ସଂଜୟ ଶତପଥୀ(କଟକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ ସେବା ପକ୍ଷ ପାଳନ ଅବସରରେ ଆଜି ବାରବାଟି କଟକ ନିର୍ବାଚନ ମଣ୍ଡଳୀରେ ରକ୍ତ ଦାନ ଶିବିର ମେରିଆ ବଜାର ରେ ଅନୁଷ୍ଠିତ ହୋଇଥିଲା । କଟକ ନଗର ବିଜେପି ତରଫରୁ ହୋଇଥିବା ଏହି କାର୍ଯ୍ୟକ୍ରମରେ କଟକ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁ, ଯୁବମୋର୍ଚା ସଭାପତି ସତ୍ୟବ୍ରତ ମିଶ୍ର, ଶିବ ନାରାୟଣ ନାୟକ, ହରିଚନ୍ଦନ ନାୟକ, ବିଶ୍ୱଜିତ ପ୍ରଧାନ, ସୁମନ […]
ରାଜ୍ୟ
ବାସ୍ତବ ବ୍ୟୁରୋ: ରାଜ୍ୟରେ ଆଗାମୀ ୩-୪ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ୨୭ ତାରିଖ ଠାରୁ ୩-୪ ଦିନ ପର୍ଯ୍ୟନ୍ତ ଶୁଖିଲା ପାଗ ରହିବ । କିନ୍ତୁ ୩୦ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବାରୁ ରାଜ୍ୟରେ ପୁଣି ବର୍ଷା ପରିମାଣ ବଢିବ । ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପକ୍ଷରୁ […]
ସଂଜୟ ଶତପଥୀ(କଟକ): ପୂର୍ବ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ଵ ପ୍ରସିଦ୍ଧ କଟକ ଦଶହରା ଭସାଣି ଶୋଭାଯାତ୍ରାରେ ଆସୁଥିବା ସମସ୍ତ ପୂଜା ମଣ୍ଡପର ମେଢକୁ ଓଡ଼ିଶା ଉତ୍କଳ ବାହିନୀ ପରିବାର ତରଫରୁ ଗୌରୀ ଶଙ୍କର ପାର୍କ ଠାରେ ସମ୍ବର୍ଦ୍ଧନା କରାଯିବ । ଏହାର ପୂର୍ବ ପ୍ରସ୍ତୁତି ବୈଠକ ସ୍ଥାନୀୟ ଶିଶୁ ଭବନ ସାଇବାବା ମନ୍ଦିର ପ୍ରାଙ୍ଗଣରେ ହୋଇଯାଇଛି। ଓଡ଼ିଶା ଉତ୍କଳ ବାହିନୀ ପରିବାରର ସଭାପତି ପ୍ରଫୁଲ୍ଲ ଜେଠୀ ଗତ […]
ବାସ୍ତବ ବ୍ୟୁରୋ : ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ରାଜସ୍ୱ ବିଭାଗର ଅତିରିକ୍ତ ଦାୟିତ୍ୱ । ଏବେ ଗଣଶିକ୍ଷା ବିଭାଗର ମନ୍ତ୍ରୀ ରହିଛନ୍ତି ସୁଦାମ ମାର୍ଣ୍ଡି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ପଦରୁ ପ୍ରମିଳା ମଲ୍ଲିକ ଇସ୍ତଫା ଦେବା ପରେ ଏହି ଅତିରିକ୍ତ ଦାୟିତ୍ୱ ସୁଦାମ ମାର୍ଣ୍ଡିଙ୍କୁ ମିଳିଛି । ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବା ବେଳେ ପୁଣି ଜଣେ ମନ୍ତ୍ରୀଙ୍କୁ ଟିମରେ ସାମିଲ […]
ବାସ୍ତବ ବ୍ୟୁରୋ: ଆସନ୍ତା ୨୪ ତାରିଖରୁ ଓଡ଼ିଶାରେ ଚାଲିବ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍। ପୁରୀରୁ ରାଉଲକେଲା ମଧ୍ୟରେ ଚାଲିବ ଏହି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ। ଦକ୍ଷିଣପୂର୍ବ ରେଳପଥ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜରିଆରେ ଏନେଇ ସୂଚନା ଦିଆଯାଇଛି। ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ ସପ୍ତାହକୁ ୬ ଦିନ ଚଳାଚଳ କରିବ। ଏହା ସକାଳ ୫ଟାରୁ ପୁରୀ ଷ୍ଟେସନରୁ ଛାଡିବାକୁ ଥିବା ବେଳେ ଦିନ ୧୨ଟା ୪୫ ମିନିଟରେ […]
