ବାସ୍ତବ ବ୍ୟୁରୋ: ବାୟୁ ପ୍ରଦୂଷଣ ଉପରେ ନଜର ରଖୁଥିବା ଆଇକ୍ୟୁ ଏୟାର ଆଜି (ମଙ୍ଗଳବାର) ବିଶ୍ୱ ବାୟୁ ଗୁଣବତ୍ତା ରିପୋର୍ଟ ପ୍ରକାଶ କରିଛି। ବିଶ୍ୱରେ ଦିନ କୁ ଦିନ ବଢୁଥିବା ପ୍ରଦୂଷଣ ପାଇଁ ବିଷାକ୍ତ ପାଲଟିଗଲାଣି ବାୟୁ। ଏହାରି ଭିତରେ ୨୦୨୨ ପାଇଁ ବିଶ୍ୱର ସବୁଠୁ ପ୍ରଦୂଷିତ ସହରର ତାଲିକା ପ୍ରକାଶ ପାଇଛି। ଏହି ତାଲିକାର ସବୁଠାରୁ ଉପରେ ଥିବା ୫୦ଟି ସହର ମଧ୍ୟରେ ଭାରତର ୩୯ଟି ସହର ରହିଛି। […]

ପ୍ରମୋଦନାୟକ(ଭୁବନେଶ୍ବର): ମାର୍ଚ୍ଚ ୧୫ରୁ ଧାରଣା ଦେବ ଓଡ଼ିଶା ଡ୍ରାଇଭର ମହାସଂଘ । ଓଡ଼ିଶା ଡ୍ରାଇଭର ମହାସଂଘ ଆସନ୍ତାକାଲି ଠାରୁ ଶାନ୍ତିପୂର୍ଣ୍ଣ ଭାବେ ଧାରଣା ଦେବ। ଏବେ ଦଶମ ପରୀକ୍ଷା ଚାଲିଥିବା ହେତୁ ଭୁବନେଶ୍ୱର ସହରରେ କୌଣସି ଧାରଣା ଦିଆଯିବନାହିଁ ବୋଲି ସଂଘ କହିଛି। ଓଡ଼ିଶା ଡ୍ରାଇଭର ମହାସଂଘ ସହ ଓଡ଼ିଶା ମଟର ଚାଳକ ସଂଘ, ନାଇଟ ହେଲ୍ପ ଟ୍ରଷ୍ଟ କ୍ୟାବ ସର୍ଭିସ୍ ସଂଘ, ଓଡ଼ିଶା ପରିବହନ ଚାଳକ ସଂଘ ଓ […]

ପ୍ରମୋଦ ନାୟକ(ଭୁବନେଶ୍ୱର): ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ଆଜି ବିଧାନସଭାରେ ଶୂନ୍ୟକାଳରେ ପ୍ରଶ୍ନ ଉଠାଇବା ସହ ମନ୍ତ୍ରୀଙ୍କ ଉତ୍ତର ଦାବି କରିଛନ୍ତି ।‘ମାଟ୍ରିକ୍‌ ପରୀକ୍ଷାରେ ୧୫ ହଜାରରୁ ଅଧିକ ପିଲା ଅନୁପସ୍ଥିତକୁ ନେଇ ଶିକ୍ଷା ମନ୍ତ୍ରୀଙ୍କୁ ଘେରିଲେ ଜୟନାରାୟଣ। ଡ୍ରପଆଉଟ ଅନୁପାତରେ ପୂରା ଭାରତରେ ଓଡିଶା ଏକ ନମ୍ବର ପାଲଟିଥିଲାବେଳେ। ପରୀକ୍ଷା ବେଳେ ମନ୍ତ୍ରୀ ପରିଦର୍ଶନ ନାଁରେ ସ୍କୁଲ ଯାଇ ପିଲାଙ୍କ ସହ ଫଟୋ ଉଠାଉଛନ୍ତି। ଏହାଦ୍ୱାରା ପିଲାଙ୍କ ସ୍ଥିରତା […]

