ସଂଜୟ ଶତପଥୀ(କଟକ): ମାନ୍ୟବର ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମଙ୍ଗଳବାର ଅପରାହ୍ନରେ କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କୁ ବାଲେଶ୍ୱର ରେଳ ଦୁର୍ଘଟଣା ପୀଡିତ ଙ୍କୁ ଦେଖିବାକୁ ଆସିଥିଲେ । ଶ୍ରୀମତୀ ଶଢଙ୍ଗୀଙ୍କୁ ସ୍ୱାଗତ କରିଥିଲେ ନଗର ବିଜେପି ସଭାପତି ଲଲାଟେନ୍ଦୁ ବଡୁ ଓ ବରିଷ୍ଠ ନେତା ନୟନ କିଶୋର ମହାନ୍ତି । ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଓ ଅନ୍ୟାନ୍ୟ ଅଧିକାରୀ ମାନେ ସମସ୍ତ ପୀଡିତଙ୍କ ସ୍ୱାସ୍ଥ୍ୟବସ୍ଥା ସମ୍ପର୍କ ରେ […]
ରାଜ୍ୟ
ବାସ୍ତବ ବ୍ୟୁରୋ: ଗତ ୨ ତାରିଖ ସନ୍ଧ୍ୟାରେ ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଘଟିଥିବା ଟ୍ରେନ୍ ଦୁର୍ଘଟଣା ନେଇ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଆଜି (ମଙ୍ଗଳବାର) ମାମଲା ରୁଜୁ କରିଛି। ରେଳ ମନ୍ତ୍ରଣାଳୟର ଅନୁରୋଧକ୍ରମେ ଭାରତ ସରକାରଙ୍କ କାର୍ମିକ ଓ ପ୍ରଶିକ୍ଷଣ ବିଭାଗର ନିର୍ଦ୍ଦେଶ ଏବଂ ଓଡ଼ିଶା ସରକାରଙ୍କ ସହମତି ଆଧାରରେ ସିବିଆଇ ଏହି ମାମଲା ରୁଜୁ କରିଛି । ଏଥିପୂର୍ବରୁ ଏହି ରେଳ ଦୁର୍ଘଟଣାକୁ ନେଇ ଗତ […]
ବାସ୍ତବ ବ୍ୟୁରୋ: ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କୁ ସୁରିନାମ ତରଫରୁ ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ କରାଯାଇଛି । ସୁରିନାମର ରାଷ୍ଟ୍ରପତି ଚନ୍ଦ୍ରିକାପ୍ରସାଦ ସଂନ୍ତୋଖେଙ୍କ ତରଫରୁ ଭାରତର ରାଷ୍ଟ୍ରପତିଙ୍କୁ ଏହି ସମ୍ମାନରେ ସମ୍ମାନୀତ କରାଯାଇଛି । ଗୃହମନ୍ତ୍ରଣାଳୟ ତରଫରୁ ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପୁରସ୍କୃତ ହେବା ପରେ ରାଷ୍ଟ୍ରପତି ମୁର୍ମୁ ତାଙ୍କ ସମ୍ବୋଧନରେ କହିଛନ୍ତି […]
ନର୍ଲା(ସନ୍ତୋଷ ପାତ୍ର): ନର୍ଲା ପଞ୍ଚାୟତ ସମିତିରେ କାର୍ଯ୍ଯରତ ଏଇ ଶ୍ରୀ ବାସୁଦେବ ମହାରଣା ଗତ ୩୧/୦୫/ ନିଜ କର୍ମମୟ ଜୀବନରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ନର୍ଲା ବ୍ଲକ୍ ସଭାକକ୍ଷରେ ବିଦାୟ କାଳୀନ ସମ୍ୱର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏହି ସମ୍ୱର୍ଦ୍ଧନା ସଭାରେ ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ମନୋରମା ମହାନ୍ତି, ନର୍ଲା ବିଡିଓ ଶ୍ରୀମତୀ ବାସନ୍ତୀ ସେଠୀ, ଉପାଧ୍ୟକ୍ଷ ଶ୍ରୀଯୁକ୍ତ ଦୁର୍ଗାପ୍ରସାଦ ମହାନ୍ତି (ମୁନା) , […]
ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ଏନଆଇଆରଏଫ୍ ରାଙ୍କିଙ୍ଗ୍ । ଏହି ରାଙ୍କିଙ୍ଗ ତାଲିକା nirfindia.org ଅଫିସିଆଲ ୱେବସାଇଟରେ ଉପଲବ୍ଧ । ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଙ୍ଗ ଫ୍ରେମୱାର୍କ (ଏନଆଇଆରଏଫ) ପକ୍ଷରୁ ୨୦୨୩ର ତାଲିକା ପ୍ରକାଶ ପାଇଛି । କେନ୍ଦ୍ର ଶିକ୍ଷା ଓ ବୈଦେଶିକ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରାଜକୁମାର ରଞ୍ଜନ ସିଂହ ସୋମବାର ଏହି ତାଲିକା ଜାରି କରିଛନ୍ତି । ଏହି ତାଲିକାରେ ଓଡ଼ିଶାର ଶିକ୍ଷା ଓ ଅନୁସଂଧାନ ବିଶ୍ବବିଦ୍ୟାଳୟ ୨୬ତମ ସ୍ଥାନରେ […]
