ଆଜି ମଧ୍ୟାହ୍ନରେ ବାଂଲାଦେଶ ଓ ମିଆଁମାର୍‌ ଉପକୂଳ ଅତିକ୍ରମ କରିବ ସାମୁଦ୍ରିକ ବାତ୍ୟା ‘ମୋକା’

ବାସ୍ତବ ବ୍ୟୁରୋ: ସାମୁଦ୍ରିକ ବାତ୍ୟା ‘ମୋକା’ ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୧୭ କିଲୋମିଟର୍‌ ବେଗରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଉତ୍ତର-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଆଜି ଭୋର୍‌ ୫.୩୦ରେ ଉତ୍ତରପୂର୍ବ ଓ ତତ୍‌ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇଥିବା କଥା ଭାରତୀୟ ପାଣିପାଗ ବିଭାଗର ସୂଚନାରୁ ଜଣାପଡ଼ିଛି।

ସ୍ଥଳଭାଗରୁ ହିସାବ କଲେ ସାମୁଦ୍ରିକ ବାତ୍ୟା ‘ମୋକା’ ଏବେ ପୋର୍ଟ ବ୍ଲେୟାର୍‌ର ଉତ୍ତର-ଉତ୍ତରପଶ୍ଚିମରୁ ପ୍ରାୟ ୭୯୦ କିଲୋମିଟର୍‌, କକ୍ସ୍‌ ବଜାରର (ବାଂଲାଦେଶ) ଦକ୍ଷିଣ-ଦକ୍ଷିଣପଶ୍ଚିମରୁ ୩୦୦ କିଲୋମିଟର୍‌ ଏବଂ ସିତ୍ତ୍ବେର (ମିଆଁମାର୍‌) ଦକ୍ଷିଣପଶ୍ଚିମରୁ ୨୧୦ କିଲୋମିଟର୍‌ ଦୂରରେ ରହିଛି।

ଉତ୍ତର-ଉତ୍ତରପଶ୍ଚିମ ଆଡ଼କୁ ଗତିଶୀଳ ହୋଇ ଆଜି ମଧ୍ୟାହ୍ନ ବେଳକୁ ଅତି ଉଗ୍ର ସାମୁଦ୍ରିକ ବାତ୍ୟା ରୂପେ ‘ମୋକା’ କକ୍ସବଜାର ଓ ସିତ୍ତ୍ବେ ପାଖ ଦେଇ କ୍ୟାୟୁକପ୍ୟୁ ବାଟେ ଦକ୍ଷିଣପୂର୍ବ ବାଂଲାଦେଶ ଓ ଉତ୍ତର ମିଆଁମାର୍‌ ଉପକୂଳ ଅତିକ୍ରମ କରିବାର ଯଥେଷ୍ଟ ସମ୍ଭାବନା ରହିଛି।  ଏହି ସମୟରେ ଘଣ୍ଟାପ୍ରତି ୨୧୦ କିଲୋମିଟର୍‌ ଦଲକା ସହିତ ଘଣ୍ଟାକୁ ୧୮୦ରୁ ୧୯୦ କିଲୋମିଟର୍‌ ବେଗରେ ବତାସ ପ୍ରବାହିତ ହେବ।

ସେୟାର କରନ୍ତୁ

Next Post

ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧,୩୦୦ ତଳେ...

Sun May 14 , 2023
ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଥିଲେ ବି ୧୩୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୧୬,୦୦୦ ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୨୭୨ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। […]

You May Like

Pin It on Pinterest