ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୬,୦୦୦ ଉପରେ

ବାସ୍ତବ ବ୍ୟୁରୋ: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି ଯେ ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୩% ବୃଦ୍ଧି ପାଇ ୬,୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୦୦୦ ରହିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁଯାୟୀ, ଆଜି (ଶୁକ୍ରବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୬,୦୫୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୬,୦୫୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୪୫,୧୦୪ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୪ଟି ମୃତ୍ୟୁ କୁ ମିଶାଇ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୯୪୩କୁ ବୃଦ୍ଧି ପାଇଛି।

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୩.୩୯% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୩.୦୨% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୮୫,୮୫୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୫% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୮,୩୦୩କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

ସେୟାର କରନ୍ତୁ

Next Post

କଟକ ବିଜେପି ଓବିସି ମୋର୍ଚ୍ଚାର ଗାଁ ଗାଁ ଚାଲ, ଘର ଘର ଚାଲ ଅଭିଯାନ....

Sat Apr 8 , 2023
ସଂଜୟ ଶତପଥୀ(କଟକ):କଟକ ନଗର ଜିଲ୍ଲା ବିଜେପି ଓବିସି ମୋର୍ଚା ତରଫରୁ କଲେଜ଼ଚ୍ଛକ ସ୍ଥିତ ପାଟରା ସାହି ଠାରେ ମୋର୍ଚ୍ଚା ସଭାପତି ମହେନ୍ଦ୍ର ମହାନ୍ତିଙ୍କ ନେତୃତ୍ୱରେ ଗାଁ ଗାଁ ଚାଲ,ଘର ଘର ଚାଲ ଅଭିଯାନ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର ଓବିସି ବର୍ଗଙ୍କ ପାଇଁ ନଅ ବର୍ଷ ଧରି କରିଥିବା ବହୁ ବିକାଶ ମୂଳକ କାର୍ଯ୍ୟ, ଏହି ବର୍ଗ ପାଇଁ 27%ସଂରକ୍ଷଣ ସମ୍ବନ୍ଧରେ କାର୍ଯ୍ୟକର୍ତ୍ତା ମାନେ ଜନ ସଚେତନତା […]

You May Like

Pin It on Pinterest