ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୩,୦୦୦ ତଳେ…

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୩୦୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୩୧,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୬୧ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୯୬୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୬୭,୨୫୦ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୭ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୬୫୯କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୦୫,୫୫୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୫% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୦,୦୪୧କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୭%।

ସେୟାର କରନ୍ତୁ

Next Post

ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

Sat May 6 , 2023
ବାସ୍ତବ ବ୍ୟୁରୋ: ଆଜି ସକାଳ ୮.୩୦ରେ ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହି ଘୂର୍ଣ୍ଣି ବଳୟ ପ୍ରଭାବରେ ସେହି ଅଞ୍ଚଳରେ ୮ ତାରିଖ ସକାଳ ସୁଦ୍ଧା ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୯ ତାରିଖ ସକାଳ ଆଡ଼କୁ ସେହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି। ଏହା ପରେ ଏହି ଅବପାତ […]

You May Like

Pin It on Pinterest