ବାସ୍ତବ ବ୍ୟୁରୋ: ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହେଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଆହୁରି ତୀବ୍ର ବା ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା […]

ବାସ୍ତବ ବ୍ୟୁରୋ: କେନ୍ଦ୍ରାପଡାର ପୂର୍ବତନ ବିଧାୟକ ତଥା ପୂର୍ବତନ ବିଜେଡି ଜିଲା ସଭାପତି ଉତ୍କଳ କେଶରୀ ପରିଡାଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା । ଦୀର୍ଘ ଦିନଧରି ସେ ଅସୁସ୍ଥ ଥିବା ବେଳେ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଆଜି ସକାଳ ସାଢେ ୯ଟାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାଯାଇଛି। ଉତ୍କଳ କେଶରୀ ପରିଡା କେନ୍ଦ୍ରାପଡା ଡେରାବିଶ ବ୍ଲକ୍ ଅନ୍ତର୍ଗତ […]

ସଂଜୟ ଶତପଥୀ(କଟକ): ଆଗାମୀ ମାସର ୧୫ ତାରିଖ ରୁ ଆରମ୍ଭ ହେବାକୁ ଯାଉଥିବା କଟକର ଐତିହାସିକ ବାଲିଯାତ୍ରା ମହୋତ୍ସବ ବିଗତ ବର୍ଷଠାରୁ ଅଧୂକ ଆକର୍ଷଣୀୟ ହେବ ବୋଲି କହିଛନ୍ତି କଟକର ମାନନୀୟ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେ। କଟକର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ରେ ଥିବା ସଭାଗୃହ ରେ ଏକ ସାମ୍ବାଦିକ ସମ୍ମିଳନୀରେ କଟକର ମାନନୀୟ ଜିଲ୍ଲାପାଳ ସାମ୍ବାଦିକଙ୍କୁ ଆଗାମୀ ବାଲିଯାତ୍ରା ମହୋତ୍ସବ ବିଷୟରେ ଅବଗତ କରିବା ସହ […]

ବାସ୍ତବ ବ୍ୟୁରୋ: ଆରମ୍ଭ ହୋଇଛି କାର୍ତ୍ତିକ ମାସ । ପ୍ରାୟତଃ ସବୁ ଓଡ଼ିଆଙ୍କ ଘରେ ଆମିଷ ବାରଣ । ମାତ୍ର ଏତିକିବେଳେ ପରିବା ବଜାରର ତାତି କାର୍ତ୍ତିକ ମାସ ପାଳନକୁ ଅଧିକ କଷ୍ଟଦାୟକ କରିଛି। ବଜାରରେ କୌଣସି ସବୁଜ ପରିବା ଦର ୫୦ ଟଙ୍କା ତଳକୁ ନାହିଁ। କେବଳ ଆଳୁ, ସାରୁ ଓ କଖାରୁକୁ ବାଦ୍‌ ଦେଲେ ଅନ୍ୟ ସବୁ ପରିବା ୧୦୦ ଟଙ୍କା ପାର୍‌ କରିଯାଇଛି। ଏହି ଦରବୃଦ୍ଧି କାରଣରୁ […]

ବାସ୍ତବ ବ୍ୟୁରୋ: ଭୁବନେଶ୍ୱରର ଅଧିକାଂଶ ଅଞ୍ଚଳରେ ୨୪ ଘଣ୍ଟା ଧରି ବନ୍ଦ ରହିବ ପାନୀୟ ଜଳ ଯୋଗାଣ। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ଅପରାହ୍ନ ୨ଟାରୁ ଶନିବାର ୨ଟା ପର୍ଯ୍ୟନ୍ତ ପାନୀୟ ଜଳ ଯୋଗାଣ ବନ୍ଦ ରହିବ। ମୁଖ୍ୟ ଜଳ ଯୋଗାଣ ପାଇପ୍‌ ମରାମତି ଯୋଗୁ ମୁଣ୍ଡଳିରୁ ଜଳ ଯୋଗାଣ ବନ୍ଦ ରହିବ। ତେଣୁ ଜଳ ସଞ୍ଚୟ କରି ରଖିବା ପାଇଁ ୱାଟ୍‌କୋ-୧ ମହାପ୍ରବନ୍ଧକ ରାଜଧାନୀବାସୀଙ୍କୁ ଅନୁରୋଧ କରିଛନ୍ତି। ଜଳ ଯୋଗାଣ ବନ୍ଦ […]

