ବାସ୍ତବ ବ୍ୟୁରୋ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଘାରିଛି ଚାଷୀଙ୍କ ଚିନ୍ତା । ମରୁଡି ପରିସ୍ଥିତି ନେଇ ଜରୁରୀକାଳୀନ ବୈଠକ ପରେ ଆଜି ମହାକାଳେଶ୍ୱରଙ୍କ ଶରଣରେ ଯାଇ ପୂଜାର୍ଚ୍ଚନା କରିଛନ୍ତି ଶିବରାଜ ସିଂ ଚୌହାନ । ମୁଖ୍ୟମନ୍ତ୍ରୀ ଚୌହାନ୍‌ କହିଛନ୍ତି, ଅଗଷ୍ଟ ମାସରେ ରାଜ୍ୟରେ ମରୁଡ଼ି ପରସ୍ଥିତି ଦେଖା ଦେଇଛି। ଫଲସ ପ୍ରତି ବିପଦ ଦେଖା ଦେଇଛି। ଭଲ ବର୍ଷା କରାଇ ଫସଲ ରକ୍ଷା କରିବା ଲାଗି ମୁଁ ମହାକାଳଙ୍କୁ ପ୍ରାର୍ଥନା କରିଛି। […]

ନବୀନ ଦାଶ(ବରଗଡ): ବରଗଡ ଜିଲ୍ଲା ଝିଲିମିଣ୍ଡା ଜଗନ୍ନାଥ ଉଚ୍ଚ ବିଦ୍ୟାଳୟ ଠାରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ୧୬୨ତମ ଜନ୍ମ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି। ଏହି ସଭାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶିଶିର କୁମାର ଭୋଇ ସଭାପତିତ୍ବ କରିଥିଲେ। ସଭାରେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଧର୍ମରାଜ ପ୍ରଧାନ ସଂଯୋଜନା କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ବରଗଡର ବରିଷ୍ଠ ଓକିଲ ଅଚ୍ୟୁତାନନ୍ଦ ମହାପାତ୍ର ଯୋଗଦେଇ ଥିବା ବେଳେ ମୁଖ୍ୟ […]

ସଂଜୟ ଶତପଥୀ(କଟକ):୧।୯-ଦୀର୍ଘଦିନ ଧରି କଟକ ପୂର୍ବାଚଂଳ ବାସିନ୍ଦା ପୁରୀକୁ ଯିବା ନିମନ୍ତେ ଏସି ମୋ ବସ୍ ଚଳାଚଳ ପାଇଁ କରି ଆସୁଥିବା ଦାବି ଆଜି ବାସ୍ତବତାର ରୂପନେଇଛି । ଏହିଅବସରରେ ଆଜି (ଶୁକ୍ରବାର) ସକାଳ ୮ ଘଟିକା ୩୦ ମନିଟ୍ ସମୟରେ ମହାନଦୀବିହାର ମୋ ବସ ଷ୍ଟାଣ୍ଡରେ ପୁର୍ବତନ ବିଧାୟକ ଡଃ ପ୍ରଭାତ ରଞ୍ଜନ ବିଶ୍ଵାଳ ମୁଖ୍ୟଅତିଥି ଭାବେ ଯୋଗଦେଇ ପତକା ଦେଖାଇ ଏହି ସେବାର ଶୁଭାରମ୍ଭ କରିଥିଲେ । […]

ବାସ୍ତବ ବ୍ୟୁରୋ: କେନ୍ଦ୍ର ସରକାରଙ୍କ ଉଡ଼ାଣ ଯୋଜନାରେ ରାଜଧାନୀ ଭୁବନେଶ୍ୱରରୁ କଳାହାଣ୍ଡି ଜିଲାର ବହୁ ପ୍ରତିକ୍ଷିତ ଉତକେଲା ଏୟାରପୋର୍ଟକୁ ଆଜି ଆରମ୍ଭ ହୋଇଛି ବିମାନ ସେବା। ଭୁବନେଶ୍ୱର ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହାର ଫ୍ଲାଗ ଅଫ କାର୍ଯ୍ୟକ୍ରମ ଆୟୋଜିତ ହୋଇ ଯାଇଛି। ଏହା ପୂର୍ବରୁ ସକାଳ ୯ଟା ୭ରେ ଦିଲ୍ଲୀରୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଭର୍ଚୁଆଲ ମୋଡରେ ଏହାର ଉଦଘାଟନ […]

