ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୩୦୦ ତଳେ…

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୩୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ହ୍ରାସ ପାଇ ୧୭,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୨୩ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୨୨୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪.୪୯ କୋଟିରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୪ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୭୬୭କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୩୧,୧୩୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୮% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୪୯୮କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୪%।

ସେୟାର କରନ୍ତୁ

Next Post

ଝାରସୁଗୁଡ଼ା ଉପନିର୍ବାଚନ: ରେକର୍ଡ ସଂଖ୍ୟକ ଭୋଟରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

Sat May 13 , 2023
ବାସ୍ତବ ବ୍ୟୁରୋ: ଝାରସୁଗୁଡ଼ା ଉପନିର୍ବାଚନ ରେ ରେକର୍ଡ ସଂଖ୍ୟକ ଭୋଟରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଦୀପାଳି ଦାସ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଦୀପାଳିଙ୍କୁ ୧ ଲକ୍ଷ ୭ହଜାର ୩ ଖଣ୍ଡ ଭୋଟ ମିଳିଥିବା ବେଳେ ଟଙ୍କଧରଙ୍କୁ ୫୮ ହଜାର ୩୮୪ ଖଣ୍ଡ ଭୋଟ ମିଳିଛି। ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ […]

You May Like

Pin It on Pinterest