ବାସ୍ତବ ବ୍ୟୁରୋ: ଇସ୍ରୋର ବହୁ ପ୍ରତୀକ୍ଷିତ ମୁନ୍ ମିଶନ ଚନ୍ଦ୍ରଯାନ-୩ର ଉତକ୍ଷେପଣ ସଫଳ ହୋଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତୀଶ ଧାବନ ଦ୍ୱିତୀୟ ଲଞ୍ଚ ପ୍ୟାଡରୁ ରକେଟର ଉତକ୍ଷେପଣ କରାଯାଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଦିନ ୨ଟା ୩୫ରେ LVM3-M4 ରକେଟ୍ ଯୋଗେ ଉଡାଣ ଭରିଛି ଚନ୍ଦ୍ରଯାନ-୩। ଇସ୍ରୋ ସୂଚନା ମୁତାବକ, ଉତକ୍ଷେପଣର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ସଫଳ ହୋଇଛି। ଭୂପୃଷ୍ଠ ଛାଡିବାର ୧୬ ମିନିଟ ପରେ ୧୮୦ […]
ବାସ୍ତବ ବ୍ୟୁରୋ: ଆସନ୍ତା କାଲି ( ଜୁଲାଇ ୧୪) ଅର୍ଥାତ ଶୁକ୍ରବାର ଅପରାହ୍ନ ୨ଟା ୩୫ମିନିଟରେ ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତିଶ ଧାୱନ ଲଞ୍ଚ୍ ପ୍ୟାଡରୁ ଉତକ୍ଷେପଣ ହେବ ଚନ୍ଦ୍ରଯାନ-୩। ଏଥିପାଇଁ ଆଜି ଦିନ ଗୋଟାଏରୁ କାଉଣ୍ଟଡାଉନ୍ ଆରମ୍ଭ ହୋଇସାରିଛି। ଗତକାଲି(ବୁଧବାର) ମଧ୍ୟ ରିହରସଲ୍ ସରିଛି। ଯଦି ଚନ୍ଦ୍ରଯାନ-୩ ସଫଳ ହୁଏ ତେବେ ଚନ୍ଦ୍ରପୃଷ୍ଠରେ ପାଦ ଥାପିବାରେ ଭାରତ ହୋଇଯିବ ବିଶ୍ୱର ଚତୁର୍ଥ ଦେଶ। ଏହା ପୂର୍ବରୁ ଆମେରିକା, ଚୀନ ଏବଂ ରୁଷିଆ […]
ବାସ୍ତବ ବ୍ୟୁରୋ: ଆଜି ବାୟୁସେନାର ସ୍ୱତନ୍ତ୍ର ବିମାନରେ ଯାଇ ଫ୍ରାନ୍ସରେ ପହଞ୍ଚିଛନ୍ତି ନରେନ୍ଦ୍ର ମୋଦୀ । ତେବେ ପ୍ରଧାନମନ୍ତ୍ରୀଙ୍କର ଏହା ଷଷ୍ଠ ଫ୍ରାନ୍ସ ଯାତ୍ରା । ପ୍ରଧାନମନ୍ତ୍ରୀ ପ୍ୟାରିସରେ ପହଞ୍ଚିବା ପରେ ଫ୍ରାନ୍ସ ପ୍ରଧାନମନ୍ତ୍ରୀ ଏଲିଜାବେଥ୍ ତାଙ୍କୁ ସ୍ୱାଗତ କରିଛନ୍ତି । ଫ୍ରାନ୍ସରେ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମେ ଫ୍ରାନ୍ସ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ । ଏହାପରେ ସିନେଟର ଅଧ୍ୟକ୍ଷଙ୍କ ସହ କଥାବାର୍ତ୍ତା କରିବେ । ଏହାପରେ ଯାଇ ମୋଦୀ ଭାରତୀୟ ସମୁଦାୟର […]
ବାସ୍ତବ ବ୍ୟୁରୋ: ଆସନ୍ତା ୨୬ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୨୬ ତାରିଖରେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତୀ ଉତ୍ସବର ଉଦ୍ଯାପନୀ ସମାରୋହ ଅନୁଷ୍ଠିତ ହେବ। ଏହି ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ପରେ ନେତାଜୀ ମ୍ୟୁଜିୟମ ବୁଲି ଯିବା ସହ କଟକ ଚଣ୍ଡୀ ମନ୍ଦିର ଯାଇ ମା’ଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ସେହିଭଳି ୨୭ ତାରିଖରେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ହୀରକ […]
ସଂଜୟ ଶତପଥୀ(କଟକ): କଟକ ମହାନଗର ନିଗମର ୨୧ ନମ୍ବର ଓ୍ବାର୍ଡ ର କର୍ପୋରେଟର କାର୍ଯ୍ୟାଳୟ ସ୍ଥାନୀୟ ଟାଉନ୍ ହଲ୍ ରୋଡ଼ ଠାରେ ପୂର୍ବତନ ବିଧାୟକ ତଥା କଟକ ଜିଲ୍ଲା ବିଜୁଜନତା ଦଳ ସଭାପତି ଶ୍ରୀ ଦେବାଶିଷ ସାମନ୍ତରାୟ ଙ୍କ କରକମଳରେ ଉଦଘାଟିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଶ୍ରୀ ସାମନ୍ତରାୟ ଯୋଗଦେଇ ପଣ୍ଡିତଙ୍କ ମନ୍ତ୍ରୋଚ୍ଚାରଣ ମଧ୍ୟରେ ରିବନ୍ କାଟି ନୂତନ କାର୍ଯ୍ୟାଳୟ ର ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।୨୧ ନମ୍ବର ଓ୍ବାର୍ଡ […]