ବାସ୍ତବ ବ୍ୟୁରୋ: ଆଜି (ରବିବାର) ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିର ସ୍ନାନବେଦିରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି । ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦିରୁ ସ୍ନାନବେଦିକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି । ମହାପ୍ରଭୁଙ୍କ ଏହି ମାନବୀୟ ଲୀଳା ଅଧରପୋଛା ସହ ଅନ୍ୟାନ୍ୟ ନୀତି ପରେ ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା’ ସୁଭଦ୍ରା ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଶୁଭ୍ର ରଙ୍ଗର […]
ବାସ୍ତବ ବ୍ୟୁରୋ: ବାଲେଶ୍ୱର ଜିଲ୍ଲା ବାହାନଗାରେ ଘଟିଥିବା ଟ୍ରେନ ଦୁର୍ଘଟଣାରେ ୨୭୫ ଜଣଙ୍କ ଜୀବନ ଯାଇଥିବା ବେଳେ ସେମାନଙ୍କ ମଧ୍ୟରେ କରମଣ୍ଡଳ ଏକ୍ସପ୍ରେସର ଲୋକୋ ପାଇଲଟ ମଧ୍ୟ ଅଛନ୍ତି। ତାଙ୍କ ନାଁ ଜି. ମହାନ୍ତି। ସେ ଗୁରୁତର ଆହତ ହୋଇ ପ୍ରାଣ ହରାଇଥିଲେ। ଅନ୍ୟପକ୍ଷରେ କରମଣ୍ଡଳ ଏକ୍ସପ୍ରେସର ଆସିଷ୍ଟାଣ୍ଟ ଲୋକ ପାଇଲଟ ବି.ସି ମହାନ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ବେଳେ ତାଙ୍କୁ ଆଇସିୟୁରେ ରଖାଯାଇଛି। […]
ନିରଞ୍ଜନ ବସ୍ତିଆ (ନିଶ୍ଚିନ୍ତକୋଇଲି) : କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବ୍ଲକ ବନ୍ଧକାଟିଆ ପଞ୍ଚାୟତ କୁଆଁଡୋଳ ଗ୍ରାମର ଶଙ୍କର୍ଷଣ ସାହାଣୀଙ୍କ କନିଷ୍ଠ ପୁତ୍ର ଲକ୍ଷ୍ମୀଧର ସାହାଣୀ (୨୧)ଙ୍କ ବାଲେଶ୍ୱର ଜିଲ୍ଲା ବାହାନାଗା ରେଳଦୁର୍ଘଟଣାରେ ମୃତ୍ୟୁ ହୋଇଛି । ସୁଦୁର ବାଲେଶ୍ୱରରୁ ତାଙ୍କର ଜଣେ ସାଙ୍ଗଙ୍କ ଘରକୁ ଯାଇ କଟକ ଫେରୁଥିବା ବେଳେ ଏହି ରେଳ ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଥିଲା ।ଗ୍ରାମରେ ଲକ୍ଷ୍ମୀଧରଙ୍କ ମୃତ ଦେହ ପହଂଚିବା ପରେ ଏକ ଶୋକାକୂଳ […]
ବାସ୍ତବ ବ୍ୟୁରୋ: ଆଜି (ଶନିବାର) ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାହାନଗାରେ ଟ୍ରେନ୍ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ ଓ ବଗି ନିକଟକୁ ଯାଇ ଘଟଣାସ୍ଥଳର ସ୍ଥିତି ଦେଖିଛନ୍ତି। ପ୍ରାୟ ଅଧ ଘଣ୍ଟା ଧରି ଦୁର୍ଘଟଣାସ୍ଥଳରେ ରେଳମନ୍ତ୍ରୀ, ରେଳବାଇର ବରିଷ୍ଠ ଅଧିକାରୀ, ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରି ସ୍ଥିତି ପରଖିଛନ୍ତି। କେନ୍ଦ୍ର ସରକାରଙ୍କ ତରଫରୁ କ’ଣ ସହଯୋଗର ଆବଶ୍ୟକତା ଅଛି, ସେନେଇ ପଚାରି ବୁଝିଛନ୍ତି। […]
ବାସ୍ତବ ବ୍ୟୁରୋ: ବାହାନଗାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାକୁ ନେଇ ବିପକ୍ଷ ଗୋଷ୍ଠୀ କେନ୍ଦ୍ରରେ କ୍ଷମତାସୀନ ବିଜେପି ସରକାରଙ୍କୁ ଟାର୍ଗେଟ କରିବା ସହ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ତୁରନ୍ତ ଇସ୍ତଫା ଦାବି କରିଛନ୍ତି। ଟିଏମସି, ସିପିଆଇ, ସିପିଆଇ(ଏମ୍ଏଲ୍), ଏନସିପି ଏହି ଦୁର୍ଘଟଣା ପାଇଁ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବା ଉଚିତ ବୋଲି କହିଛନ୍ତି । ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ପାର୍ଟି କେନ୍ଦ୍ରରେ କ୍ଷମତାସୀନା ବିଜେପି ସରକାରଙ୍କୁ କଡ଼ା ସମାଲୋଚନା […]