ବାସ୍ତବ ବ୍ୟୁରୋ: ଆଜି ସ୍ୱିଡେନର ନୋବେଲ ଆସେମ୍ବଲି ୨୦୨୪ ବର୍ଷ ପାଇଁ ଅର୍ଥନୀତିରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ତିନି ଜଣ ଅର୍ଥଶାସ୍ତ୍ରୀଙ୍କୁ ଦିଆଯିବ ଚଳିତ ବର୍ଷର ନୋବେଲ ଅର୍ଥନୀତି ପୁରସ୍କାର। ଅନୁଷ୍ଠାନ ଗୁଡ଼ିକ କିପରି ଗଠନ ହୁଏ ଏବଂ ସମୃଦ୍ଧିକୁ କିପରି ପ୍ରଭାବିତ କରେ ସେ ବିଷୟରେ ଅଧ୍ୟୟନ ପାଇଁ ଅର୍ଥନୀତିରେ ୨୦୨୪ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି । ଆମେରିକାର ଡେରନ୍ ଆସେମୋଗ୍ଲୁ, ସାଇମନ ଜନସନ ଓ ଜେମ୍ସ […]

ସଂଜୟ ଶତପଥୀ(କଟକ): ଆଜି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝି କଟକ ସହରର ୪୦ଟି ପୂଜା ମଣ୍ଡପ ଦର୍ଶନ କରିଥିଲେ। ପ୍ରଥମେ ପ୍ରତାପ ନଗରୀ ପୂଜା ମଣ୍ଡପରେ ମୁଖ୍ୟମନ୍ତ୍ରୀ ପହଂଚିଥିଲେ। ସେଠାରେ କଟକ ନଗର ବିଜେପି ନେତୃବୃନ୍ଦ ତଥା ପୂଜା କମିଟି କାର୍ଯ୍ୟକର୍ତ୍ତା ମାନେ ପାଛୋଟି ନେଇଥିଲେ।ପରେ ପରେ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ବିଭିନ୍ନ ମଣ୍ଡପ ବୁଲି ମା ଙ୍କୁ ପୂଜା ଆରାଧନା, ଆଳତି ଆଦି […]

ବାସ୍ତବ ବ୍ୟୁରୋ: ରତନ ଟାଟାଙ୍କ ଦେହାନ୍ତ ପରେ ଟାଟା ଟ୍ରଷ୍ଟ୍ରର ଅଧ୍ୟକ୍ଷ କିଏ ହେବ ତାହାକୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଶୁକ୍ରବାର ଅର୍ଥାତ ଅକ୍ଟୋବର ୧୧ ତାରିଖରେ ଟାଟା ଟ୍ରଷ୍ଟକୁ  ନୂତନ ଅଧ୍ୟକ୍ଷ ମିଳିଯାଇଛି। ଟ୍ରଷ୍ଟ ରତନ ଟାଟାଙ୍କ ସାବତ ଭାଇ ନୋଏଲ୍ ଟାଟାଙ୍କୁ ନୂତନ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛି।  ସୂଚନା ଅନୁସାରେ, ଟାଟା ଗ୍ରୁପର ମାଲିକ ଦିବଂଗତ ରତନ ନବଲ ଟାଟା ଦୀର୍ଘ ଦିନ ପର୍ଯ୍ୟନ୍ତ […]

ବାସ୍ତବ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କରିଛନ୍ତି ବଡ଼ ଘୋଷଣା। ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲର ଭଡ଼ା ଛାଡ଼ ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ରାଜଧାନୀ ଭୁବନେଶ୍ବର ଓ କଟକ ସମେତ ରାଜ୍ୟର ସବୁ ପୂଜା ପେଣ୍ଡାଲର ଭଡ଼ା ଛାଡ଼ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବାବ ପରେ ଏହି ଘୋଷଣା କରାଯାଇଛି। ବିଜେପି ସରକାର ପ୍ରଥମ ଥର କ୍ଷମତାକୁ ଆସିବା ପରେ ପୂଜା ମଣ୍ଡପମାନଙ୍କୁ ଦେଇଛନ୍ତି ପୂଜା ଭେଟି […]

ବାସ୍ତବ ବ୍ୟୁରୋ: ୨୦୨୪ ପାଇଁ ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଜାପାନର ସଂଗଠନ ନିହୋନ୍ ହିଡାନକିଓକୁ ମିଳବ ଚଳିତ ବର୍ଷର ଏହି ଶ୍ରେଷ୍ଠ ସମ୍ମାନ। ପରମାଣୁ ଅସ୍ତ୍ର ବିରୋଧରେ ଅଭିଯାନ ପାଇଁ ଏହି ସଂଗଠନକୁ ନୋବେଲ ଶାନ୍ତି ପୁରସ୍କାର ଦିଆଯିବ। ଏନେଇ ଆଜି ନୋବେଲ ଆସେମ୍ବଲିରେ ଘୋଷଣା କରାଯାଇଛି।  ସୂଚନାଯୋଗ୍ୟ, ୧୯୪୫ରେ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଆମେରିକା ଜାପାନର ହିରୋସିଆ ଓ ନାଗାସାକି ଉପରେ ପରମାଣୁ ବୋମା ପକାଇଥିଲା। ଏହି […]

Pin It on Pinterest