ବାସ୍ତବ ବ୍ୟୁରୋ: ମନ୍ତ୍ରୀ ବିକ୍ରମ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଖାଲିପଡ଼ିଥିଲା ବାଚସ୍ପତି ପଦ ପାଇଁ ଆସନ୍ତା ୨୧ ତାରିଖରେ ନିର୍ବାଚନ ହେବ ବୋଲି ସୂଚନା ମିଳିଛି। ଏଥିପାଇଁ ୧୮ ତାରିଖରେ ବାଚସ୍ପତି ପାଇଁ ଅଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ରହିଛି। ମେ’ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ମେ’ ୨୨ ତାରିଖରେ ତାଙ୍କୁ ଅର୍ଥ ବିଭାଗ ଦାୟିତ୍ୱ ଦିଆଯାଇଥିଲା। […]

ବାସ୍ତବ ବ୍ୟୁରୋ: ଆସନ୍ତା ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୩ ତାରିଖରୁ ପାଗର ପରିବର୍ତ୍ତନ ହେବ। ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ହେତୁ ରାଜ୍ୟରେ ୩ ତାରିଖରୁ […]

ବାସ୍ତବ ବ୍ୟୁରୋ: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଆଜି ଦିନରେ ଭଉଣୀ ନିଜ ଭାଇ ହାତରେ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ମନାସିଥାଏ। ରାକ୍ଷୀପୂର୍ଣ୍ଣିମାକୁ ନେଇ ଆଜି ସବୁଠି ଉତ୍ସାହ ଥିବା ବେଳେ ନୀତିକାନ୍ତିକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। ଆଜି ବିଷ୍ଟି ଯୋଗ ଥିବାରୁ ରାକ୍ଷୀ ବାନ୍ଧିବା ଉଚିତ କି ଅନୁଚିତ୍ ତାକୁ ନେଇ ଭିନ୍ନ ମତ ପ୍ରକାଶ ପାଇଛି। କିଛି ଜ୍ୟୋତିର୍ବିଦଙ୍କ କହିବା ଅନୁସାରେ ,୩୦ ତାରିଖରେ ରକ୍ଷା […]

ବାସ୍ତବ ବ୍ୟୁରୋ: ଆଗକୁ ନିର୍ବାଚନ ଥିବାରୁ ଖାଉଟିଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି କେନ୍ଦ୍ର ସରକାର । ଉଜ୍ଜଳା ଯୋଜନା ଆଧାରରେ ଗ୍ୟାସ ସିଲିଣ୍ଡର ଉପରେ ୨୦୦ ଟଙ୍କା ସବସିଡି ଦେବାକୁ ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ଏନେଇ ଆଜି କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିଛି । ଚଳିତ ମାସ ଅଗଷ୍ଟ ପହିଲାରୁ ପେଟ୍ରୋଲିୟନ କମ୍ପାନୀ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ୧୦୦ ଟଙ୍କା ହ୍ରାସ କରିଥିଲେ । ତେବେ […]

ବାସ୍ତବ ବ୍ୟୁରୋ: ଘୋଷଣା ହେଲା ଓଡିଶା ସିଭିଲ୍ ସର୍ଭିସ୍ ପ୍ରିଲିମ୍ ପରୀକ୍ଷା ତାରିଖ । ଆସନ୍ତା ଅକ୍ଟୋବର ୧୫ ତାରିଖରେ ପ୍ରିଲିମ୍ ପରୀକ୍ଷା ଦେବେ ଓଡିଶା ସିଭିଲ୍ ସର୍ଭିସ ଆଶାୟୀ । ଏନେଇ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି । ତେବେ ଏ ସମ୍ପର୍କିତ ବିସ୍ତୃତ ତଥ୍ୟ ଆଗାମୀ ଦିନରେ ୱେବସାଇଟ୍ ଜରିଆରେ ଓପିଏସସି ଜଣାଇଦେବ ବୋଲି ବିଜ୍ଞପ୍ତିରେ କୁହାଯାଇଛି । ତା […]

ନବୀନ ଦାଶ(ବରଗଡ଼):-ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅଧିନରେ ଟୋପ-ଖଲିଆ ପାଲି କୁତୁରୀ ଟିକ୍ରା ଆନ୍ଧ୍ରପଡ଼ା ରେ ଥିବା ରେଡ୍ଡୀ ଏଜେନ୍ସି ରେ ୱେଲଡିଂ ମେସିନ ସଜାଡିବାକୁ ଯାଇ ଜଣେ ୨୭ବର୍ଷୀୟାନ ଯୁବକ ମୁନୁ କୁମାର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ କରିଥିବା ଜଣାପଡିଛି। ପ୍ରକାଶ ଥାଉ କି ରାଞ୍ଚି ପଲାମୁ ଗାଆଁ ରୁ ଦୀର୍ଘ ଦିନରୁ ମୁନୁ କୁମାର ଆସି ଅତାବିରା ଟେମ୍ପୁ ଷ୍ଟାଣ୍ଡ ନିକଟରେ ଏକ ଇଲେକ୍ଟ୍ରିକାଲ […]

Pin It on Pinterest