ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୪,୦୦୦ ତଳେ…

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୪,୦୦୦ ତଳେ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୩୪,୦୦୦ ତଳକୁ ରହିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୬୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୬୧୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୬୪,୨୮୯ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୩୬ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୬୪୨କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୩,୯୯,୪୧୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୪% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୨୩୨କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୭%।

ସେୟାର କରନ୍ତୁ

Next Post

କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ୧୧୧ କୋଟିର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Fri May 5 , 2023
ବାସ୍ତବ ବ୍ୟୁରୋ : କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି। ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। କେନ୍ଦୁପତ୍ର ହିତାଧିକାରୀଙ୍କୁ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ସହାୟତା ରାଶି । ଦ୍ୱିତୀୟ ପର୍ଯ୍ୟାୟରେ କେନ୍ଦୁପତ୍ର ହିତାଧିକାରୀଙ୍କୁ ୧୧୧ କୋଟି ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । […]

You May Like

Pin It on Pinterest