ସିଦ୍ଦରମେୟା ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ, ଶିବକୁମାର ଉପମୁଖ୍ୟମନ୍ତ୍ରୀ…

ବାସ୍ତବ ବ୍ୟୁରୋ: ବରିଷ୍ଠ ନେତା ସିଦ୍ଦରମେୟା କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ହେବେ ବୋଲି ଗତ ମଧ୍ୟରାତ୍ରିରେ ଘୋଷଣା କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡଗେ। ଏହା ସହ କର୍ଣ୍ଣାଟକ କଂଗ୍ରେସର ରାଜ୍ୟ ସଭାପତି ଡି.କେ ଶିବକୁମାର ଉପମୁଖ୍ୟମନ୍ତ୍ରୀ ହେବାକୁ ସମ୍ମତ ହୋଇଛନ୍ତି । ମେ ୨୦ରେ ବେଙ୍ଗାଲୁରୁରେ ନୂତନ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ।

ଗତ କାଲି(ବୁଧବାର) ଦିନ ତମାମ୍ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡଗେ ଏବଂ ପୂର୍ତତନ ସାଂସଦ ରାହୁଲ ଗାନ୍ଧୀଙ୍କ ଉପସ୍ଥିତିରେ ଏକାଧିକ ପର୍ଯ୍ୟାୟ ଆଲୋଚନା ପରେ ଶୀର୍ଷ ପଦବୀକୁ ନେଇ ନିଷ୍ପତ୍ତି ହୋଇଥିଲା। କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଜାରି ରହିଥିବା ଅଚଳାବସ୍ଥାକୁ  କର୍ଣ୍ଣାଟକ ପ୍ରଦେଶ କଂଗ୍ରେସ କମିଟି (କେପିସିସି) ମୁଖ୍ୟ ଡି.କେ ଶିବକୁମାରଙ୍କ ଉପସ୍ଥିତିରେ ସମାଧାନ କରାଯାଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ପଦ ପାଇଁ ଗତ ୧୩ ତାରିଖଠାରୁ ଲାଗି ରହିଥିଲା ସସ୍‌ପେନ୍ସ।  ମୁଖ୍ୟମନ୍ତ୍ରୀ ଦୌଡ଼ରେ ଥିବା ୨ ପ୍ରତିଦ୍ବନ୍ଦ୍ବୀ ତଥା କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା ଏବଂ କର୍ଣ୍ଣାଟକ କଂଗ୍ରେସ ସଭାପତି ଡିକେ ଶିବକୁମାର ଗତକାଲି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାଡ଼ଗେଙ୍କୁ ଭେଟିବାପରେ ପୁଣିଥରେ ପୃଥକ୍‌ ଭାବେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଭେଟିଥିଲେ। ଶେଷରେ ରାହୁଲ ଗାନ୍ଧି ଓ ଖାଡଗେଙ୍କ ସହ ଏକତ୍ର ବୈଠକ ପରେ ସମାଧାନର ସୂତ୍ର ବାହାରିଥିଲା।

ସେୟାର କରନ୍ତୁ

Next Post

ଆଜି ସାବିତ୍ରୀ ଅମାବାସ୍ୟା

Fri May 19 , 2023
ବାସ୍ତବ ବ୍ୟୁରୋ: ଆଜି ହେଉଛି ସାବିତ୍ରୀ ଓଷା। ଜ୍ୟେଷ୍ଠ ଅମାବାସ୍ୟା ‘ସାବିତ୍ରୀ ଅମାବାସ୍ୟା’ ଭାବରେ ଖ୍ୟାତ ଏବଂ ପ୍ରତି ଓଡ଼ିଆ ଘରେ ଏହା ସଧବା ସ୍ତ୍ରୀମାନଙ୍କର ଏକ ପବିତ୍ର ବ୍ରତ ରୂପେ ପାଳିତ ହୁଏ। ଆଜି ମହାସତୀ ସାବିତ୍ରୀ ପତି ସତୟବାନଙ୍କୁ ଯମଙ୍କ ନିକଟରୁ ଫେରାଇ ଆଣିବାରେ ସକ୍ଷମ ହୋଇଥିଲେ ବୋଲି ପୁରାଣରେ ବର୍ଣ୍ଣିତ ହୋଇଛି। ଏ ବ୍ରତକଥାର ବାର୍ତ୍ତା ହେଉଛି- ଜ୍ୟେଷ୍ଠ ଅମାବାସ୍ୟା ଦିନ ଯିଏ ସାବିତ୍ରୀଙ୍କ ନାମ […]

You May Like

Pin It on Pinterest