ବାସ୍ତବ ବ୍ୟୁରୋ: ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି। ଆଜି(ରବିବାର) ସକାଳ ୮ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୧.୯୭ ଫୁଟ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୪,୨୫,୩୮୩ କ୍ୟୁସେକ ଜଳ ପ୍ରବେଶ କରୁଛି। ୨୦ଟି ଗେଟ ଦେଇ ଜଳ ନିଷ୍କାସନ କରାଯାଉଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାରରୁ ୩,୧୭,୬୭୯ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୧.୯୫ ଫୁଟ ରହିଥିଲା। […]

ବାସ୍ତବ ବ୍ୟୁରୋ: ଓଡିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ରାଜ୍ୟ ବିଜେପି କାର୍ୟ୍ୟାଳୟରେ ଦଳୀୟ କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି । ମନରୁ ଦ୍ୱନ୍ଦ୍ୱ ଦୂର କରି ଲଢେଇ ପାଇଁ ପ୍ରସ୍ତୁତ ରହିବା ସହିତ, ଯେଉଁ ଦାୟିତ୍ୱ ଦିଆଯାଇଛି, ସେ ଅନୁଯାୟୀ କାମ କରନ୍ତୁ ବୋଲି କହିଛନ୍ତି ଅମିତ ଶାହା । ସୂଚନାନୁଯାୟୀ, ଦୁଇଦିନିଆ ଗସ୍ତରେ ଆସି ନୂଆଦିଲ୍ଲୀ ଫେରିବା ପୂର୍ବରୁ ପ୍ରାୟ ୪ଘଣ୍ଟା ଧରି ଦଳୀୟ ରାଜ୍ୟ କାର୍ଯ୍ୟାଳୟରେ ଦଳର […]

ବାସ୍ତବ ବ୍ୟୁରୋ: ସାହାରା ଗ୍ରୁପରେ ଦୀର୍ଘଦିନ ଧରି ଫଶି ରହିଥିବା ଟଙ୍କା ଫେରସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜି(ଶୁକ୍ରବାର) କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଦିଲ୍ଲୀ ଠାରେ ସାହାରା ରିଫଣ୍ଡ ପୋର୍ଟାଲ ମାଧ୍ୟମରେ ଟଙ୍କା ଫେରସ୍ତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଏହି କ୍ରମରେ ଆଜି ୧୧୨ ଜଣ ଜମାକାରୀଙ୍କୁ ବ୍ୟାଙ୍କ ଖାତାକୁ ୧୦ ହଜାର ଟଙ୍କା ଲେଖାଏଁ ଟଙ୍କା ଫେରାଇଛନ୍ତି । ଏନେଇ ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି […]

ବାସ୍ତବ ବ୍ୟୁରୋ: ଉପରମୁଣ୍ଡରେ ବର୍ଷା ଯୋଗୁଁ ହୀରାକୁଦରେ ବଢ଼ିବାରେ ଲାଗିଛି ଜଳସ୍ତର । ଆଜି ସଂଧ୍ୟା ସୁଦ୍ଧା ୧୦ଟି ଗେଟ୍ ଖୋଲିବ । ଏନେଇ ସୂଚନା ଦେଇଛନ୍ତି ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ । ଅପରାହ୍ଣ ସାଢ଼େ ୨ଟା ସୁଦ୍ଧା ୫ଟି ଗେଟ୍ । ପରେ ସାଢ଼େ ୫ଟା ସୁଦ୍ଧା ଅନ୍ୟ ୫ଟି ଗେଟ୍ ଖୋଲାଯିବ । ୧୦ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେବ । ହୀରାକୁଦରେ ୬୧୬ ଦଶମିକ […]

ବାସ୍ତବ ବ୍ୟୁରୋ: ଗୃହମନ୍ତ୍ରୀ ଅମିତ ଶାହଙ୍କ ଗସ୍ତ ପୂର୍ବରୁ ଘୋଷଣା ହେଲା ମନମୋହନ ସାମଲଙ୍କ ନୂଆ ଟିମ । ବିଜେପି ରାଜ୍ୟ ପଦାଧିକାରୀଙ୍କ ୩୫ ଜଣିଆ କାର୍ଯ୍ୟକର୍ତ୍ତା ତାଲିକା ଜାରି ହୋଇଛି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଦ୍ୱାରା ଜାରି ହୋଇଥିବା ତାଲିକାରେ ୧୦ ଜଣ ଉପସଭାପତି, ୫ ଜଣ ସାଧାରଣ ସମ୍ପାଦକ, ୧୦ ଜଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ରହିଛନ୍ତି। ଏହା ସହ ମନମୋହନଙ୍କ ନୂଆ ଟିମ୍‌ରେ ରାଜ୍ୟ ବିଜେପିର ବିଭିନ୍ନ ମୋର୍ଚ୍ଚାର ନୂଆ ସଭାପତିଙ୍କ ନାମ […]

