ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୧୧୨; ୬୭ ହଜାର ଉପରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୧୧୨ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୦୦୦ରୁ ଅଧିକ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୧୧୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୧୧୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୯୧,୯୮୯ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୨୯ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୩୨୯କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୯୨,୮୫୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୬% ରହିଛି।

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୭.୦୩% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୫.୪୩% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୭,୮୦୬କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୫%।

ସେୟାର କରନ୍ତୁ

Next Post

ପୁଞ୍ଚ୍ ରେ ଆତଙ୍କି ହାମଲାରେ ସହିଦ୍ ମାନଙ୍କୁ ଭଞ୍ଜନଗର ଉତ୍କଳ ସାମ୍ବାଦିକ ସଙ୍ଘ ପକ୍ଷରୁ ଶ୍ରଦ୍ଧାଞ୍ଜଳି....

Sun Apr 23 , 2023
ପୁରୁଷୋତ୍ତମ ମହାପାତ୍ର(ଭଞ୍ଜନଗର):ଜାମୁ କାଶ୍ମୀର ପୁଞ୍ଚ ଜିଲ୍ଲାରେ ଆତଙ୍କୀ ହମଲାରେ ଗୁରୁବାର ସହିଦ ହୋଇଥିବା ୫ ଜଣ ବୀର ଯବାନଙ୍କ ସ୍ମୃତି ଉଦେଶ୍ୟରେ ଭଞ୍ଜନଗର ଉତ୍କଳ ସାମ୍ବାଦିକ ସଙ୍ଘ ତରଫରୁ ମହମବତୀ ଶୋଭାଯାତ୍ରା ସହ ନିରବ ପ୍ରାଥନା କରାଯାଇଥିଲା ।ସଙ୍ଘର ସଭାପତି ପ୍ରଦୀପ କୁମାର ସ୍ୱାଇଁ ନେତୃତ୍ୱରେ ସଙ୍ଘର ସମସ୍ତ ସଦସ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ସ୍ଥାନୀୟ ରଘୁନାଥ ମନ୍ଦିରରୁ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରି ଥାନା […]

You May Like

Pin It on Pinterest