ସଂଜୟ ଶତପଥୀ(କଟକ): କଟକ ବକ୍ସିବଜାରସ୍ଥିତ ପାନ୍ଥନିବାସ ସଭାଗୃହରେ ଓଡ଼ିଶା ରାଜ୍ୟ କ୍ଷୁଦ୍ର ଓ ମଧ୍ୟମ ସମ୍ବାଦପତ୍ର ମହାସଂଘ ପକ୍ଷରୁ ସଭାପତି ତଥା ସାପ୍ତାହିକ ସମ୍ବାଦପତ୍ର “ନବୀନ” ର ମୂଖ୍ୟ ସମ୍ପାଦକ ବରିଷ୍ଠ ସାମ୍ବାଦିକ ଶ୍ରୀ ରବି ରଥଙ୍କ ସଭାପତିତ୍ବରେ ସଂଘର ସାଧାରଣ ପରିଷଦ ବୈଠକ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନ୍ୟ ଅତିଥିମାନଙ୍କ ମଧ୍ୟରେ ବହୁଚର୍ଚ୍ଚିତ ସମ୍ବାଦପତ୍ର “ପର୍ଯ୍ୟବେକ୍ଷକ”ର ମୁଖ୍ୟ ଶ୍ରୀ ପବିତ୍ର ମୋହନ ସାମନ୍ତରାୟ,”କଳିଙ୍ଗ ପ୍ରଭା”ର ମୁଖ୍ୟ […]

ଜୟନ୍ତ ଶତପଥୀ(କେନ୍ଦ୍ରାପଡ଼ା): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଦୁହୁରିଆ ଜମଧର ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏହି ସଡକ ଦୁର୍ଘଟଣାରେ ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ଯୁ ହୋଇଥିବା ବେଳେ ୩ଜଣ ଗୁରୁତର ଅବସ୍ଥାରେ କଟକ ମୁଖ୍ଯ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି । ଖବର ଅନୁଯାଇ, ଗତକାଲି ବିଳମ୍ବିତ ରାତିରେ ବାଲିଆ ଅଧିକାରୀ ବିଭାନ ନାମକ ଠାକୁର ଗାଦି ଭୋଗ ଖାଇ ଦୁହୁରିଆରୁ ବାଲିଆ ଫେରୁଥିବା ବେଳେ କଟକ-ଚାନ୍ଦବାଲି […]

ପ୍ରମୋଦ ନାୟକ(ଭୁବନେଶ୍ୱର)ତା.୧୧/୦୩: ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସନ୍ତା ୨୬ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ତଥା ସମବାୟ ବିଭାଗ ମନ୍ତ୍ରୀ ଶ୍ରୀ ଅମିତ୍ ଶାହା । ଏହି ଅବସରରେ ଶ୍ରୀ ଶାହା ଭଦ୍ରକ ଲୋକସଭା ନିର୍ବାଚନମଣ୍ଡଳୀରେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହିତ ଧାମନଗର ବିଧାନସଭା ନିର୍ବାଚନମଣ୍ଡଳିର ପାଳସାହି ଗ୍ରାମପଂଚାୟତ ଅନ୍ତର୍ଗତ ସାଁଆଳପୁରଠାରେ ଅନୁଷ୍ଠିତ ସାଧାରଣ ସଭାକୁ ଉଦ୍‌ବୋଦନ ଦେବେ ବୋଲି […]

ପ୍ରଶାନ୍ତ ଦାସ(ବାଲେଶ୍ଵର): ଓଲିଉଡର ଲୋକପ୍ରିୟ କଳାକାର ମହାଶ୍ୱେତା, ଅପରାଜିତା, ପିଙ୍କି ପ୍ରଧାନ, ଅଶ୍ରୁମୋଚନ ମହାନ୍ତି, ହରିହର ମହାପାତ୍ର ଅନୁ ଚୌଧୁରୀ, ଶ୍ରୀତମ୍ ଦାସ ଓ ଅଖିଳ ପଟ୍ଟନାୟକ ପ୍ରମୁଖ ବିଜେପିରେ ସାମିଲ୍ ହୋଇ ଦଳରେ ସକ୍ରିୟ ଥିବା ବେଳେ,ଆଜି ସିନେଜଗତର ଜଣାଶୁଣା ଅଭିନେତ୍ରୀ ଜିନା ସାମଲ ଓ ତାଙ୍କ ସ୍ୱାମୀ ରୁଦ୍ର ପାଣିଗ୍ରାହୀ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଓଲିଉଡ ଅଭିନେତ୍ରୀ […]

ବାସ୍ତବ ବ୍ୟୁରୋ: ୩୬ ଘଣ୍ଟା ପରେ ପୁରୀର ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସରେ ଲାଗିଥିବା ନିଆଁକୁ ଅଗ୍ନିଶମ ବାହିନୀ ଆୟତ୍ତ କରିନେଇଥିବା ବେଳେ ଏବେ ଆଉ ଗୋଟିଏ ସ୍ଥାନରେ ନିଆଁ ଲାଗିଛି। ଆଜି ଅପରାହ୍ନରେ ବଡ଼ ଦାଣ୍ତରେ ଥିବା ନୀଳାଦ୍ରି କମ୍ଲେକ୍ସରେ ଥିବା ହାଣ୍ଡଲୁମ ଶୋ’ ରୁମରେ ଅଗ୍ନିକାଣ୍ଡ ଘଟିଛି। ଶର୍ଟ ଶର୍କିଟ ଯୋଗୁ ଶୋ’ ରୁମ ସୁଇଚ୍‌ ରୁମରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ବୁଧବାର ସନ୍ଧ୍ୟା ପ୍ରାୟ ୮ଟାରେ ଯେଉଁ […]

