ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨,୫୦୦ ତଳେ…

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୨୫୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୮,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୩୮୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୬୯,୬୩୦ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୫ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୬୮୦କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୧୦,୭୩୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୫% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭,୨୧୨କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

ସେୟାର କରନ୍ତୁ

Next Post

କଙ୍ଗୋରେ ପ୍ରକୃତିର ତାଣ୍ଡବ; ପ୍ରବଳ ବର୍ଷା ଓ ଭୂସ୍ଖଳନରେ ୧୭୫ ମୃତ...

Sun May 7 , 2023
ବାସ୍ତବ ବ୍ୟୁରୋ: ଗୁରୁବାର ଦିନ କେନ୍ଦ୍ରୀୟ ଆଫ୍ରିକୀୟ ଦେଶ କଙ୍ଗୋର ପୂର୍ବାଞ୍ଚଳରେ ଭୀଷଣ ବୃଷ୍ଟିପାତଜନିତ ଆକସ୍ମିକ ବନ୍ୟା ଏବଂ ପାହାଡ଼ସ୍ଖଳନଜନିତ ମୃତ୍ୟୁସଂଖ୍ୟ ୨୦୦ ଅତିକ୍ରମ କରିଯାଇଥିବା କଥା ଦକ୍ଷିଣ କିବୁ ପ୍ରଦେଶର ସ୍ଥାନୀୟ ସରକାରୀ ଅଧିକାରୀମାନେ କହିଛନ୍ତି। କାଲେହେର ପ୍ରଶାସକ ଟୋମାସ୍‌ ବ୍ୟାଙ୍କେଜ୍‌ ସାମ୍ବାଦିକମାନଙ୍କୁ କହିଛନ୍ତି ଯେ, ଶନିବାରସୁଦ୍ଧା ୨୦୩ଟି ଶବ ଉଦ୍ଧାର କରାଯାଇଛି। ନିଖୋଜ ହୋଇଯାଇଥିବା ଆହୁରି ଅନେକଙ୍କୁ ଠାବ କରିବା ଲାଗି ଉଦ୍ୟମ ଜାରି ରହିଛି। ଶହ […]

You May Like

Pin It on Pinterest