ବାସ୍ତବ ବ୍ୟୁରୋ: ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ ଯେଉଁ ଚାରି ମାସର ସମୟ ଦେଇଥିଲା ତାହା ଆଜି (ଶନିବାର) ଶେଷ ହେଉଥିଲା। ହେଲେ ଏହାକୁ ଆରବିଆଇ ବଢାଇ ଦେଇଛି। ଆରବିଆଇ ଦ୍ବାରା ଜାରି ବିବୃତିରେ କୁହାଯାଇଛି ଯେ ୨୦୨୩ ମସିହା ଅକ୍ଟୋବର ୭ ତାରିଖ ଯାଏ ଦୁଇ ହଜାର ଟଙ୍କିଆ ନୋଟ୍ ବଦଳାଇ ହେବ। ଅକ୍ଟୋବର ୮ ତାରିଖରୁ ବ୍ୟାଙ୍କ ଶାଖାରେ ଦୁଇ […]

ବାସ୍ତବ ବ୍ୟୁରୋ: ବିଶ୍ବକର୍ମା ପୂଜା ଅବସରରେ ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କୌଳିକ ବୃତ୍ତିକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ଏପରି ଏକ ଯୋଜନାର ଆରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ କୌଳିକ ବୃତ୍ତିଧାରୀଙ୍କୁ ୫% ସୁଧ ହାରରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇଦେବେ ସରକାର। ୧୮ ବର୍ଗର କୌଳିକ ବୃତ୍ତିଧାରୀଙ୍କୁ ମିଳିବ ଏହି ସୁବିଧା। ଏଥିପାଇଁ ୫ ବର୍ଷରେ ୧୩ ହଜାର […]

ବାସ୍ତବ ବ୍ୟୁରୋ: ୭୩ ବର୍ଷରେ ପାଦ ଥାପିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶଠୁ ବିଦେଶ, ସବୁଠୁ ନେତା ଓ ଜନତା ଜଣାଉଛନ୍ତୁ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା। ଏହି ଅବସରରେ ସମଗ୍ର ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏଥିସହ କେନ୍ଦ୍ର ସରକାରଙ୍କ ପକ୍ଷରୁ ଲୋକକଲ୍ୟାଣକାରୀ ଯୋଜନାର ଶୁଭାରମ୍ଭ ହେବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ୧୯୫୦ ମସିହା ଆଜିର ତାରିଖରେ ଗୁଜରାଟ ଭାଡ଼ନଗରର ଏକ ମଧ୍ୟବିତ ପରିବାରରେ ଜନ୍ମ ନେଇଥିଲେ ମୋଦି। ତାଙ୍କ […]

ବାସ୍ତବ ବ୍ୟୁରୋ: ଆଜି ଜି-୨୦ ଶିଖର ସମ୍ମିଳନୀକୁ ସାଙ୍ଗ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା ଭାର ବ୍ରାଜିଲ ରାଷ୍ଟ୍ରପତି ଲୁଇଜ ଇନାସିଓ ଲୁଲା ଦା ସିଲଭାଙ୍କୁ ହସ୍ତାନ୍ତର କରିଛନ୍ତି। ସମ୍ମିଳନୀର ଶେଷ ବକ୍ତବ୍ୟରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଗତକାଲି ଆମେ ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର’ ଅଧିବେଶନରେ ବ୍ୟାପକ ଆଲୋଚନା କରିଥିଲୁ। ଆଜି ଜି-୨୦ ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତର ଦୃଷ୍ଟିକୋଣକୁ ନେଇ ଆଶାବାଦୀ ଉଦ୍ୟମ […]

ବାସ୍ତବ ବ୍ୟୁରୋ: ଦିଲ୍ଲୀରେ ଆୟୋଜିତ G-୨୦ ଶିଖର ସମ୍ମିଳନୀରେ ଆଫ୍ରିକୀୟ ୟୁନିଅନକୁ ସ୍ଥାୟୀ ସଦସ୍ୟ ଭାବରେ G-୨୦ରେ ଅନ୍ତର୍ଭୁକ୍ତ କରାଯାଇଛି । G-୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଆଫ୍ରିକୀୟ ୟୁନିଅନକୁ ସ୍ଥାୟୀ ସଦସ୍ୟ ଭାବେ ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କର ସ୍ବାଗତ ଭାଷଣରେ କହିଛନ୍ତି ଯେ “ଆପଣଙ୍କ ସମସ୍ତଙ୍କ ସହମତିରେ ଏହି ସମ୍ମିଳନୀ ପ୍ରକ୍ରିୟା ଆରମ୍ଭ କରିବା ପୂର୍ବରୁ ମୁଁ ଆଫ୍ରିକୀୟ ୟୁନିଅନର ଚେୟାରମ୍ୟାନଙ୍କୁ G-୨୦ ର […]

