ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୫,୦୦୦ ତଳେ…

ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୫,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୮,୦୦୦ ତଳକୁ ଖସି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୨୮୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୪,୨୮୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୪୯,୬୭୧ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୪ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୫୪୭କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୭୦,୮୭୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୧% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୨୪୬କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୧%।

ସେୟାର କରନ୍ତୁ

Next Post

ଆଜିଠୁ ଜୁଲାଇ ୩୧ ତାରିଖ ଯାଏ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଭିତରକନିକା

Mon May 1 , 2023
ବାସ୍ତବ ବ୍ୟୁରୋ: ଆଜିଠୁ ଅର୍ଥାତ ମେ ୧ରୁ ଜୁଲାଇ ୩୧ ତାରିଖ, ୩ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ବିରଳ ବଉଳା କୁମ୍ଭୀରଙ୍କ ପାଇଁ ଭିତରକନିକା ପ୍ରସିଦ୍ଧି ଲାଭ କରିଛି। ଏହି ସମୟ ବିରଳ କୁମ୍ଭୀରଙ୍କ ପ୍ରଜନନ ଋତୁ। କୁମ୍ଭୀରମାନେ ସ୍ଥଳ ଭାଗକୁ ଉଠି ସୁରକ୍ଷିତ ସ୍ଥାନ ଦେଖି ବସା ବାନ୍ଧି ଅଣ୍ତା ଦେଇଥାନ୍ତି। ଏହି ସମୟରେ ମା କୁମ୍ଭୀର ଅଧିକ ହିଂସ୍ର ହୋଇଥାଏ। […]

You May Like

Pin It on Pinterest