ବାସ୍ତବ ବ୍ୟୁରୋ: ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଶାସକ ବିଜେଡି ନିଜର ବିଧାନସଭା ବାଚସ୍ପତି ପ୍ରାର୍ଥୀ ଭାବେ ଘୋଷଣା କରିଛି । ବିଜେଡି ଉପସଭାନେତ୍ରୀ ଶ୍ରୀମତୀ ମଲ୍ଲିକ ଆସନ୍ତାକାଲି ନିଜର ନାମାଙ୍କନ ପତ୍ର ଦାଖଲ କରିବେ ଓ ଅନ୍ୟ କୌଣସି ଦଳ ନିଜର ପ୍ରାର୍ଥୀ ଦେଉନଥିବାରୁ ସେ ନିଦ୍ୱନ୍ଦ୍ୱରେ ବାଚସ୍ପତି ହେବା ପ୍ରାୟତଃ ସ୍ପଷ୍ଟ ହୋଇଯାଇଛି । ଆଉ ତାଙ୍କର ବିଜୟ ସହ ସେ […]
ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ୨୦୦ରେ ପହଞ୍ଚିଲାଣି ପଜିଟିଭ ସଂଖ୍ୟା । ଆଜି ପୁଣି ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୭ ଆକ୍ରାନ୍ତ ।୩୭ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିମଧ୍ୟରୁ ୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର ବି ୧୦ ପଜିଟିଭ୍ ଚିହ୍ନଟ ହୋଇଥିଲେ । ତେବେ ଏହା ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନା […]
ବାସ୍ତବ ବ୍ୟୁରୋ: କୃଷି ସଂସ୍କୃତି ଓ ଅନନ୍ୟ ପରମ୍ପରାର ପର୍ବ ହେଉଛି ନୂଆଁଖାଇ। ପ୍ରକୃତି ମାତାଙ୍କୁ ପ୍ରଥମ ଶସ୍ୟ ଅର୍ପଣର ପର୍ବ ହେଉଛି ନୂଆଁଖାଇ । ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଉତ୍ସବମୁଖର ହୋଇ ଉଠିଛି ପୁରପଲ୍ଲୀ। ନିର୍ଦ୍ଧାରିତ ଲଗ୍ନରେ ମା’ ସମଲେଶ୍ୱରୀଙ୍କ ଠାରେ ନବାନ୍ନ ଲାଗି ହୋଇଛି। ଏହାପରେ ଘରେ ଘରେ ନୂଆ ଖାଉଛନ୍ତି ଲୋକ। ଆଜି ସମ୍ବଲପୁରରେ ଅଧିଷ୍ଠାତ୍ରର ଦେବୀ ମା’ ସମଲେଇଙ୍କଠାରେ ପୂର୍ବ ନିର୍ଦ୍ଧାରିତ […]
ବାସ୍ତବ ବ୍ୟୁରୋ: ଆଜି ଗଣେଶ ପୂଜା। ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ବିଦ୍ୟାର ଦେବତା, ଆଦିଦେବ ଗଣେଶଙ୍କର ପୂଜା କରାଯାଏ। ବିଶେଷକରି ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଏହି ପୂଜା କରାଯାଇଥାଏ। ରାଜ୍ୟର ବିଭିନ୍ନ ପୂଜାମଣ୍ଡପରେ ବିରାଜିଛନ୍ତି ପ୍ରଭୁ ଗଜାନନ । ଏଥିପାଇଁ ଗାଁଠୁ ସହର ଚଳଚଞ୍ଚଳ । ପ୍ରଭୁଙ୍କ ଆଗମନକୁ ନେଇ ସବୁଆଡେ ବ୍ୟାପକ ପ୍ରସ୍ତୁତି । ଏଥିପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନ ସହ ପୂଜାମଣ୍ଡପ ଗୁଡିକ ଆକର୍ଷଣୀୟ ଢଙ୍ଗରେ ହୋଇଛି ସଜା […]
ପୁଷ୍ପକ ମହାନ୍ତି(କଟକ.ସ.)କଟକର ଅଗ୍ରଣୀ ସାମାଜିକ ଅନୁଷ୍ଠାନ “କଟକ ସେବା ଫାଉଣ୍ଡେସନ” ପକ୍ଷରୁ କଟକ ର ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ଓ ହସପିଟାଲ ପରିସରରେ ଥୂବା ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ ରୋଗ ଚିକିତ୍ସା କେନ୍ଦ୍ରରେ ଚିକିତ୍ସାଧୀନ ଥିବା ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ରୋଗୀ ତଥା ସେମାନଙ୍କର ସମ୍ପର୍କୀୟମାନଙ୍କୁ ସକାଳ ର ଜଳଖିଆ ବଣ୍ଟନ କରାଯାଇଥୂଲା। ଅନୁଷ୍ଠାନର ସଭାପତି ଶ୍ରୀ ପପୁ ପାତ୍ର ଙ୍କ ନେତୃତ୍ବରେ ହୋଇଥୂବା ଏହି […]