ଜି-୨୦ ସମ୍ମିଳନୀରେ ଭାଗ ନେବାକୁ ଆଜି ଭାରତ ଆସୁଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ନୂଆଦିଲ୍ଲୀରେ ପହଞ୍ଚିବା ପରେ ରାଷ୍ଟ୍ରପତି ବାଇଡେନ ସିଧା ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଦ୍ବିପାକ୍ଷିକ ଆଲୋଚନାରେ ଭାଗ ନେବା ପାଇଁ।  ନୂଆଦିଲ୍ଲୀରେ ରାଷ୍ଟ୍ରପତି ବାଇଡେନଙ୍କ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ବାହ୍ୟ ସ୍ତରରେ ଅର୍ଦ୍ଧସାମରିକ ବାହିନୀ ନିୟୋଜିତ ରହିବେ। ଦ୍ବିତୀୟ ସ୍ତରରେ ଭାରତର […]

ବାସ୍ତବ ବ୍ୟୁରୋ: ଆଜି (ଗୁରୁବାର) ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜ୍ୟର ବିଧାୟକଙ୍କ ଦରମା ବୃଦ୍ଧି ନେଇ ଘୋଷଣା କରିଛନ୍ତି । ଘୋଷଣା ମୁତାବକ ଏବେ ପଶ୍ଚିମବଙ୍ଗର ବିଧାୟକମାନେ ୪୦ ହଜାର ଟଙ୍କା ମାସିକ ଅଧିକ ଦରମା ପାଇବେ । ହେଲେ ନିଜ ଦରମାର କୌଣସି ବୃଦ୍ଧି ହୋଇନଥିବା କଥା କହିଛନ୍ତି ମମତା ବାନାର୍ଜୀ । କାରଣ ଦୀର୍ଘବର୍ଷ ହେବ ମମତା ବାନାର୍ଜୀ ବିଧାୟକ କିମ୍ବା ମୁଖ୍ୟମନ୍ତ୍ରୀ ପଦରେ ଥିଲେ […]

ବାସ୍ତବ ବ୍ୟୁରୋ: ଆସାମର ଏକ ପ୍ଲାଷ୍ଟିକ ଗୋଡାଉନରେ ନିଆଁ ଲାଗିଯାଇଛି। ଫଳରେ ଲକ୍ଷ୍ୟାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ଆଜି ଏହି ଭୟଙ୍କର ଦୁର୍ଘଟଣା ଘଟିଛି। କାମରୁପ ମେଟ୍ରୋ ଜିଲ୍ଲାରେ ଥିବା ଜୋରବାତ ପ୍ଲାଷ୍ଟିକ ଗୋଡାଉନରେ ଅଗ୍ନିକାଣ୍ଡ ଘଟିଥିଲା। ସ୍ଥାନୀୟ ଲୋକଙ୍କଠୁ ଖବର ପାଇ ପୁଲିସ ଓ ଅଗ୍ନିଶମ ବାହିନୀ ପହଁଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। କିନ୍ତୁ ଲକ୍ଷ୍ୟାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ପୁଲିସ କହିଛି […]

ବାସ୍ତବ ବ୍ୟୁରୋ: ୱାର୍ଲଡ ଅଫ୍ ଷ୍ଟାଟିଷ୍ଟିକ୍ସ ଏକ ରିପୋର୍ଟ ମୁତାବକ ଗ୍ଲୋବାଲ ଆର୍ଥିକ ସଂକଟ କାରଣରୁ ସାରା ବିଶ୍ୱରେ ବେରୋଜଗାରୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ବିଶେଷ କରି କୋଭିଡ-୧୯ ମହମାରୀ ଓ ଋଷ-ୟୁକ୍ରେନ ଯୁଦ୍ଧ ପରେ ବିଶ୍ୱ ପାଇଁ ଆର୍ଥିକ ଚ୍ୟାଲେଞ୍ଜ ବୃଦ୍ଧି ପାଇଛି । ଅନେକ ଦେଶ ଏବେ ଆର୍ଥିକ ସଂକଟ ଦେଇ ଗତି କରିବ ବୋଲି ଅନୁମାନ ମଧ୍ୟ କରାଯାଉଛି । ସେହି ଦେଶମାନଙ୍କ […]

ବାସ୍ତବ ବ୍ୟୁରୋ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ଘାରିଛି ଚାଷୀଙ୍କ ଚିନ୍ତା । ମରୁଡି ପରିସ୍ଥିତି ନେଇ ଜରୁରୀକାଳୀନ ବୈଠକ ପରେ ଆଜି ମହାକାଳେଶ୍ୱରଙ୍କ ଶରଣରେ ଯାଇ ପୂଜାର୍ଚ୍ଚନା କରିଛନ୍ତି ଶିବରାଜ ସିଂ ଚୌହାନ । ମୁଖ୍ୟମନ୍ତ୍ରୀ ଚୌହାନ୍‌ କହିଛନ୍ତି, ଅଗଷ୍ଟ ମାସରେ ରାଜ୍ୟରେ ମରୁଡ଼ି ପରସ୍ଥିତି ଦେଖା ଦେଇଛି। ଫଲସ ପ୍ରତି ବିପଦ ଦେଖା ଦେଇଛି। ଭଲ ବର୍ଷା କରାଇ ଫସଲ ରକ୍ଷା କରିବା ଲାଗି ମୁଁ ମହାକାଳଙ୍କୁ ପ୍ରାର୍ଥନା କରିଛି। […]

Pin It on Pinterest