ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୭,୮୦୦ ଉପରେ; ୪୦ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୭,୮୦୦ ଅତିକ୍ରମ କରିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୦୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ବୁଧବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭,୮୩୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫,୮୩୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୭୬,୦୦୨ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୦୧୬କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା‌ ମଧ୍ୟରେ ଦିଲ୍ଲୀ, ପଞ୍ଜାବ ଓ ହିମାଚଳ ପ୍ରଦେଶରୁ ୨ଟି ଲେଖାଏଁ,  ଗୁଜରାଟ, ହରିୟାଣା, ମହାରାଷ୍ଟ୍ର, ତାମିଲନାଡୁ ଓ ଉତ୍ତର ପ୍ରଦେଶରୁ ଗୋଟିଏ  ଲେଖାଏଁ ମୃତ୍ୟୁ ରେକର୍ଡ କରାଯାଇଥିବା ବେଳେ ପିଛିଲା ଭାବେ କେରଳ ୫ଟି ମୃତ୍ୟୁ ସାମିଲ କରିଛି।

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୬.୯୧% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୩.୬୭% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୦୪,୭୭୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୨% ରହିଛି।

ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁସାରେ, ଦେଶରେ ଦୈନିକ ପଜିଟିଭିଟି ହାର ୩.୬୫% ଥିବାବେଳେ ସାପ୍ତାହିକ ପଜିଟିଭିଟି ହାର ୩.୮୩% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୨୧୫କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୯%।

ସେୟାର କରନ୍ତୁ

Next Post

ରାଜସ୍ଥାନକୁ ମିଳିଲା ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ

Wed Apr 12 , 2023
ବାସ୍ତବ ବ୍ୟୁରୋ: ରାଜସ୍ଥାନକୁ ମିଳିଲା ପ୍ରଥମେ ବନ୍ଦେ ଭାରତ ଏକ୍ସପ୍ରେସ। ଆଜି(ବୁଧବାର) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟର ପ୍ରଥମ ତଥା ଦେଶର ୧୫ତମ ବନ୍ଦେ ଭାରତ ଏକ୍ସପ୍ରେସକୁ ଭିଡିଓ କନଫରେନ୍ସିଂ ଦ୍ୱାରା ଶୁଭାରମ୍ଭ କରିଛନ୍ତି। ବନ୍ଦେ ଭାରତ ଏକ୍ସପ୍ରେସ ଆଜି ଜୟପୁର ଓ ଦିଲ୍ଲୀ କ୍ୟାଣ୍ଟନମେଣ୍ଟ ମଧ୍ୟରେ ଯାତ୍ରା କରିଛି। ନୂଆ ବନ୍ଦେ ଭାରତ ଏକ୍ସପ୍ରେସର ନିୟମିତ ସେବା ଏପ୍ରିଲ ୧୩ରୁ ଆରମ୍ଭ ହେବ। ଟ୍ରେନଟି ଆଜମେରରୁ ଦିଲ୍ଲୀ କ୍ୟାଣ୍ଟନମେଣ୍ଟ […]

You May Like

Pin It on Pinterest