ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨,୦୦୦ ତଳେ…

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୨୦୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୨୬,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୩୮୦ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୮୩୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯,୭୧,୪୬୯ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୧ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୬୯୨କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୧୪,୫୯୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୧୭୮କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

ସେୟାର କରନ୍ତୁ

Next Post

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର...

Mon May 8 , 2023
ବାସ୍ତବ ବ୍ୟୁରୋ: ଭାରତୀୟ ପାଣିପାଗ ବିଭାଗର ସୂଚନାନୁଯାୟୀ, ଆଜି ସକାଳ ୮.୩୦ରେ ଦକ୍ଷିଣ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଆଣ୍ଡାମାନ ସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସେହି ଅଞ୍ଚଳରେ ତୀବ୍ରତର ହୋଇ ୯ ତାରିଖ ଦିନ ଅବପାତରେ ପରିଣତ ହେବା ପରେ ଆହୁରି ତୀବ୍ରତର ହୋଇ ୧୦ ତାରିଖ ଦିନ ଦକ୍ଷିଣପଶ୍ଚିମ ବଙ୍ଗୋପସାର ଏବଂ ତତ୍‌ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗର […]

You May Like

Pin It on Pinterest