ବାସ୍ତବ ବ୍ୟୁରୋ: ରାଜଧାନୀ ଦିଲ୍ଲୀରେ ଟମାଟୋ କିଲୋ ପ୍ରତି ଏବେ ୨୦୦ ଟଙ୍କା। କେବଳ ଦିଲ୍ଲୀ ନୁହେଁ ଦେଶର ଅନ୍ୟ କେତେକ ସ୍ଥାନରେ ମଧ୍ୟ ଟମାଟୋ ଦର ଆକାଶ ଛୁଆଁ। ତେବେ, ଟମାଟୋର ଆକାଶ ଛୁଆଁ ଦର ବୃଦ୍ଧିକୁ ଜନ ଅସନ୍ତୋଷ ତୀବ୍ର ହେବା ପରେ ଚେତିଛନ୍ତି କେନ୍ଦ୍ର ସରକାର। ଦେଶରେ ପ୍ରବଳ ବର୍ଷା ଯୋଗୁଁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶର ବିଭିନ୍ନ ସ୍ଥାନରେ ଟମାଟୋର ଖୁଚୁରା ମୂଲ୍ୟ କିଲୋ […]
ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରର ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୧୩ ଜୁଲାଇ, ଗୁରୁବାର ଅପରାହ୍ନ ମଧ୍ୟରେ ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏ ପରିସ୍ଥିତରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ […]
ବାସ୍ତବ ବ୍ୟୁରୋ: ବାହାନଗା ଟ୍ରେନ ଟ୍ରାଜେଡିରେ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି । ଦାୟିତ୍ୱରେ ଅବହେଳା କାରଣରୁ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । କାର୍ଯ୍ୟାନୁଷ୍ଠାନ ନେଇ ଜିଏମ ଅନିଲ କୁମାର ମିଶ୍ରା ସୁଚନା ଦେଇଛନ୍ତି । ବାହାନଗା ଦୁର୍ଘଟଣା ପରେ ଦକ୍ଷିଣ-ପୂର୍ବ ରେଳ ସୁରକ୍ଷା କମିସନର ରେଳବାଇ ବୋର୍ଡକୁ ଯେଉଁ ରିପୋର୍ଟ ଦେଇଥିଲେ, ସେଥିରେ ମାନବୀୟ ତ୍ରୁଟି ବିଶେଷ କରି ସିଗନାଲ, ବୈଷୟିକ ତ୍ରୁଟି ଓ କର୍ମଚାରୀଙ୍କ ଅବହେଳାକୁ ଦାୟୀ କରାଯାଇଥିଲା […]
ବାସ୍ତବ ବ୍ୟୁରୋ: ୬ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ନେପାଳର ମାଉଣ୍ଟ ଏଭରେଷ୍ଟ ନିକଟ ଲାମଜୁରାରେ କ୍ରାଶ୍ କରି ଯାଇଥିବା ଜଣାଯାଇଛି। ସକାଳ ପ୍ରାୟ ୧୦ଟା ୧୫ମିନିଟରେ ହେଲିକପ୍ଟର ସହ ଯୋଗାଯୋଗ ବିଚ୍ଛିନ୍ନ ହୋଇ ଯାଇଥିଲା ଓ ତାହା ନିଖୋଜ ହୋଇ ଯାଇଥିଲା। ହେଲିକପ୍ଟରଟି ୬ ଯାତ୍ରୀଙ୍କୁ ଧରି ଆଜି ସକାଳେ ସୋଲୁଖୁମ୍ବୁରୁ କାଠମାଣ୍ଡୁ ଅଭିମୁଖେ ଯାତ୍ରା କରୁଥିଲା। ଉକ୍ତ ୬ ଜଣଙ୍କ ମଧ୍ୟରେ ୫ ଜଣ ବିଦେଶୀ […]
ବାସ୍ତବ ବ୍ୟୁରୋ: ମୌସୁମୀ ନିମ୍ନ ଚାପ ରେଖା ଆଜି (ମଙ୍ଗଳବାର) ରାଜସ୍ଥାନର ଜଶେଲମେରରୁ ବାହାରି ସିକର, ଓରାଇ, ସୁଲତାନପୁର, ପାଟନା ଏବଂ ପଶ୍ଚିମବଙ୍ଗର ମାଲଦା ଦେଇ ପୂର୍ବଦିଗରେ ଅରୁଣାଚଳ-ପ୍ରଦେଶ ଯାଏଁ ଲମ୍ବିଛି ଏବଂ ଏହା ବାୟୁମଣ୍ଡଳରେ ୦.୯ କିଲୋମିଟର ଉଚ୍ଚତା ଯାଏଁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ବୁଧବାର ଅପରାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭାରତୀୟ […]