ବାସ୍ତବ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୮ଟି ପ୍ରସ୍ତାବ ପାରିତ ହୋଇଥିଲା।

ବାସ୍ତବ ବ୍ୟୁରୋ: ଆଜିଠାରୁ ରାଜ୍ୟରେ ଆରମ୍ଭ ହୋଇଛି ମାଟ୍ରିକ୍ ପରୀକ୍ଷା । ମୋଟ ୩୨୧୮ଟି ପରୀକ୍ଷା କେନ୍ଦ୍ରରେ ଚାଲିଛି ଏହି ପରୀକ୍ଷା । ପରୀକ୍ଷା ମାର୍ଚ୍ଚ ୨୦ତାରିଖ ପର୍ଯ୍ୟନ୍ତ ଚାଲିବ।  ପରୀକ୍ଷାର୍ଥୀଙ୍କ ପାଇଁ ସକାଳ ୭ଟାରୁ ପରୀକ୍ଷା କେନ୍ଦ୍ର ଖୋଲା ରହିଥିଲା। ପ୍ରଥମ ଦିନରେ ପରୀକ୍ଷାର୍ଥୀମାନେ ମାତୃଭାଷା ପରୀକ୍ଷା ଦେଉଛନ୍ତି। ବୋର୍ଡ କାର୍ଯ୍ୟସୂଚୀ ଅନୁସାରେ ମାର୍ଚ୍ଚ ୧୦ ତାରିଖ ଶୁକ୍ରବାର ଦିନ ପ୍ରଥମ ଭାଷା (ଓଡ଼ିଆ, ହିନ୍ଦୀ, ବଙ୍ଗଳା, ଉର୍ଦ୍ଦୁ, ତେଲଗୁ, ଅଲଟରନେଟିଭ ଇଂରାଜୀ), ୧୩ ତାରିଖ ସୋମବାର ଦିନ ଦ୍ବିତୀୟ ଭାଷା (ଇଂରାଜୀ, ହିନ୍ଦୀ, ମୂକ ଓ ବଧିରଙ୍କ ପାଇଁ ପରିବେଶ ଓ ଜନସଂଖ୍ୟା), ୧୪ତାରିଖ ମଙ୍ଗଳବାର ତୃତୀୟ ଭାଷା( ହିନ୍ଦୀ, ଓଡ଼ିଆ, ପାର୍ସି, ସଂସ୍କୃତ), ୧୬ତାରିଖ ଗୁରୁବାର ସାଧାରଣ ବିଜ୍ଞାନ, ୧୮ତାରିଖ ଶନିବାର ସାମାଜିକ ବିଜ୍ଞାନ, ୨୦ ତାରିଖ ସୋମବାର ଗଣିତ ପରୀକ୍ଷା ଅନୁଷ୍ଠିତ ହେବ। ‌ଭୋକେସନାଲ ଟ୍ରେଡ ପ୍ରାକ୍ଟିକାଲ ପରୀକ୍ଷା ନିଜ ନିଜ ସ୍କୁଲରେ ଫେବ୍ରୁଆରି ୧୫ରୁ ୧୮ତାରିଖ ମଧ୍ୟରେ ଅନୁ‌ଷ୍ଠିତ ହେବ। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା(ମାଟ୍ରିକ୍), ମଧ୍ୟମା (ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍(ଓପନ୍ ସ୍କୁଲ)ର ଦ୍ବିତୀୟ ସମ୍ମେଟିଭ୍ ଆସେସ୍‌ମେଣ୍ଟ(ଏସ୍ଏ–୨) ପରୀକ୍ଷା ଆଜିଠାରୁ ସକାଳ ୮ଟାରୁ ଆରମ୍ଭ ହେଇଛି ପରୀକ୍ଷା ପୂର୍ବାହ୍ନ ୧୦ଟାରେ ସରିବ। କେବଳ ଗଣିତ ପରୀକ୍ଷା ୧୦ଟା ୧୫ରେ ସରିବ। 

Pin It on Pinterest