୮୦୦ ତଳେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା…

ବାସ୍ତବ ବ୍ୟୁରୋ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୮୦୦ ତଳେ ଓ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୭୫୬ କରୋନାଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୭୫୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୮୬,୪୬୧ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୮ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୩୨କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୪୬,୫୧୪। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୧୫କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।

ସେୟାର କରନ୍ତୁ

Next Post

ସ୍ପେନର ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ...

Sun May 21 , 2023
ବାସ୍ତବ ବ୍ୟୁରୋ: ସ୍ପେନର ରାଜଧାନୀ ଜରଗୋଜା ଏୟାରବେସରେ ଏକ ଏଫ୍/ଏ-୧୮ ହର୍ନେଟ୍ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହେବା ପରେ ବିମାନରେ ନିଆଁ ଲାଗିଯାଇଥିଲା। ଏହାର ଏକ ଭିଡିଓ ଟ୍ୱିଟରରେ ଖୁବ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଦେଖାଯାଉଛି ଯେ ଲଢୁଆ ବିମାନଟି ଖସିପଡ଼ିବା ପରେ ସେଥିରେ ବଡ଼ ବିସ୍ଫୋରଣ ହେଉଛି । ଏହି ଭିଡିଓରେ ଦେଖିବାକୁ ମିଳୁଛି ଯେ ଆମେରିକା ନିର୍ମିତ ଏଫ୍-୧୮ ହର୍ନେଟ୍ ଲଢୁଆ ବିମାନ ବହୁତ ଉଚ୍ଚତାରୁ […]

You May Like

Pin It on Pinterest