ବାସ୍ତବ ବ୍ୟୁରୋ: ଲଗାଣ ବର୍ଷା ଯୋଗୁଁ ମହାନଦୀ ଫୁଲୁଥିବା ବେଳେ ହୀରାକୁଦ ଉପର ମୁଣ୍ଡରେ ଅଧିକ ବର୍ଷା ହୋଇଥିବାରୁ ତଳିଆ ଅଂଚଳ ପ୍ରତି ବିପଦ ସୃଷ୍ଟି ହୋଇଛି । ବିଶେଷ କରି ୬ଟି ଜିଲ୍ଲାକୁ ସତର୍କ କରାଯାଇଛି । ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଉପରେ ସ୍ୱତନ୍ତ୍ର ନଜର ରଖାଯାଇଛି । ତଳମୁଣ୍ଡରେ ପାଣି ଗତି ନକରିବା ଯାଏଁ ହୀରାକୁଦରେ କୌଣସି ଗେଟ ଖୋଲାଯିବ ନାହିଁ […]

ବାସ୍ତବ ବ୍ୟୁରୋ: ମହାନଦୀରେ ଆସୁଛି ମଧ୍ୟମ ଧରଣର ବନ୍ୟା । କଟକର ମୁଣ୍ଡଳିଠାରେ ବଢ଼ୁଛି ଜଳସ୍ତର, ପ୍ରବାହିତ ହେଉଛି ୯ଲକ୍ଷ ୨୦ ହଜାର କ୍ୟୁସେକ୍ ବନ୍ୟା ଜଳ । ଜଳ ସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ବଡ଼ମୂଳରେ ୮ଲକ୍ଷ ୬୫ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି । ହୀରାକୁଦରେ ମଧ୍ୟ ଜଳ ପ୍ରବେଶ ମାତ୍ରା ବଢ଼ିଛି । ୨ଲକ୍ଷ ୬ହଜାର ୪୭୮କ୍ୟୁସେକ ଜଳ ପ୍ରବେଶ କରୁଛି […]

ବାସ୍ତବ ବ୍ୟୁରୋ: ଶ୍ରମିକ ତଥା ଗରିବ ବର୍ଗର କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି । ସେମାନଙ୍କ ସାମାଜିକ ନିରାପତ୍ତା ପାଇଁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଜରିଆରେ ହିତାଧିକାରୀମାନଙ୍କୁ ବିଭିନ୍ନ ସହାୟତା ଯୋଗାଇ ଦିଆଯାଉଛି। ବର୍ତ୍ତମାନ ବୁଲାବିକାଳୀ, ଛୋଟ ଦୋକାନୀ, ଘରୋଇ ସହାୟକ, ରିକ୍‌ସାବାଲା, ଅଟୋ ଡ୍ରାଇଭର, ମୋଚି, କୃଷି ଶ୍ରମିକ, ଜଙ୍ଗଲ ଶ୍ରମିକ, ସମ୍ବାଦପତ୍ର […]

ବାସ୍ତବ ବ୍ୟୁରୋ: ଗଭୀର ଅବପାତ ପ୍ରଭାବରେ ମଙ୍ଗଳବାରଠାରୁ ଓଡ଼ିଶାର ସମସ୍ତ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଥିବା କଥା ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ତେବେ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ। ଏହି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଏହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, […]

ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି। ଗଭୀର ଅବପାତଟି ଖେପୁପଡ଼ାରୁ ୧୬୦, ଦୀଘାରୁ ୪୨୦ କିମି ଦୂରରେ ରହିଛି। କ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉପକୂଳ ମୁହାଁ ହେବ । ଆଜି ସନ୍ଧ୍ୟା ସୁଦ୍ଧା ବାଂଲାଦେଶ ଖେପୁପଡ଼ା ପାଖାପାଖି ଉପକୂଳ ଛୁଇଁବ । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ । ଏହା ପ୍ରଭାବରେ ରାଜ୍ୟର […]

Pin It on Pinterest