ବାସ୍ତବ ବ୍ୟୁରୋ: ଆଜି ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଦ୍ୱାରା ପରିଚାଳିତ ଖବରକାଗଜ ‘ସମ୍ୱାଦ’ ଭବନରେ ଚଢ଼ଉ କରିଛି ଅର୍ଥନୈତିକ ଅପରାଧ ଶାଖା(EOW)। ତାହା ପୁଣି ଜଣେ ପୂର୍ବତନ କର୍ମଚାରୀଙ୍କ ଅଭିଯୋଗ ଆଧାରରେ ଚଢ଼ଉ ହୋଇଥିବା କୁହାଯାଉଛି । ଆଜି ଅପରାହ୍ନ ପ୍ରାୟ ୧ଟା ହେବ। EOWର ୩ଟି ଟିମ୍ ଓ କମିଶନରେଟ୍ ପୁଲିସ୍ ମିଳିତ ଭାବେ ଭୁବନେଶ୍ୱର ରସୁଲଗଡ଼ ଶିଳ୍ପାଞ୍ଚଳରେ ଥିବା ‘ସମ୍ବାଦ’ ମୁଖ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ। କାଗଜପତ୍ର, ବ୍ୟାଙ୍କ ପାସ୍ବୁକ୍ ଓ […]
ରାଜ୍ୟ
ବାସ୍ତବ ବ୍ୟୁରୋ : ଉତ୍ତର-ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଶଙ୍କା କରାଯାଉଛି । ଅର୍ଥାତ ଗଣେଷ ପୂଜାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତାକାଲିଠୁ ବର୍ଷାର ପ୍ରଭାବ ଓ ବିସ୍ତୃତି ବଢିବ । ଉପକୂଳ ଓ ସଂଲଗ୍ନ ଓଡ଼ିଶାରେ […]
ବାସ୍ତବ ବ୍ୟୁରୋ: ବିଶ୍ବକର୍ମା ପୂଜା ଅବସରରେ ବିଶ୍ୱକର୍ମା ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କୌଳିକ ବୃତ୍ତିକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ଏପରି ଏକ ଯୋଜନାର ଆରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ କୌଳିକ ବୃତ୍ତିଧାରୀଙ୍କୁ ୫% ସୁଧ ହାରରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଯୋଗାଇଦେବେ ସରକାର। ୧୮ ବର୍ଗର କୌଳିକ ବୃତ୍ତିଧାରୀଙ୍କୁ ମିଳିବ ଏହି ସୁବିଧା। ଏଥିପାଇଁ ୫ ବର୍ଷରେ ୧୩ ହଜାର […]
ବାସ୍ତବ ବ୍ୟୁରୋ: ଆନ୍ତର୍ଜାତୀୟ ଲେଖିକା ତଥା ଡକ୍ୟୁମେଣ୍ଟାରୀ ଫିଲ୍ମ ପ୍ରଯୋଜିକା ଗୀତା ମେହେଟ୍ଟାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା। ନୂଆଦିଲ୍ଲୀସ୍ଥିତ ବାସଭବନରେ ଗତକାଲି(ଶନିବାର) ସନ୍ଧ୍ୟାରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ଗୀତା ମେହେଟ୍ଟା ହେଉଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ଭଉଣୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ କନ୍ୟା। ଗୀତା ମେହେଟ୍ଟା ଗତ ୨ବର୍ଷ ଧରି ପାରାଲେସିସ୍ ଓ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। […]
ବାସ୍ତବ ବ୍ୟୁରୋ: ବଡ଼ମ୍ବାର ଅଧିଷ୍ଠାତ୍ରୀ ଦେବୀ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ପଶିଲା ମହାନଦୀର ବନ୍ୟାଜଳ । ମହାନଦୀର ଉପରମୁଣ୍ଡରେ ବର୍ଷା ସାଙ୍ଗକୁ ହୀରାକୁଦ ଡ଼୍ୟାମରୁ ନିଷ୍କାସିତ ହେଉଥିବା ଜଳ ମନ୍ଦିର ଭିତରେ ପ୍ରବେଶ କରିଛି । ତେଣୁ ମା’ଙ୍କ ଚଳନ୍ତି ପ୍ରତିମାକୁ ସେବାକାରୀମାନେ ରତ୍ନଗିରି ପାହାଡ଼ରେ ଥିବା ମା’ଙ୍କ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିଛନ୍ତି । ସେଠାରେ ମା’ ଭଟ୍ଟାରିକାଙ୍କର ପୂଜାର୍ଚ୍ଚନା କରାଯାଉଛି । ସୁରକ୍ଷା ଦୃଷ୍ଟିରୁ ମା’ଙ୍କ ମନ୍ଦିରର ଲାଗିଥିବା […]
