ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୨,୦୦୦ ଟପିଲା…

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ପୁଣି ୧୨,୦୦୦ ଟପି ଯାଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୦୦୦ରୁ ଅଧିକ ହୋଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୨,୧୯୩ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୨,୧୯୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୮୧,୮୭୭ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୪୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୩୦୦କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୮୩,୦୨୧। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୬% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୫୫୬କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୫%।

ସେୟାର କରନ୍ତୁ

Next Post

କଟକ କମିଶନରେଟ୍ ପୋଲିସର ମହାନତା -ଜଳଦାନ କାର୍ଯ୍ୟକ୍ରମ

Sat Apr 22 , 2023
ସଂଜୟ ଶତପଥୀ(କଟକ): ପ୍ରଚଣ୍ଡ ରୌଦ୍ରତାପରେ ଜନସାଧାରଣ ପାଣି ଟୋପାଏ ଲାଗି ଡହଳବିକଳ ହେଉଥିବା ବେଳେ ତଥା ଯେତେବେଳେ କଟକ ମହାନଗର ନିଗମ ଏହି କ୍ଷେତ୍ରରେ ସମ୍ପୂର୍ଣ୍ଣ ବିଫଳ ସେତେବେଳେ କଟକ-ଭୁବନେଶ୍ୱର କମିଶନରେଟ୍ ପୋଲିସ୍ ପକ୍ଷରୁ ମାନନୀୟ ପୋଲିସ୍ କମିଶନର ଶ୍ରୀ ସୈାମେନ୍ଦ୍ର ପ୍ରିୟଦର୍ଶୀ ଙ୍କ ନିର୍ଦ୍ଦେଶକ୍ରମେ କଟକ-ଭୁବନେଶ୍ୱର ର ପ୍ରତ୍ୟେକ ପୋଲିସ୍ ଥାନା ସମ୍ମୁଖରେ ଜଳଛତ୍ର କେନ୍ଦ୍ର ଖୋଲାଯାଇଛି। ଏହି ପରିପ୍ରେକ୍ଷୀରେ କଟକ ସହରର ବକ୍ସି ବଜାରସ୍ଥିତ ରିଜର୍ଭ ପୋଲିସ୍ […]

You May Like

Breaking News

Pin It on Pinterest