୍ସ ନିର୍ଦ୍ଦେଶିକା ସୂଚନା ଦେଇଛନ୍ତି ।

ସେୟାର କରନ୍ତୁ

Leave a Reply

Your email address will not be published. Required fields are marked *

Next Post

ଆଜିର ଖାସ୍ ଖବର...

Sat May 8 , 2021
 ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୮୦୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୨୧ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୧୪୦କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୨୪୨୦୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୦୩୩୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୩୧୬୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି […]

You May Like

Pin It on Pinterest