ବାସ୍ତବ ବ୍ୟୁରୋ: ଆନ୍ଧପ୍ରଦେଶରେ ୪ଓଡିଆଙ୍କ ମୃତ୍ୟୁ । ବେଙ୍ଗାଲୁରରୁ ଓଡିଶା ଫେରୁଥିବାବେଳେ ସଡକ ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ବେଙ୍ଗାଲୁର- ତିରୁପତି ଜାତୀୟ ରାଜପଥରେ ଚିତୋର ନିକଟରେ ଦୁର୍ଘଟଣା ଘଟିଛି । ମୃତକ ୪ଜଣ କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାର ବୋଲି ଜଣାପଡିଛି । ମୃତକମାନେ ହେଲେ ଉମେଶ ସାହୁ, ରଶ୍ମିତା ସାହୁ, ତ୍ରିଲୋଚନ ନାୟକ, ବିଜୟ ନାୟକ । ଦୁର୍ଘଟଣାରେ ଏହି ୪ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ […]
ବାସ୍ତବ ବ୍ୟୁରୋ: ଗୋଟିଏ ଦିନରେ ସୁନ୍ଦରଗଡ଼ରେ ୨୭ ପଜିଟିଭ ଚିହ୍ନଟ ହୋଇଛନ୍ତି । ସ୍କବ ଟାଇଫସରେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ସୁନ୍ଦରଗଡ଼ରେ ସ୍କବ ଟାଇଫଓ ରୋଗୀଙ୍କ ସଂଖ୍ୟା ୧୬୨ରେ ପହଞ୍ଚିଛି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କହିଛନ୍ତି ଆକ୍ରାନ୍ତଙ୍କ ପାଇଁ ମହଜୁଦ ରହିଛି ଔଷଧ, ପ୍ରସ୍ତୁତ ଅଛନ୍ତି ସ୍ୱତନ୍ତ୍ର ଡାକ୍ତରୀ ଦଳ । ସେପଟେ ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡରେ ଆତଙ୍କ ଖେଳାଇଛି ସ୍କ୍ରବ […]
ବାସ୍ତବ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଲା । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି । ଏହା ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ରାଜ୍ୟର ୧୫ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ […]
ବିଜେଡିରେ ରହି ଦୀର୍ଘ ଦିନ ହେଲା ବିଜେଡିକୁ ଟାର୍ଗେଟ କରି ଚାଲିଥିବା ଦଳୀୟ ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଉପସଭାପତି ପଦ ଚାଲିଯାଇଛି। ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଦଳୀୟ ଉପସଭାପତି ପଦରୁ ହଟା ଯାଇଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଏନେଇ ଏକ ଆଦେଶନାମା ପ୍ରକାଶ ପାଇଛି। ଏହାକୁ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ନିଜର ଆଲେଖ୍ୟ ଓ ବକ୍ତବ୍ୟ ପାଇଁ ଗତ କିଛି ଦିନ ଧରି ଚର୍ଚ୍ଚାରେ […]
ବାସ୍ତବ ବ୍ୟୁରୋ: ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଡେଙ୍ଗୁ । ଗତ ଶନିବାରଠୁ ସେ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏବେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ବେଳେ ଆହୁରି ୨ ଦିନ ସେ ମେଡିକାଲରେ ରହିବେ ବୋଲି ଜଣାଯାଇଛି । ଧୀରେ ଧୀରେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଆସୁଥିବା ସୂଚନା ଦେଇଛନ୍ତି କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ […]


