ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ୨୦୨୩ ମାଟ୍ରିକ୍‌ ପରୀକ୍ଷାଫଳ । କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଦିନ ୧୦ଟାରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ସଚିବଙ୍କ ଉପସ୍ଥିତି‌ରେ ପରୀକ୍ଷାଫଳ ପ୍ରକାଶ ପାଇଛି। ମନ୍ତ୍ରୀ ପରୀକ୍ଷାଫଳ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି। ଏଥିରେ ବୋର୍ଡ ସଭାପତି ରମାଶିଷ ହାଜରା ଓ ଉପସଭାପତି ଡକ୍ଟର ନିହାର ରଂଜନ ମହାନ୍ତି ପ୍ରମୁଖ ମଧ୍ୟ ଉପସ୍ଥିତ ଅଛନ୍ତି। ଏଥର ପାସ୍ ହାର ରହିଛି ୯୬.୪ ପ୍ରତିଶତ। […]

ବାସ୍ତବ ବ୍ୟୁରୋ: ରାଜ୍ୟରେ ୨୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମ ପ୍ରବାହ । ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଅନୁଗୁଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ ଓ କଳାହାଣ୍ଡି ଜିଲ୍ଲାର ସର୍ବୋଚ୍ଚ ତାପମାତ୍ରା ରେକର୍ଡ ଭାଙ୍ଗିବ। ୪୨ ଡିଗ୍ରି ଡେଇଁଯିବ ଅଧିକାଂଶ ସହର। ଉପକୂଳ ଓଡ଼ିଶା ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ତାପମାତ୍ରା ୪୦ ଡିଗ୍ରି ମଧ୍ୟରେ ରହିବ। ସ୍ଥାନେ ସ୍ଥାନେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଗ୍ରୀଷ୍ମ ପ୍ରବାହ […]

ବାସ୍ତବ ବ୍ୟୁରୋ: ଆଜି(ମେ ୧୮) ଦିନ ୧୦ଟାରେ ପ୍ରକାଶ ପାଇବ ମାଟ୍ରିକ୍‌ ପରୀକ୍ଷାଫଳ । ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ୨୦୨୩ ମାଟ୍ରିକ୍‌ (ଦଶମ), ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। କଟକସ୍ଥିତ ବୋର୍ଡ ମୁଖ୍ୟାଳୟରେ ଦିନ ୧୦ଟାରେ ଗଣଶିକ୍ଷା ବିଭାଗ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ପରୀକ୍ଷାଫଳ ପ୍ରକାଶ ପାଇବ। ଦିନ ୧୨ଟା ସୁଦ୍ଧା ୱେବ୍‌ସାଇଟ୍‌ ଓ ଏସ୍‌ଏମ୍‌ଏସ୍‌ […]

ବାସ୍ତବ ବ୍ୟୁରୋ: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ଣରେ ଜାରି କରାଯାଇ ଥିବା ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୧୮ ତାରିଖ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର […]

ବାସ୍ତବ ବ୍ୟୁରୋ: କେନ୍ଦ୍ରାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶଶିଭୂଷଣ ବେହେରା ଓ ତାଙ୍କ ପରିବାର ନାଁରେ ବଧୂ ନିର୍ଯାତନା ଅଭିଯୋଗ ଆସିଛି।ତାଙ୍କ ବୋହୂ ରୋନାଲି ବେହେରା କରିଛନ୍ତି ଏହି ଅଭିଯୋଗ। ରୋନାଲି ଶ୍ୱଶୁର ଶଶିଭୂଷଣ ବେହେରାଙ୍କ ସହିତ ସ୍ୱାମୀ ସତ୍ୟପ୍ରକାଶ ବେହେରା, ଶାଶୁ ସୁପ୍ରଭା ମହାନ୍ତି, ନଣଦ ସୁଶ୍ରୀ ଭାରତୀ ବେହେରା ଓ ମାଉସୀ ଶାଶୁ ପ୍ରତିଭା ମହାନ୍ତିଙ୍କ ନାଁରେ ଏଫଆଇଆର ଦେଇଛନ୍ତି। ଗତ ମାର୍ଚ୍ଚ ୩ ତାରିଖରୁ […]

