ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଉପରେ

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଅଧିକ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୦୦୦ ନିକଟବର୍ତ୍ତୀ ହୋଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ଗୁରୁବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୧୫୮ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୧୫୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୮୬,୧୬୦ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୯ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୦୩୫କୁ ବୃଦ୍ଧି ପାଇଛି।

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୬.୯୧% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୩.୬୭% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୧୦,୧୨୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୧% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୪,୯୯୮କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୦%।

ସେୟାର କରନ୍ତୁ

Next Post

ସମ୍ବଲପୁର ଜିଲ୍ଲାରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ

Thu Apr 13 , 2023
ବାସ୍ତବ ବ୍ୟୁରୋ: ସମ୍ବଲପୁର ଜିଲ୍ଲାରେ ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି(ଗୁରୁବାର) ଦିନ ୧୦ଟାରୁ ଆସନ୍ତା ୪୮ ଘଣ୍ଟା ଲାଗି ସମ୍ବଲପୁର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିବ। ହନୁମାନ ଜୟନ୍ତୀ ବାଇକ ରାଲିରେ ପଥରମାଡ଼ ଘଟଣା ପରେ ହିଂସା ରୋକିବା ସହ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଏପରି ପଦକ୍ଷେପ ନିଆଯାଇଛି। ଏହାଛଡ଼ା […]

You May Like

Pin It on Pinterest