ବାସ୍ତବ ବ୍ୟୁରୋ: ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେପି ତା’ର ପାର୍ଥୀ ତାଲିକା ପ୍ରକାଶ କରିଛି। ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବ, ଗୁଜରାଟରୁ ଜେପି ନଡ୍ଡା ଏବଂ ମହାରାଷ୍ଟ୍ରରୁ ଅଶୋକ ଚୌହାନ ରାଜ୍ୟସଭା ଯିବେ । ୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ୱିନୀ। ଏଥର ବି ଅଶ୍ୱିନୀଙ୍କୁ ସମର୍ଥନ ଜଣାଇଥିବା ନେଇ ବିଧିବଦ୍ଧ ଭାବେ ଘୋଷଣା କରିଛି ବିଜେଡି। ରାଜ୍ୟରେ ଖାଲି ହେଉଥିବା ୩ଟି ରାଜ୍ୟସଭା ଆସନ ପାଇଁ ଦୁଇ ଦିନ […]
ଦେଶ ଓ ବିଦେଶ
ଲଗାତାର ଷଷ୍ଠ ଥର ପାଇଁ ରେପୋ ରେଟରେ କୌଣସି ପରିବର୍ତ୍ତନ ଆଣିଲାନି ଆରବିଆଇ। ୬.୫ ପ୍ରତିଶତରେ ରେପୋ ରେଟକୁ ଅପରିବର୍ତ୍ତିତ ରଖିଛି ରିଜର୍ଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ। ଭାରତୀୟ ରିଜର୍ଭ ବ୍ୟାଙ୍କ ଆଜି ଏହାର ମୁଦ୍ରା ନୀତି(ଆରବିଆଇ କ୍ରେଡିଟ୍ ପଲିସି) ଘୋଷଣା କରିଛି। ରେପୋ ରେଟ୍ ଏବଂ ରିଭର୍ସ ରେପୋ ରେଟରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି। ସେଣ୍ଟ୍ରାଲ୍ ବ୍ୟାଙ୍କ୍ ମନିଟାରୀ ପଲିସି କମିଟି (ଏମପିସି)ର ଛଅ ଜଣିଆ ସଦସ୍ୟ […]
ଉତ୍ତରାଖଣ୍ଡ ଦେଶର ପ୍ରଥମ ରାଜ୍ୟ ଭାବେ ଏକକ ନାଗରିକ ସଂହିତା ବିଲ୍କୁ ପାରିତ କରିଛି। ଆଜି ଉତ୍ତରାଖଣ୍ଡ ବିଧାନସଭାରେ ୟୁସିସି ବିଲ ପାସ୍ ହୋଇଛି। ୟୁସିସିର ଅର୍ଥ ରାଜ୍ୟ ବା ଦେଶରେ ରହୁଥିବା ସବୁ ଧର୍ମର ଲୋକଙ୍କ ପାଇଁ ଗୋଟିଏ ପ୍ରକାରର ଆଇନ ରହିବ। ବିବାହ, ବିଚ୍ଛେଦ, ଉତ୍ତରାଧିକାର ଓ ପୋଷ୍ୟଗ୍ରହଣ ଆଦି ପାଇଁ ଗୋଟିଏ ପ୍ରକାରର ଆଇନ କାର୍ଯ୍ୟକାରୀ ହେବ। ବିଲ୍ ପାସ୍ ହେବା ପରେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର […]
ବାସ୍ତବ ବ୍ୟୁରୋ: ଶୁକ୍ରବାର ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଚମ୍ପାଇ ସୋରେନ । ରାଂଚିରେ ରାଜ୍ୟପାଳ ସିପି ରାଧାକୃଷ୍ଣନ ଚମ୍ପାଇଙ୍କୁ ଗୋପନୀୟତା ଓ ପଦର ଶପଥପାଠ କରାଇଛନ୍ତି । ତାଙ୍କ ବ୍ୟତୀତ ଅନ୍ୟ ଦୁଇଜଣ ବିଧାୟକ ଆଲାମଗିର ଆଲାମ (କଂଗ୍ରେସ) ଏବଂ ସତ୍ୟନନ୍ଦ ଭୋକତା (ଆରଜେଡି) ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଜମି ଦୁର୍ନୀତି ମାମଲାରେ ହେମନ୍ତ ଚାରିପଟୁ ଫସିବା ପରେ ଜେଏମଏମ ବିଧାୟକ ଦଳର […]
ବାସ୍ତବ ବ୍ୟୁରୋ: ଆସନ୍ତା ଫେବୃଆରୀ ୨୭ରେ ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟସଭା ଆସନ ପାଇଁ ହେବ ରାଜ୍ୟସଭା ନିର୍ବାଚନ। ଏଥିନିମନ୍ତେ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ। ଆସନ୍ତା ଏପ୍ରିଲ ୩ରେ ଓଡ଼ିଶାର ୩ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରିବ। ଏହି ୩ ସାଂସଦ ହେଲେ ବିଜେଡିର ଅମର ପଟ୍ଟନାୟକ ଓ ପ୍ରଶାନ୍ତ ନନ୍ଦ ଏବଂ ବିଜେପିର ଅଶ୍ୱିନୀ ବୈଷ୍ଣବ। ଏହି ନିର୍ବାଚନ ପାଇଁ ନିର୍ବାଚନ ପାଇଁ ଫେବୃଆରୀ ୮ରେ […]
