ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୯,୦୦୦ ଉପରେ…

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୯,୦୦୦ ଉପରେ ରହିଛି, କିନ୍ତୁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୮,୦୦୦ ତଳକୁ ଖସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଆଜି (ଗୁରୁବାର) ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୯,୩୫୫ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୯,୩୫୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪.୪୯ କୋଟିରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୨୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୪୨୪କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୩୫,୯୭୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୯% ରହିଛି।

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୪.୦୮% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୫.୩୬% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭,୪୧୦କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୩%।

ସେୟାର କରନ୍ତୁ

Next Post

ମେ ୧ରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରହିବ ଶିରିଡି ସାଇ ମନ୍ଦିର...

Thu Apr 27 , 2023
ବାସ୍ତବ ବ୍ୟୁରୋ: ମହାରାଷ୍ଟ୍ରର ଶିରିଡିରେ ପ୍ରସିଦ୍ଧ ସାଇ ବାବାଙ୍କ ମନ୍ଦିରରର ସୁରକ୍ଷା ଲାଗି କେନ୍ଦ୍ର ସରକାର ସିଆଇଏସ୍ଏଫ୍ ମୁତୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିଭିନ୍ନ ମହଲରୁ ବିରୋଧ କରାଯାଉଛି। ଏମିତି କି ଶିରିଡିର ଗ୍ରାମବାସୀମାନେ ସିଆଇଏସ୍ଏଫ୍ ମୁତୟନକୁ ପସନ୍ଦ କରୁ ନଥିବା ବେଳେ ଏହାକୁ ନେଇ ପ୍ରତିବାଦ ବି କରିଛନ୍ତି। ମନ୍ଦିର ପ୍ରଶାସନ କହିଛି- ଯଦି ମନ୍ଦିରର ସୁରକ୍ଷା ସିଏସ୍ଏଫ୍ ହାତକୁ ଆସେ ତେବେ ଭକ୍ତମାନେ ଅସୁବିଧାରେ ପଡ଼ିବେ। […]

You May Like

Pin It on Pinterest