ବାସ୍ତବ ବ୍ୟୁରୋ: ଆସନ୍ତା ୧୮ ତାରିଖରେ ପ୍ରକାଶ ପାଇବ ମାଟ୍ରିକ୍ ପରୀକ୍ଷା ଫଳ। ଆଜି ପୂର୍ବାହ୍ନ ସାଢ଼େ ୧୧ଟା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ(ମାଟ୍ରିକ୍) ପରୀକ୍ଷା ଫଳ ତାରିଖ ଘୋଷଣା ହୋଇଛି।  କଟକ ବୋର୍ଡ କାର୍ଯ୍ୟାଳୟରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ବୋର୍ଡ ସଭାପତି ରମାଶିଷ ହାଜରା ଏହି ସୂଚନା ଦେଇଛନ୍ତି। ଗୁରୁବାର ସକାଳ ୧୦ଟା ବେଳେ ବିଭାଗୀୟ ମନ୍ତ୍ରୀ ଓ ସଚିବଙ୍କ ଉପସ୍ଥିତିରେ ମାଟ୍ରିକ୍ […]

ବାସ୍ତବ ବ୍ୟୁରୋ: ଆଜି ଝାରସୁଗୁଡ଼ା ବିଧାୟିକା ଭାବେ ଶପଥ ଗ୍ରହଣ କରିଛନ୍ତି ନବନିର୍ବାଚିତା ଦୀପାଳି ଦାସ । ବିଧାନସଭାରେ ତାଙ୍କୁ ଉପବାଚସ୍ପତି ରଜନୀକାନ୍ତ ସିଂହ ଶପଥ ପାଠ କରାଇଛନ୍ତି। ମାଆ ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଇଛନ୍ତି ଦୀପାଳି। ଏହି ଅବସରରେ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଓ ରୀତା ସାହୁଙ୍କ ସହିତ ବିଧାୟକ ପ୍ରଣବ ବଳବନ୍ତରାୟ ମଧ୍ୟ ଉପସ୍ଥିତ ଥିଲେ। ବିଧାୟିକା ଭାବେ ଶପଥ ନେବାପରେ ଦୀପାଳି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଝାରସୁଗୁଡ଼ାବାସୀଙ୍କ […]

ବାସ୍ତବ ବ୍ୟୁରୋ: ପ୍ରକାଶ ପାଇଲା ଆଇସିଏସଇ ଦଶମ ଓ ଆଇଏସସି ଦ୍ବାଦଶ ବୋର୍ଡ ପରୀକ୍ଷା ଫଳ। କାଉନସିଲ ଫର ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ୍ ଏକଜାମିନେସନ ( ସିଆଇଏସସିଇ) ପକ୍ଷରୁ ୨୦୨୩ର ଆଇସିଏସଇ ଓ ଆଇଏସସି ପରୀକ୍ଷା ଫଳ ପ୍ରକାଶ କରାଯାଇଛି। ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀମାନେ ବର୍ତ୍ତମାନ ସିଆଇଏସସିଇର ଅଫିସିଆଲ୍ ୱେବସାଇଟ୍ cisce.org ଏବଂ results.cisce.org. କୁ ଯାଇ ସେମାନଙ୍କର ବୋର୍ଡ ପରୀକ୍ଷା ଫଳାଫଳ ଯାଞ୍ଚ କରିପାରିବେ। ଛାତ୍ରଛାତ୍ରୀମାନେ ଫଳାଫଳର ଡିଜିଟାଲ୍ ମାର୍କସିଟ୍ ଡାଉନଲୋଡ୍ କରିପାରିବେ ଏବଂ […]

ବାସ୍ତବ ବ୍ୟୁରୋ: ଝାରସୁଗୁଡ଼ା ଉପନିର୍ବାଚନ ରେ ରେକର୍ଡ ସଂଖ୍ୟକ ଭୋଟରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଦୀପାଳି ଦାସ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଦୀପାଳିଙ୍କୁ ୧ ଲକ୍ଷ ୭ହଜାର ୩ ଖଣ୍ଡ ଭୋଟ ମିଳିଥିବା ବେଳେ ଟଙ୍କଧରଙ୍କୁ ୫୮ ହଜାର ୩୮୪ ଖଣ୍ଡ ଭୋଟ ମିଳିଛି। ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ […]

ବାସ୍ତବ ବ୍ୟୁରୋ: ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ। ଆଜି ସେ ତାଙ୍କ ଇସ୍ତଫାପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଥିବା କହିଛନ୍ତି। ସେ କହିଛନ୍ତି, ଦଳ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି, ମୁଁ ନିର୍ବାହ କରିଛି। ଭବିଷ୍ୟତରେ ଯାହା ଦାୟିତ୍ୱ ମିଳିବ, ତାକୁ ନିର୍ବାହ କରିବି। ଦଳରେ ବା ସରକାରରେ ଯେଉଁ ଦାୟିତ୍ୱ ମିଳିବ, ତୁଲାଇବି।  ଗତ ବର୍ଷ ଜୁନ୍ ମାସରେ ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ […]

Pin It on Pinterest