ବାସ୍ତବ ବ୍ୟୁରୋ : ୯ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ପୁଣି ଶପଥ ଗ୍ରହଣ କରିଛନ୍ତି ନୀତୀଶ କୁମାର। ରାଜଭବନରେ ତାଙ୍କୁ ରାଜ୍ୟପାଳ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ଆଉ ୮ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ନୀତୀଶଙ୍କ ଏହି ଶପଥ ଗ୍ରହଣ ସମାରୋହରେ ବିଜେପି ସଭାପତି ଜେପି ନଡ୍ଡା ମଧ୍ୟ ଉପସ୍ଥିତ ଥିଲେ। ସମ୍ରାଟ ଚୌଧୁରୀ, ବିଜୟ ସିହ୍ନା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ […]
ବାସ୍ତବ ବ୍ୟୁରୋ: ଲୋକସଭା ନିର୍ବାଚନ ପୂର୍ବରୁ ୨୩ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଦାୟିତ୍ୱ ବରିଷ୍ଠ ନେତାଙ୍କୁ ଦେଇଛି ପଦ୍ମଦଳ । ବିଜୟ ସିଂହ ତୋମାରଙ୍କୁ ଓଡ଼ିଶା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇ ଥିବାବେଳେ ଦଳର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ମିଳିଛି ଉତ୍ତର ପ୍ରଦେଶ ଦାୟିତ୍ୱ। ସେହିପରି ଲତା ଉସେଣ୍ଡିଙ୍କୁ ଓଡ଼ିଶା ସହ ପ୍ରଭାରୀ ଦାୟିତ୍ୱ ମିଳିଛି। ୨୦୧୪ ନିର୍ବାଚନରେ ଉତ୍ତର ପ୍ରଦେଶ ପ୍ରଭାରୀ ଦାୟିତ୍ୱ ତୁଲାଇ ଥିଲେ ଅମିତ ଶାହ। ଏହାପରେ ୨୦୧୯ରେ ରାଷ୍ଟ୍ରୀୟ […]
ବାସ୍ତବ ବ୍ୟୁରୋ: ଅଯୋଧ୍ୟା ରାମ ମନ୍ଦିରରେ ସଂପନ୍ନ ହେଲା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ। କାଶୀ ପୀଠର ବେଦଜ୍ଞ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସଂପନ୍ନ କରିଛନ୍ତି। ମୁଖ୍ୟ ଯଜମାନ ଭାବେ ଦାୟିତ୍ୱ ନିର୍ବାହ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗର୍ଭଗୃହରେ ସୁନା ବେଶରେ ରାମଲଲାଙ୍କ ମନୋରମ ଛବି ମନ ମୋହୁଛି। ପ୍ରଥମେ ପବିତ୍ର ସରଯୁ ନଦୀରେ ସ୍ନାନ ତର୍ପଣ ପରେ ପୂର୍ବ ଦିଗରେ ମନ୍ଦିର ମଧ୍ୟକୁ ପ୍ରବେଶ କରିବା ପରେ ପ୍ରାଣ ପ୍ରତିଷ୍ଠା ରୀତିନୀତି […]
ବାସ୍ତବ ବ୍ୟୁରୋ: ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଦିନ ଅର୍ଥାତ ଜାନୁଆରି ୨୨ ତାରିଖରେ ସମ୍ପୂର୍ଣ୍ଣ ଦେଶରେ ଅଧାଦିନର ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ସରକାରଙ୍କ ଦ୍ବାରା ଜାରି କରାଯାଇଥିବା ଚିଠିରେ ଉଲ୍ଲେଖ ରହିଛି କି, କର୍ମଚାରୀଙ୍କ ଭାବନା ଓ ସେମାନଙ୍କ ଅନୁରୋଧ କ୍ରମେ କେନ୍ଦ୍ର ସରକାର ଦେଶରେ ଅଧାଦିନର ଛୁଟି ଘୋଷଣା କରିଛନ୍ତି। କେନ୍ଦ୍ର ରାଜ୍ୟ ମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି, ‘ ରାମ […]
ବାସ୍ତବ ବ୍ୟୁରୋ : ସାରା ବିଶ୍ୱରେ ସୋସିଆଲ ମିଡ଼ିଆ ‘ଏକ୍ସ’ର ସର୍ଭର ଡାଉନ ହୋଇଥିବା ସୂଚନା ମିଳିଛି। ଫଳରେ ନିଜ ଟାଇମ ଲାଇନ କିମ୍ବା ଅନ୍ୟ ଟାଇମ ଲାଇନ ଦେଖିପାରୁନାହାନ୍ତି ବ୍ୟବହାରକାରୀ। ସର୍ଭର ଡାଉନ୍ ଯୋଗୁ ଟାଇମ ଲାଇନ ବ୍ଲାଙ୍କ୍ ହୋଇଯାଇଛି। ପ୍ରାୟ ଦିନ ୧୧ଟାରୁ ସର୍ଭର ଡାଉନ୍ ରହିଛି। ମାଇକ୍ରୋ ବ୍ଲଗିଂଗ ସାଇଟ ‘ଏକ୍ସ’ର ସର୍ଭର ଡାଉନ୍ ପରେ ସୋସିଆଲ ମିଡିଆ ୟୁଜର୍ସ ଅସୁବିଧାରେ ପଡ଼ିଛନ୍ତି। ମୋବାଇଲ ଓ ଡେସ୍କଟପ୍ରେ […]


