ବାସ୍ତବବ୍ୟୁରୋ:(ଭୁବନେଶ୍ୱର) କରୋନା ସଙ୍କଟରୁ ମୁକୁଳିବା ପାଇଁ ପ୍ରାୟତଃ ରାଜ୍ୟ ଲକ୍ ଡାଉନ୍କୁ ଆପଣେଇଛନ୍ତି |ଏବେ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି ବୁଲା ଗାଈ-ଗୋରୁ,କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାରେ | ଏହାକୁ ଦୃଷ୍ଟିରେ ରଖି, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିଜସ୍ୱ ରିଲିଫ ପାଣ୍ଠିରୁ ପାଞ୍ଚୋଟି ମହାନଗର ନିଗମ ୪୮ଟି ମ୍ୟୁନିସ୍ପାଲିଟି ଓ ୬୧ଟି ଏନ୍ଏସିକୁ ଷାଠିଏ ଲକ୍ଷ ଟଙ୍କାର ସହାୟତା ମଞ୍ଜୁର କରିଛନ୍ତି ।
ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ଏହି ଅର୍ଥରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦିଆଯିବ । ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ଖର୍ଚ୍ଚ କରିପାରିବ , କଟକ, ସମ୍ବଲପୁର, ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିବା ପାଇଁ ନିର୍ଦ୍ଧେଶ ଦିଆଯାଇଛି ।